ଓଡ଼ିଆ ଭାଷା ସାହିତ୍ୟର ପ୍ରଚାର ପ୍ରସାର ଓ ଗବେଷଣା ପାଇଁ ୧୮ଟି ନିଷ୍ପତ୍ତି
ଭୁବନେଶ୍ୱର – ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀର ବିଭିନ୍ନ ଅଧିବେଶନରେ ଆଲୋଚିତ ବିଷୟ ଓ ପ୍ରବାସୀ ଓଡ଼ିଆମାନଙ୍କ ସହିତ ୫-ଟି ଅଧ୍ୟକ୍ଷଙ୍କ ଆଲୋଚନାର ଆଧାରରେ ନିମ୍ନୋକ୍ତ ନିଷ୍ପତ୍ତି ଗ୍ରହଣ କରାଯାଇଛି । ଏହି ସବୁ ନିଷ୍ପତ୍ତିକୁ ମୁଖ୍ୟମନ୍ତ୍ରୀଙ୍କ ୫-ଟି ପଦକ୍ଷେପ ଅଧୀନରେ ସ୍ୱଚ୍ଛ ଓ ସମୟାନୁବଦ୍ଧ ଭାବେ କାର୍ଯ୍ୟକାରୀ କରାଯିବ । ୧. ଓଡ଼ିଆ ଭାଷାରେ ଅନ୍ତର୍ଜାତୀୟ ଓ ଜାତୀୟ ସ୍ତରରେ ଗବେଷଣା ନିମନ୍ତେ ୧୦ କୋଟି ଟଙ୍କା ଅନୁଦାନରେ ଏକ କର୍ପସ ପାଣ୍ଠି ଗଠନ [...]
ଭୁବନେଶ୍ୱର – ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀର ବିଭିନ୍ନ ଅଧିବେଶନରେ ଆଲୋଚିତ ବିଷୟ ଓ ପ୍ରବାସୀ ଓଡ଼ିଆମାନଙ୍କ ସହିତ ୫-ଟି ଅଧ୍ୟକ୍ଷଙ୍କ ଆଲୋଚନାର ଆଧାରରେ ନିମ୍ନୋକ୍ତ ନିଷ୍ପତ୍ତି ଗ୍ରହଣ କରାଯାଇଛି । ଏହି ସବୁ ନିଷ୍ପତ୍ତିକୁ ମୁଖ୍ୟମନ୍ତ୍ରୀଙ୍କ ୫-ଟି ପଦକ୍ଷେପ ଅଧୀନରେ ସ୍ୱଚ୍ଛ ଓ ସମୟାନୁବଦ୍ଧ ଭାବେ କାର୍ଯ୍ୟକାରୀ କରାଯିବ ।
୧. ଓଡ଼ିଆ ଭାଷାରେ ଅନ୍ତର୍ଜାତୀୟ ଓ ଜାତୀୟ ସ୍ତରରେ ଗବେଷଣା ନିମନ୍ତେ ୧୦ କୋଟି ଟଙ୍କା ଅନୁଦାନରେ ଏକ କର୍ପସ ପାଣ୍ଠି ଗଠନ କରାଯିବ । ସତ୍ୟବାଦୀରେ ପ୍ରତିଷ୍ଠିତ ଓଡ଼ିଆ ବିଶ୍ୱ ବିଦ୍ୟାଳୟ ଜରିଆରେ ଏହା କାର୍ଯ୍ୟକାରୀ ହେବ ।
୨. ଓଡ଼ିଆ ଭାଷାକୁ ଡିଜିଟାଲ ପଦ୍ଧତି ସହ ସମନ୍ଵିତ କରିବା ପାଇଁ ପ୍ରତିବର୍ଷ ଏକ ଅନ୍ତର୍ଜାତୀୟ ଡିଜିଟାଲ ଓଡ଼ିଆ ସମ୍ମିଳନୀ ଆୟୋଜନ ମାଧ୍ୟମରେ ବିଶେଷଜ୍ଞ ଓ ଭାଷାବିତ୍ମାନଙ୍କୁ ଏକାଠି କରାଯିବ ।
