ଆଇକନିକ୍ ଓଡିଶା ଆଦର୍ଶ ବିଦ୍ୟାଳୟ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର – ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ଅନ୍ଧାରୁଆଠାରେ ଆଇକନିକ୍ ଓଡିଶା ଆଦର୍ଶ ବିଦ୍ୟାଳୟର ନୂତନ କ୍ୟାମ୍ପସର ଶୁଭ ଉଦ୍ଘାଟନ କରିଛନ୍ତି। ଏହା ମାଧ୍ୟମରେ ଛାତ୍ରଛାତ୍ରୀମାନେ ବିଶ୍ୱସ୍ତରୀୟ ପ୍ରତିଯୋଗିତା ପାଇଁ ନିଜକୁ ପ୍ରସ୍ତୁତ କରି ଏକ ଉଜ୍ଜ୍ୱଳ ଭବିଷ୍ୟତ ଗଠନ କରିପାରିବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି। ସୂଚନାଯୋଗ୍ୟ ଯେ, ୨୦୨୧ ସେପ୍ଟେମ୍ବର ୫ ତାରିଖ ଗୁରୁଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଏହାର ଭିତ୍ତି ସ୍ଥାପନ କରିଥିଲେ। ଆଜି ଉଦ୍ଘାଟିତ ହୋଇଥିବା ୨୫ ଏକର ପରିମିତ [...]
ଭୁବନେଶ୍ୱର – ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ଅନ୍ଧାରୁଆଠାରେ ଆଇକନିକ୍ ଓଡିଶା ଆଦର୍ଶ ବିଦ୍ୟାଳୟର ନୂତନ କ୍ୟାମ୍ପସର ଶୁଭ ଉଦ୍ଘାଟନ କରିଛନ୍ତି। ଏହା ମାଧ୍ୟମରେ ଛାତ୍ରଛାତ୍ରୀମାନେ ବିଶ୍ୱସ୍ତରୀୟ ପ୍ରତିଯୋଗିତା ପାଇଁ ନିଜକୁ ପ୍ରସ୍ତୁତ କରି ଏକ ଉଜ୍ଜ୍ୱଳ ଭବିଷ୍ୟତ ଗଠନ କରିପାରିବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି।
ସୂଚନାଯୋଗ୍ୟ ଯେ, ୨୦୨୧ ସେପ୍ଟେମ୍ବର ୫ ତାରିଖ ଗୁରୁଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଏହାର ଭିତ୍ତି ସ୍ଥାପନ କରିଥିଲେ। ଆଜି ଉଦ୍ଘାଟିତ ହୋଇଥିବା ୨୫ ଏକର ପରିମିତ ନୂତନ କ୍ୟାମ୍ପସରେ ସିବିଏସସି ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାରେ ଉତ୍କର୍ଷ ହାସଲ କରିଥିବା ୧୦୦୦ ମେଧାବୀ ଛାତ୍ରଛାତ୍ରୀଙ୍କ ପଢିବା ପାଇଁ ଆକାଡେମିକ୍ ବ୍ଲକ, ପ୍ରତ୍ୟେକ ୫୪୪ କ୍ଷମତା ବିଶିଷ୍ଟ ୨ଟି ଛାତ୍ରାବାସ ଓ ଛାତ୍ରୀନିବାସ, ସେଣ୍ଟ୍ରାଲ କିଚେନ ଓ ଡାଇନିଙ୍ଗ ବ୍ୟବସ୍ଥା, ଷ୍ଟାଫ କ୍ୱାର୍ଟର୍ସ, ଡର୍ମିଟୋରୀ ଏବଂ ପାର୍କିଂ ଓ ବଗିଚା ଇତ୍ୟାଦିର ବ୍ୟବସ୍ଥା କରାଯାଇଛି। ଏହାର ନିର୍ମାଣ ପାଇଁ ୧୦୦ କୋଟିରୁ ଉର୍ଦ୍ଧ୍ୱ ଟଙ୍କା ଖର୍ଚ୍ଚ ହୋଇଛି।
ଆଇକନିକ ଓଡିଶା ଆଦର୍ଶ ବିଦ୍ୟାଳୟର ଆବାସିକ ଛାତ୍ରଛାତ୍ରୀଙ୍କ ପାଇଁ ମାଗଣା ରହିବା ସହିତ ଅତ୍ୟାଧୁନିକ କ୍ଲାସ ରୁମ, ଆଇସିଟି ଲ୍ୟାବସ, ଇ- ଲାଇବ୍ରେରୀ, ଅତ୍ୟାଧୁନିକ ବିଜ୍ଞାନାଗାର ଓ ଦକ୍ଷତା ବିକାଶର ବ୍ୟବସ୍ଥା କରାଯାଇଛି।
ଗ୍ରାମାଞ୍ଚଳର ମେଧାବୀ ଛାତ୍ରଛାତ୍ରୀମାନଙ୍କୁ ସିବିଏସସି ଢାଞ୍ଚାରେ ଗୁଣାତ୍ମକମାନର ଶିକ୍ଷା ପ୍ରଦାନ ପାଇଁ ରାଜ୍ୟର ପ୍ରତ୍ୟେକ ବ୍ଲକରେ ଗୋଟିଏ ଲେଖାଏଁ ଆଦର୍ଶ ବିଦ୍ୟାଳୟ ଖୋଲାଯିବା ମୁଖ୍ୟମନ୍ତ୍ରୀଙ୍କର ଏକ ମହତ୍ୱକାଂକ୍ଷୀ କାର୍ଯ୍ୟକ୍ରମ। ଏହି କାର୍ଯ୍ୟକ୍ରମରେ ବର୍ତ୍ତମାନ ସୁଦ୍ଧା ୩୧୫ଟି ଆଦର୍ଶ ବିଦ୍ୟାଳୟ ସ୍ଥାପନ ହୋଇଛି ।
ଗ୍ରାମାଞ୍ଚଳର ମେଧାବୀ ଛାତ୍ରଛାତ୍ରୀମାନଙ୍କ ସର୍ବାଙ୍ଗୀନ ବିକାଶକୁ ଦୃଷ୍ଟିରେ ରଖି ଏହି ଆଇକନିକ୍ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ପାଇଁ ମେଡିକାଲ, ଇଂଜିନିଅରିଂ, ଆଇନ ପାଠ୍ୟକ୍ରମ ଏବଂ ସେନା ବାହିନୀରେ ଯୋଗଦେବା ପାଇଁ ଉଦ୍ଦିଷ୍ଟ ବିଭିନ୍ନ ଜାତୀୟ ସ୍ତରର ପ୍ରତିଯୋଗିତାର କୋଚିଂ ବ୍ୟବସ୍ଥା କରାଯାଇଛି।
ଶରଦ ପାୱାରଙ୍କ ଏନସିପିକୁ ମିଳିଲା ନୂଆ ନାମ
Next ArticleOdisha Govt to Set up Research Grant with Rs 10 Cr Corpus for Research in Odia Language; to Post Exclusive Odia Teachers in High Schools
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
