News Room Odisha
BREAKING
Odia

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି : ‘ମୁଖ୍ୟମନ୍ତ୍ରୀ କଳାକାର ଯୋଜନା’ରେ ସାମିଲ ହେବେ ଆଉ ୩୦ ହଜାର କଳାକାର

ଭୁବନେଶ୍ଵର – ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ ରେ ଆଉ ତିରିଶ ହାଜର କଳାକାରଙ୍କୁ ସାମିଲ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଏହା ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଏକ ପ୍ରମୁଖ ଯୋଜନା । ୫-ଟି ଅଧ୍ୟକ୍ଷଙ୍କ ଜିଲ୍ଲା ଗସ୍ତ ସମୟରେ ଏହି ଯୋଜନାରେ ଅଧିକ କଳାକାରଙ୍କୁ ସାମିଲ କରିବା ପାଇଁ କଳାକାର ଓ ସେମାନଙ୍କର ସଂଗଠନ ଅନୁରୋଧ କରି ପ୍ରସ୍ତାବ ଦେଇଥିଲେ । ମୁଖ୍ୟମନ୍ତ୍ରୀ ଏହାପରେ ଏହି [...]

Admin•February 6, 2024
Share Article:

ଭୁବନେଶ୍ଵର – ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ ରେ ଆଉ ତିରିଶ ହାଜର କଳାକାରଙ୍କୁ ସାମିଲ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଏହା ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଏକ ପ୍ରମୁଖ ଯୋଜନା ।

୫-ଟି ଅଧ୍ୟକ୍ଷଙ୍କ ଜିଲ୍ଲା ଗସ୍ତ ସମୟରେ ଏହି ଯୋଜନାରେ ଅଧିକ କଳାକାରଙ୍କୁ ସାମିଲ କରିବା ପାଇଁ କଳାକାର ଓ ସେମାନଙ୍କର ସଂଗଠନ ଅନୁରୋଧ କରି ପ୍ରସ୍ତାବ ଦେଇଥିଲେ । ମୁଖ୍ୟମନ୍ତ୍ରୀ ଏହାପରେ ଏହି ଯୋଜନାରେ ହିତାଧିକାରୀଙ୍କ ସଂଖ୍ୟା ବୃଦ୍ଧି କରିବା ପାଇଁ ନିଷ୍ପତି ନେଇଛନ୍ତି। ଏହି ଯୋଜନାରେ ୫୦,୦୦୦ କଳାକାରମାନଙ୍କୁ ମାସିକ ୧୨ ଶହ ଟଙ୍କା ସହାୟତା ରାଶି ପ୍ରଦାନ କରାଯାଉଛି।

ବର୍ତ୍ତମାନ ଏହି ଯୋଜନାର ହିତାଧିକାରୀଙ୍କ ସଂଖ୍ୟା ୫୦ ହଜାରରୁ ୮୦ ହଜାରକୁ ବୃଦ୍ଧି କରା ଯାଇଛି । ଏହା ଦ୍ୱାରା ରାଜ୍ୟର ଆଉ ୩୦ ହଜାର କଳାକାର ଏଥିରେ ଉପକୃତ ହେବେ ।

ଆମର ଲୋକକଳାଗୁଡିକ ଆମ ଜାତିର ଅସ୍ମିତା ଏବଂ କଳାକାର ମାନେ ଭାଷା, ସାହିତ୍ଯ ଓ ସଂସ୍କୃତିର ପ୍ରଚାରକ ତଥା ବାର୍ତ୍ତାବହ ଅଟନ୍ତି । ଏହି ଯୋଜନାରେ ଅଧିକ କଳାକାରଙ୍କୁ ସାମିଲ କରାଯିବା ଯୋଗୁଁ ଓଡ଼ିଶାର ବିଭିନ୍ନ ପ୍ରାନ୍ତରୁ ଅନେକ କଳାକାରମାନେ ଉତ୍ସାହିତ ଓ ଉପକୃତ ହେବେ । ଏହା ଦ୍ଵାରା ଆମର କଳାର ସଂରକ୍ଷଣ, ବିକାଶ, ପ୍ରଚାର ଓ ପ୍ରସାର ହେବା ସହିତ ଓଡ଼ିଶାର କଳା ଓ ସଂସ୍କୃତିକୁ ଋଦ୍ଧିମନ୍ତ କରିବ ।

#Odia#Odisha#News
Share Article:

Related Articles