୩. କମ୍ପ୍ୟୁଟର କି-ବୋର୍ଡ ଏବଂ ଫଣ୍ଟରେ ବ୍ୟବହୃତ ଲିପିର ମାନକୀକରଣ ନିମନ୍ତେ ଏକ ବିଶେଷଜ୍ଞ କମିଟି ଗଠନ କରାଯିବ । ଏହି କମିଟି ଏକ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ଏହାର କାର୍ଯ୍ୟକାରିତା ନିମନ୍ତେ ପ୍ରସ୍ତାବ ଦେବେ ।
୪. ରାଜ୍ୟ ସରକାର ପ୍ରଥମ ପର୍ଯ୍ୟାୟରେ ୧,୫୦୦ ହାଇସ୍କୁଲରେ ସ୍ଵତନ୍ତ୍ର ଭାବେ ଓଡ଼ିଆ ଶିକ୍ଷକ ନିଯୁକ୍ତି ଦେବେ ଏବଂ ପରବର୍ତ୍ତୀ ପର୍ଯ୍ୟାୟରେ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ସମସ୍ତ ହାଇସ୍କୁଲ ଏହି କାର୍ଯ୍ୟକ୍ରମର ଅନ୍ତର୍ଭୁକ୍ତ ହେବେ ।
୫. ୧୦୦ ବର୍ଷରୁ ଊର୍ଦ୍ଧ୍ୱ ସ୍କୁଲ ଓ କଲେଜଗୁଡିକୁ ୧ କୋଟି ଟଙ୍କା ଓ ସ୍ଵାଧୀନତା ପୂର୍ବର ବିଶ୍ୱବିଦ୍ୟାଳୟକୁ ୨ କୋଟି ଟଙ୍କାର ଐତିହ୍ୟ ଅନୁଦାନ ଯୋଗାଇ ଦିଆଯିବ । ଏହା ଆମ ଓଡ଼ିଆ-ମାଧ୍ୟମ ଶିକ୍ଷା ବ୍ୟବସ୍ଥାର ସୁରକ୍ଷା ଓ ଅଭିବୃଦ୍ଧି ପାଇଁ ବ୍ୟବହୃତ ହେବ ।
୬. ଏକ ଅନୁବାଦ ନୀତି ପ୍ରଣୟନ କରି ଭାରତବର୍ଷ ତଥା ବିଶ୍ଵର ଅନ୍ୟାନ୍ୟ ଭାଷାରେ ଓଡ଼ିଆ ପୁସ୍ତକର ଅନୁବାଦ ପାଇଁ ଅନୁଦାନର ବ୍ୟବସ୍ଥା କରାଯିବ ।
୭. ବିଭିନ୍ନ ବିଷୟରେ ଓଡ଼ିଆ ଭାଷାର ବ୍ୟବହାରକୁ ସରଳ ଓ ସୁଗମ କରିବା ପାଇଁ ଏକ ସଂଶୋଧିତ ଶବ୍ଦାବଳୀ ଓ ଶବ୍ଦକୋଷ ପ୍ରସ୍ତୁତ କରିବା ନିମନ୍ତେ ଓଡ଼ିଆ ଶବ୍ଦକୋଷ କମିଟି ଗଠନ କରାଯିବ ।
୮. ଓଡ଼ିଆ ଭାଷାରେ ବିଜ୍ଞାନ, ବୈଷୟିକ ଶିକ୍ଷା ଓ ଡାକ୍ତରୀ ପାଠ୍ୟକ୍ରମକୁ ପ୍ରୋତ୍ସାହିତ କରିବା ନିମନ୍ତେ ଏକ ମଧ୍ୟବର୍ତ୍ତିକାଳୀନ ନୀତି ପ୍ରଣୟନ କରାଯିବ ।
୯. ବର୍ତ୍ତମାନ ଓ ଭବିଷ୍ୟତର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଓଡ଼ିଆ ଭାଷାରେ ପ୍ରୟୋଜନ ଥିବା ପ୍ରାସଙ୍ଗିକ ପୁସ୍ତକ ପ୍ରକାଶନ ପାଇଁ ରାଜ୍ୟ ସରକାର ପ୍ରୋତ୍ସାହନ ଯୋଗାଇଦେବେ ।
