ନବମ ଥର ଅଣ୍ଡର-୧୯ ବିଶ୍ୱକପ୍ ଫାଇନାଲରେ ଭାରତ
ବେନୋନି: ସେମିଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ୨ ୱିକେଟରେ ହରାଇ ଭାରତ ଅଣ୍ଡର-୧୯ ବିଶ୍ୱକପ ଫାଇନାଲରେ ପ୍ରବେଶ କରିଛି । ପାଞ୍ଚ ଥରର ଚାମ୍ପିୟନ୍ ଭାରତ ନବମ ଥର ପାଇଁ ଫାଇନାଲରେ ପହଞ୍ଚିଛି । ଫେବୃଆରୀ ୧୧ରେ ଖେଳାଯିବାକୁ ଥିବା ଫାଇନାଲରେ ଭାରତ ପାକିସ୍ତାନ ଓ ଅଷ୍ଟ୍ରେଲିଆ ମଧ୍ୟରେ ଦ୍ୱିତୀୟ ସେମିଫାଇନାଲର ବିଜେତା ଦଳକୁ ଭେଟିବ। ବେନୋନିରେ ମଙ୍ଗଳବାର ଅନୁଷ୍ଠିତ ପ୍ରଥମ ସେମିଫାଇନାଲରେ ଦକ୍ଷିଣ ଆଫ୍ରିକା ଟସ୍ ହାରି ପ୍ରଥମେ ବ୍ୟାଟିଂ କରିଥିଲା । ଦଳ ୫୦ ଓଭରରେ [...]
ବେନୋନି: ସେମିଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ୨ ୱିକେଟରେ ହରାଇ ଭାରତ ଅଣ୍ଡର-୧୯ ବିଶ୍ୱକପ ଫାଇନାଲରେ ପ୍ରବେଶ କରିଛି । ପାଞ୍ଚ ଥରର ଚାମ୍ପିୟନ୍ ଭାରତ ନବମ ଥର ପାଇଁ ଫାଇନାଲରେ ପହଞ୍ଚିଛି । ଫେବୃଆରୀ ୧୧ରେ ଖେଳାଯିବାକୁ ଥିବା ଫାଇନାଲରେ ଭାରତ ପାକିସ୍ତାନ ଓ ଅଷ୍ଟ୍ରେଲିଆ ମଧ୍ୟରେ ଦ୍ୱିତୀୟ ସେମିଫାଇନାଲର ବିଜେତା ଦଳକୁ ଭେଟିବ।
ବେନୋନିରେ ମଙ୍ଗଳବାର ଅନୁଷ୍ଠିତ ପ୍ରଥମ ସେମିଫାଇନାଲରେ ଦକ୍ଷିଣ ଆଫ୍ରିକା ଟସ୍ ହାରି ପ୍ରଥମେ ବ୍ୟାଟିଂ କରିଥିଲା । ଦଳ ୫୦ ଓଭରରେ ୭ ୱିକେଟ୍ ହରାଇ ୨୪୪ ରନ୍ ସଂଗ୍ରହ କରିଥିଲା। ଏହାର ଜବାବରେ ଭାରତ ୪୮.୫ ଓଭରରେ ୮ ୱିକେଟ୍ ହରାଇ ବିଜୟଲକ୍ଷ୍ୟ ହାସଲ କରିନେଇଥିଲା । ଭାରତ ସଚିନ୍ ଧାସ୍ ସର୍ବାଧିକ ୯୬ ରନର ଇନିଂସ୍ ଖେଳିଥିବା ବେଳେ ଅଧିନାୟକ ଉଦୟ ସାହାରା ୮୧ ରନ୍ କରିଥିଲେ । ଭାରତୀୟ ଦଳ ୩୨ ରନରେ ୪ ୱିକେଟ୍ ହରାଇ ସଙ୍କଟରେ ପଡ଼ିଥିଲା । ହେଲେ ସଚିନ୍ ଓ ଉଦୟ ପଞ୍ଚମ ୱିକେଟରେ ଗୁରୁତ୍ୱପୂର୍ଣ୍ଣ ୧୭୧ ରନ୍ ଯୋଡ଼ି ଦଳର ବିଜୟ ସୁନିଶ୍ଚିତ କରିଥିଲେ ।
ପୂର୍ବରୁ ଭାରତ ଟସ୍ ଜିତି ଦକ୍ଷିଣ ଆଫ୍ରିକାକୁ ବ୍ୟାଟିଂ ଆମନ୍ତ୍ରଣ କରିଥିଲା। ଦକ୍ଷିଣ ଆଫ୍ରିକା ତରଫରୁ ଲୁଆନ୍ ଡି ପ୍ରିଟୋରିୟସ୍ ୭୬ ରନ୍ ଓ ରିଚାର୍ଡ ସେଲେଟୱେନ୍ ୬୪ ରନ୍ କରିଥିଲେ। ଭାରତ ପକ୍ଷରୁ ରାଜ ଲିମ୍ବାନୀ ୩ଟି ୱିକେଟ୍ ନେଇଥିବା ବେଳେ ମୁଶୀର ଖାନଙ୍କୁ ୨ଟି ସଫଳତା ମିଳିଥିଲା |
ଓଡ଼ିଆ ଭାଷା ସମ୍ମିଳନୀରେ ନୂଆ ପିଢ଼ି ସହ ଯୋଡ଼ି ହେଲେ ପୁରାତନ ଛାତ୍ର, ରେଭେନ୍ସା କଲେଜିଏଟ୍ ସ୍କୁଲର ଛାତ୍ର ସିଦ୍ଧାର୍ଥଙ୍କୁ ପ୍ରଶଂସା କଲେ ପୁରାତନ ଛାତ୍ର ତଥା ବୈଜ୍ଞାନିକ ସଚ୍ଚିଦାନନ୍ଦ ପଣ୍ଡା
Next Articleଗୀତା ଉପଦେଶ: ପରମେଶ୍ୱରଙ୍କର ଉପାସନାରେ ବିଶ୍ୱାସ ସର୍ବାଧିକ ଲାଭଦାୟକ ବିଶ୍ୱାସ ଅଟେ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
