ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି , ୨୭ରେ ୧୫ଟି ରାଜ୍ୟର ୫୬ଟି ଆସନ ପାଇଁ ମତଦାନ
ନୂଆଦିଲ୍ଲୀ- ଚଳିତମାସ ୨୭ ତାରିଖରେ ହେବାକୁ ଥିବା ରାଜ୍ୟସଭା ନିର୍ବାଚନ ପାଇଁ ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି । ୧୫ଟି ରାଜ୍ୟର ୫୬ଟି ରାଜ୍ୟସଭା ଆସନ ପାଇଁ ନିର୍ବାଚନ ହେବ । ଏଥିମଧ୍ୟରେ ଓଡ଼ିଶାରୁ ତିନି ଆସନ ଖାଲି ହେଉଛି । ଆସନ୍ତା ଏପ୍ରିଲ ୩ ତାରିଖରେ ପ୍ରଶାନ୍ତ ନନ୍ଦ, ଅଶ୍ୱିନୀ ବୈଷ୍ଣବ ଓ ଅମର ପଟ୍ଟନାୟକଙ୍କ ରାଜ୍ୟସଭା କାର୍ଯ୍ୟକାଳ ଶେଷ ହେଉଛି । ବିଜ୍ଞପ୍ତି ପ୍ରକାଶ ପାଇବା ସହ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା [...]
ନୂଆଦିଲ୍ଲୀ- ଚଳିତମାସ ୨୭ ତାରିଖରେ ହେବାକୁ ଥିବା ରାଜ୍ୟସଭା ନିର୍ବାଚନ ପାଇଁ ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି । ୧୫ଟି ରାଜ୍ୟର ୫୬ଟି ରାଜ୍ୟସଭା ଆସନ ପାଇଁ ନିର୍ବାଚନ ହେବ । ଏଥିମଧ୍ୟରେ ଓଡ଼ିଶାରୁ ତିନି ଆସନ ଖାଲି ହେଉଛି । ଆସନ୍ତା ଏପ୍ରିଲ ୩ ତାରିଖରେ ପ୍ରଶାନ୍ତ ନନ୍ଦ, ଅଶ୍ୱିନୀ ବୈଷ୍ଣବ ଓ ଅମର ପଟ୍ଟନାୟକଙ୍କ ରାଜ୍ୟସଭା କାର୍ଯ୍ୟକାଳ ଶେଷ ହେଉଛି ।
ବିଜ୍ଞପ୍ତି ପ୍ରକାଶ ପାଇବା ସହ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଫେବ୍ରୁଆରୀ ୧୫ ସୁଦ୍ଧା ପ୍ରାର୍ଥୀମାନେ ନାମାଙ୍କନ ପତ୍ର ଦାଖଲ କରିପାରିବେ । ଫେବ୍ରୁଆରୀ ୧୬ରେ ପ୍ରାର୍ଥିପତ୍ର ଯାଞ୍ଚ ହେବ । ଫେବ୍ରୁଆରୀ ୨୦ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର କରିପାରିବେ ପ୍ରାର୍ଥୀ । ଫେବ୍ରୁଆରୀ ୨୭ ତାରିଖରେ ରାଜ୍ୟସଭା ନିର୍ବାଚନ ପାଇଁ ମତଦାନ ହେବା ସହ ସେହିଦିନ ଫଳାଫଳ ପ୍ରକାଶ ପାଇବ । ସକାଳ ୯ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମତଦାନ ହେବ ।

Finance Minister Bikram Keshari Arukha To Present Interim Budget Today
Next Articleକେନ୍ଦ୍ରୀୟ ଅନୁଦାନ ଆବଣ୍ଟନରେ ପାତର ଅନ୍ତର ଅଭିଯୋଗ, କର୍ଣ୍ଣାଟକ ପରେ ଆଜି ଦିଲ୍ଲୀରେ କେରଳ, ତାମିଲନାଡୁର ଶାସକ ଦଳ କରିବେ ବିକ୍ଷୋଭ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