୧୦. ଭବିଷ୍ୟତ ପିଢ଼ିଙ୍କ ମଧ୍ୟରେ ଓଡ଼ିଆ ଭାଷାକୁ ଲୋକପ୍ରିୟ କରିବା ପାଇଁ ନିର୍ଦ୍ଧାରିତ ସମୟସୀମାରେ ସ୍ଵତନ୍ତ୍ର କାର୍ଯ୍ୟକ୍ରମ ଗ୍ରହଣ କରାଯିବ । ଏଥିରେ ପ୍ରତିବର୍ଷ ଓଡ଼ିଆ ଭାଷାର ୧୦୦ ଜଣ ଉଦୀୟମାନ ପ୍ରତିଭାଙ୍କୁ ଚୟନ କରାଯିବ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ସେମାନଙ୍କୁ ସମ୍ମାନିତ କରାଯିବ । ଭାଷା ବୃତ୍ତି ପୁରସ୍କାର ରାଶିର ପରିମାଣ ଓ ସଂଖ୍ୟା ବୃଦ୍ଧି କରାଯିବ । ଛାତ୍ରଛାତ୍ରୀଙ୍କ ମଧ୍ୟରେ ଓଡ଼ିଆ ବକ୍ତୃତା ପ୍ରତିଯୋଗିତା ପାଇଁ ‘ମୁଖ୍ୟମନ୍ତ୍ରୀ କପ୍’ ଆରମ୍ଭ କରାଯିବ ।
୧୧. ରାଜ୍ୟରେ ଯୁବଗୋଷ୍ଠୀଙ୍କ ମଧ୍ୟରେ ପଠନ ଅଭ୍ୟାସ ବୃଦ୍ଧି ପାଇଁ ସର୍ବସାଧାରଣ ପାଠାଗାର ଅଭିଯାନ ଆରମ୍ଭ କରାଯିବ । ଭାରତବର୍ଷ ମଧ୍ୟରେ ଓ ବାହାରେ ଥିବା ଓଡ଼ିଆ ସଂଗଠନଗୁଡିକୁ ଏହି ଓଡ଼ିଆ ପାଠାଗାର ସ୍ଥାପନ ପାଇଁ ସହଯୋଗ ଯୋଗାଇଦିଆଯିବ ।
୧୨. ରାଜ୍ୟ ଓ ଦେଶ-ବିଦେଶରେ ଓଡ଼ିଆ ଭାଷାର ପ୍ରଚାର ପ୍ରସାର ପାଇଁ ଓଡ଼ିଆ ଭାଇଭଉଣୀମାନଙ୍କ ଭିତରେ ସ୍ଵେଚ୍ଛାକୃତ ମନୋଭାବର ବିକାଶ ଉଦ୍ଦେଶ୍ୟରେ ରାଜ୍ୟ ସରକାର ପ୍ରୋତ୍ସାହନ ଯୋଗାଇଦେବେ ।
୧୩. କଟକସ୍ଥିତ ପ୍ରିଣ୍ଟିଂ ମ୍ୟୁଜିୟମକୁ ‘ଜାତୀୟ ମ୍ୟୁଜିୟମ’ ରୂପେ ପରିବର୍ଦ୍ଧିତ କରାଯିବ ଏବଂ ଏଥିରେ ସାରା ବିଶ୍ୱର ମୁଦ୍ରଣ ପରମ୍ପରା ପ୍ରଦର୍ଶିତ କରାଯିବ ।
୧୪. ଓଡ଼ିଶା ନୌବାଣିଜ୍ୟ ଏବଂ ଦକ୍ଷିଣ-ପୂର୍ବ ଏସୀୟ ପ୍ରତିଷ୍ଠାନକୁ ଏକ ଉତ୍କର୍ଷ କେନ୍ଦ୍ରରୂପେ ବିକଶିତ କରାଯିବ । ଏଥିପାଇଁ ବର୍ଷକୁ ୨ କୋଟି ଟଙ୍କାର ଅନୁଦାନ ଦିଆଯିବ ।
