News Room Odisha
BREAKING
Odia

ରାଜ୍ୟର ସମସ୍ତ ଗାଁକୁ ୨୦୨୪ ସୁଦ୍ଧା ପାଇପ ଯୋଗେ ପିଇବା ପାଣି : ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ

ଭୁବନେଶ୍ୱର – ରାଜ୍ୟର ସମସ୍ତ ଗାଁକୁ ୨୦୨୪ ସୁଦ୍ଧା ପାଇପ ଯୋଗେ ପାନୀୟ ଜଳ ଯୋଗାଇବାକୁ ଲକ୍ଷ୍ୟ ରଖାଯାଇଛି । ବିଧାନସଭାରେ ଆଜି ପ୍ରଶ୍ନକାଳରେ ଏହି ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରଦୀପ ଅମାତ । ସେ କହିଛନ୍ତି, ଯେ, ଯେଉଁଠି ଉତ୍ସ କି ଜମି ସମସ୍ୟା ରହିଛି, ସେଠାରେ ୨୦୨୫ ସୁଦ୍ଧା ପାଇପ ଯୋଗେ ପାନୀୟ ଜଳ ଯୋଗାଣ କାର୍ଯ୍ୟ ସରିବ । ମନ୍ତ୍ରୀଙ୍କ ସୂଚନା ଅନୁସାରେ ୨୦୨୩ ମାର୍ଚ୍ଚ ସୁଦ୍ଧା [...]

Admin•February 6, 2024
Share Article:

ଭୁବନେଶ୍ୱର – ରାଜ୍ୟର ସମସ୍ତ ଗାଁକୁ ୨୦୨୪ ସୁଦ୍ଧା ପାଇପ ଯୋଗେ ପାନୀୟ ଜଳ ଯୋଗାଇବାକୁ ଲକ୍ଷ୍ୟ ରଖାଯାଇଛି । ବିଧାନସଭାରେ ଆଜି ପ୍ରଶ୍ନକାଳରେ ଏହି ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରଦୀପ ଅମାତ । ସେ କହିଛନ୍ତି, ଯେ, ଯେଉଁଠି ଉତ୍ସ କି ଜମି ସମସ୍ୟା ରହିଛି, ସେଠାରେ ୨୦୨୫ ସୁଦ୍ଧା ପାଇପ ଯୋଗେ ପାନୀୟ ଜଳ ଯୋଗାଣ କାର୍ଯ୍ୟ ସରିବ । ମନ୍ତ୍ରୀଙ୍କ ସୂଚନା ଅନୁସାରେ ୨୦୨୩ ମାର୍ଚ୍ଚ ସୁଦ୍ଧା ୫୮ ପ୍ରତିଶତ ଗାଁରେ ପାଇପ ଯୋଗେ ପାନୀୟ ଜଳ ଯୋଗାଣ ଦିଆଯାଇଛି ।ଯେଉଁଠି ପାଇପ ନାହିଁ କି କାମ ଜାରି ରହିଛି, ସେଠାରେ ଜିଲ୍ଲାପାଳ, ପିଡି ଡିଆରଡିଏ ଓ ନିର୍ବାହୀ ଯନ୍ତ୍ରୀଙ୍କୁ ନୂଆ ଟ୍ୟୁବୱେଲ ଲଗାଇବାକୁ ନିର୍ଦ୍ଦେଶ ଦିଆଯାଇଛି । ନୂଆ ଜନବସତିରେ ଅତିରିକ୍ତ ଟ୍ୟୁବୱେଲ ଲଗାଯିବ । ଯେଉଁଠି ୭୦ ଲୋକଙ୍କ ଜନସଂଖ୍ୟା ଅଛି, ସେଠାରେ ବି ନୂଆ ଟ୍ୟୁବୱେଲ ଲଗାଇବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଜିଲ୍ଲାପାଳ କି ସ୍ଥାନୀୟ ଜନ ପ୍ରତିନିଧିଙ୍କ ଯାଞ୍ଚ ରିପୋର୍ଟ ଆଧାରରେ ନୂଆ ଟ୍ୟୁବୱେଲ ଲଗାଯିବ । ହେଲେ ଯେଉଁଠି ଘରୋଇ ଟ୍ୟୁବୱେଲ କି ପାଇପ ଅଛି, ସେଠାରେ ଟ୍ୟୁବୱେଲ ଲଗାଯିବାର କୌଣସି ଯୋଜନା ନାହିଁ ବୋଲି ବିଭାଗୀୟ ମନ୍ତ୍ରୀ କହିଛନ୍ତି। ପାନୀୟ ଜଳ ସମସ୍ୟା ଥିଲେ, ୧୯୧୬ ହେଲ୍ପଲାଇନ ନମ୍ବର ଯୋଗେ ପ୍ରଶାସନକୁ ଜଣାଇବାର ବ୍ୟବସ୍ଥା ରହିଛି ବୋଲି ବିଭାଗୀୟ ମନ୍ତ୍ରୀ ଗୃହରେ ଉତ୍ତର ରଖିଛନ୍ତି ।

#Odia#Odisha#News
Share Article:

Related Articles