ଜଷ୍ଟିସ ଚକ୍ରଧାରୀ ଶରଣ ସିଂହ ହେଲେ ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି
କଟକ – ଜଷ୍ଟିସ ଚକ୍ରଧାରୀ ଶରଣ ସିଂହ ଆଜି ଓଡ଼ିଶା ହାଇକୋର୍ଟର ନୂତନ ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି । ହାଇକୋର୍ଟ ପରିସରରେ ଅନୁଷ୍ଠିତ ଶପଥ ଗ୍ରହଣ ଉତ୍ସବରେ ରାଜ୍ୟପାଳ ରଘୁବର ଦାସ ନୂତନ ମୁଖ୍ୟ ବିଚାରପତିଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ । ଶପଥ ଗ୍ରହଣ ଉତ୍ସବରେ ବହୁ ଗଣ୍ୟମାନ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ। ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପାଇବା ପୂର୍ବରୁ ଜଷ୍ଟିସ ସିଂହ ପାଟନା ହାଇକୋର୍ଟର ବରିଷ୍ଠ [...]
କଟକ – ଜଷ୍ଟିସ ଚକ୍ରଧାରୀ ଶରଣ ସିଂହ ଆଜି ଓଡ଼ିଶା ହାଇକୋର୍ଟର ନୂତନ ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି । ହାଇକୋର୍ଟ ପରିସରରେ ଅନୁଷ୍ଠିତ ଶପଥ ଗ୍ରହଣ ଉତ୍ସବରେ ରାଜ୍ୟପାଳ ରଘୁବର ଦାସ ନୂତନ ମୁଖ୍ୟ ବିଚାରପତିଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ । ଶପଥ ଗ୍ରହଣ ଉତ୍ସବରେ ବହୁ ଗଣ୍ୟମାନ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ। ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପାଇବା ପୂର୍ବରୁ ଜଷ୍ଟିସ ସିଂହ ପାଟନା ହାଇକୋର୍ଟର ବରିଷ୍ଠ ବିଚାରପତି ଥିଲେ।
୧୯୬୩ ଜାନୁୟାରୀ ୨୦ ତାରିଖରେ ଜନ୍ମିତ ଜଷ୍ଟିସ ଶରଣ ସିଂହ ଦିଲ୍ଲୀ ବିଶ୍ୱବିଦ୍ୟାଳୟରୁ ଏଲଏଲବି କରିବା ପରେ ୧୯୯୦ ଜାନୁଆରୀରେ ପାଟନା ହାଇକୋର୍ଟରେ ଓକିଲାତି ଆରମ୍ଭ କରିଥିଲେ। ବିହାର ସରକାରଙ୍କ ଅତିରିକ୍ତ ଆଡଭୋକେଟ୍ ଜେନେରାଲ ଭାବେ ମଧ୍ୟ ସେ କାର୍ଯ୍ୟ କରିଛନ୍ତି। ୨୦୧୨ ଏପ୍ରିଲ ୫ ତାରିଖରେ ସେ ପାଟନା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଥିଲେ।
ଜଷ୍ଟିସ ସିଂହଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ନେଇ ସୁପ୍ରିମକୋର୍ଟ କଲେଜିୟମର ସୁପାରିଶ ଗ୍ରହଣ କରି ଗତ ୨ ତାରିଖରେ ଆଇନ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ଜାନୁଆରୀ ୨୦୨୫ରେ ଅବସର ନେବେ ଜଷ୍ଟିସ ସିଂହ । ଜଷ୍ଟିସ ଶୁଭାଶିଷ ତଲାପତ୍ରଙ୍କ ଅବସର ପରେ ହାଇକୋର୍ଟର ନିୟମିତ ମୁଖ୍ୟ ବିଚାରପତି ପଦ ଖାଲି ପଡିଥିଲା । ଜଷ୍ଟିସ ତଲାପତ୍ରଙ୍କ ଅବସର ପରେ ଓଡ଼ିଶା ହାଇକୋର୍ଟର ବିଚାରପତି ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀଙ୍କୁ ଭାରପ୍ରାପ୍ତ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ କରାଯାଇଥିଲା ।
Justice Chakradhari Sharan Singh Takes Oath as Chief Justice of Orissa High Court
Next Articleଆମେରିକାରେ ଭାରତୀୟ ଛାତ୍ରଙ୍କୁ ମରଣାନ୍ତକ ଆକ୍ରମଣ, ସାହାଯ୍ୟ କରିବାକୁ ବିଦେଶ ମନ୍ତ୍ରୀଙ୍କୁ ପତ୍ନୀଙ୍କ ଅପିଲ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