୧୫. ଓଡ଼ିଆ ଭାଷାରେ ଶିଶୁସାହିତ୍ୟର ବିକାଶ ପାଇଁ ରାଜ୍ୟ ସରକାର ସମସ୍ତ ପ୍ରକାର ସହଯୋଗ ଓ ପ୍ରୋତ୍ସାହନ ଯୋଗାଇଦେବେ ।
୧୬. ଭାରତ ତଥା ବିଦେଶର ବିଭିନ୍ନ ବିଶ୍ୱବିଦ୍ୟାଳୟରେ ଓଡ଼ିଆ ଚେୟାର ପ୍ରତିଷ୍ଠା ପାଇଁ ପଦକ୍ଷେପ ନିଆଯିବ। ପ୍ରାରମ୍ଭରେ ୫ଟି ବିଶ୍ୱବିଦ୍ୟାଳୟରେ ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି । ଓଡ଼ିଆ ଅଧ୍ୟୟନ ବିଷୟକ ଏକ ବାର୍ଷିକ ଆନ୍ତର୍ଜାତିକ ଗବେଷଣା ପତ୍ରିକା ଓଡ଼ିଆ ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ହେବ ।
୧୭. ଓଡ଼ିଶା ବାହାରେ ବସବାସ କରୁଥିବା ଓଡ଼ିଆମାନଙ୍କ ପାଇଁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଏକ ଓଡ଼ିଆ ଲର୍ଣ୍ଣିଂ ମ୍ୟାନେଜମେଣ୍ଟ ସିଷ୍ଟମ ପ୍ରସ୍ତୁତ କରାଯିବ । ଏହାଦ୍ଵାରା ଓଡ଼ିଶା ତଥା ଓଡ଼ିଶା ବାହାରେ ବସବାସ କରୁଥିବା ଛାତ୍ର-ଛାତ୍ରୀମାନେ ଅନଲାଇନରେ ଓଡ଼ିଆ ଭାଷା ଶିକ୍ଷା କରିବା ସହିତ ସାର୍ଟିଫିକେଟ ମଧ୍ୟ ହାସଲ କରିପାରିବେ । ଏହି ସମସ୍ତ ସୁବିଧା ଓଡ଼ିଆ ଭର୍ଚୁଆଲ ଏକାଡେମୀ ଓ୍ୱେବସାଇଟରେ ଉପଲବ୍ଧ ହେବ ।
୧୮. ମୂଲ୍ୟବାନ୍ ନଥିପତ୍ରଗୁଡିର ଉପଯୁକ୍ତ ପଞ୍ଜୀକରଣ, ସଂରକ୍ଷଣ ଓ ପ୍ରସାରଣ ପାଇଁ ସଂଗ୍ରହାଳୟ ଏବଂ ଅଭିଲେଖାଗାରକୁ ଯଥେଷ୍ଟ ଆର୍ଥିକ ଅନୁଦାନ ପ୍ରଦାନ କରାଯିବ ।
Odisha Govt to Set up Research Grant with Rs 10 Cr Corpus for Research in Odia Language; to Post Exclusive Odia Teachers in High Schools
Next ArticleCM Inaugurates Iconic Odisha Adarsha Vidyalaya in Bhubaneswar
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
