ବିଧାନସଭାରେ ବଜେଟ ଉପସ୍ଥାପିତ, ଅଭିବୃଦ୍ଧି ହାର ଜାତୀୟ ହାରଠାରୁ ଅଧିକ
ଭୁବନେଶ୍ୱର – ବିଧାନସଭାରେ ୨୦୨୪-୨୫ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ । ଅଭିବୃଦ୍ଧି ହାର ୭.୨୫ ପ୍ରତିଶତ ରହିଥିବା ବଜେଟରେ ଦର୍ଶାଯାଇଛି , ଯାହା କି ଜାତୀୟ ହାରଠାରୁ ପ୍ରତିଶତ ଅଧିକ । ଆସନ୍ତା ଆର୍ଥିକ ବର୍ଷରେ ଅଭିବୃଦ୍ଧି ହାର ୮.୫ ପ୍ରତିଶତ ରହିବା ଆକଳନ କରାଯାଇଛି । ମୋଟ ୨ ଲକ୍ଷ ୫୫ କୋଟି ଟଙ୍କାର ବଜେଟ ଉପସ୍ଥାପନ କରାଯାଇଛି । ଏଥିରେ ୧ ଲକ୍ଷ ୧୮ ହଜାର [...]
ଭୁବନେଶ୍ୱର – ବିଧାନସଭାରେ ୨୦୨୪-୨୫ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ।
ଅଭିବୃଦ୍ଧି ହାର ୭.୨୫ ପ୍ରତିଶତ ରହିଥିବା ବଜେଟରେ ଦର୍ଶାଯାଇଛି , ଯାହା କି ଜାତୀୟ ହାରଠାରୁ ପ୍ରତିଶତ ଅଧିକ । ଆସନ୍ତା ଆର୍ଥିକ ବର୍ଷରେ ଅଭିବୃଦ୍ଧି ହାର ୮.୫ ପ୍ରତିଶତ ରହିବା ଆକଳନ କରାଯାଇଛି । ମୋଟ ୨ ଲକ୍ଷ ୫୫ କୋଟି ଟଙ୍କାର ବଜେଟ ଉପସ୍ଥାପନ କରାଯାଇଛି । ଏଥିରେ ୧ ଲକ୍ଷ ୧୮ ହଜାର ଟଙ୍କାର କାମଚଳା ବଜେଟ ରହିଛି ।
ବିପର୍ଯ୍ୟୟ ପରିଚାଳନା ପାଇଁ ୩୯୭୦.୩୯ କୋଟି ଟଙ୍କା ବ୍ୟୟବରାଦ ହୋଇଛି। ସ୍କୁଲ ଓ ଗଣଶିକ୍ଷା ବିଭାଗ ପାଇଁ ୨୪୭୬୪.୨୮ କୋଟି, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ପାଇଁ ୧୯୭୨୯.୩୩ କୋଟି ଟଙ୍କା ବ୍ୟୟ ବରାଦ ହୋଇଛି। ଗୃହ ନିର୍ମାଣ ଓ ସହରାଞ୍ଚଳ ବିକାଶ ପାଇଁ ୯୮୬୮.୩୮ କୋଟି, କ୍ରୀଡ଼ା ଓ ଯୁବ ବ୍ୟାପାର ପାଇଁ ୧୩୦୪.୯୫ କୋଟି, ପଞ୍ଚାୟତିରାଜ ଓ ପାନୀୟ ଜଳ ପାଇଁ ୨୨୫୪୩.୩୩ କୋଟି, ଜଳ ସମ୍ପଦ ପାଇଁ ୧୩୨୬୭.୪୦ କୋଟି, ଜଙ୍ଗଲ ଓ ପରିବେଶ ବିଭାଗ ପାଇଁ ୧୨୧୯.୩୧ କୋଟି, କୃଷି ଓ କୃଷକ ସଶକ୍ତିକରଣ ପାଇଁ ୭୯୨୩.୮୭ କୋଟି ଟଙ୍କା ବ୍ୟୟ ମଞ୍ଜୁର ହୋଇଛି।
ଗ୍ରାମୀଣ ବିକାଶ ବିଭାଗ ପାଇଁ ୯୩୩୦ କୋଟି, ପର୍ଯ୍ୟଟନ ପାଇଁ ୮୧୭.୯୫ କୋଟି, ମତ୍ସ୍ୟ ଓ ପଶୁ ସମ୍ପଦ ପାଇଁ ୧୯୩୭.୬୫ କୋଟି, ମହିଳା ଓ ଶିଶୁ ବିକାଶ ପାଇଁ ୫୦୧୫.୧୫ କୋଟି, ଉଚ୍ଚ ଶିକ୍ଷା ପାଇଁ ୩୪୬୯.୮୩ କୋଟି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଲାଗି ୨୧୯.୮୨ କୋଟି, ମିଶନ ଶକ୍ତି ପାଇଁ ୨୭୬୦.୮୧ କୋଟି ଟଙ୍କା ବ୍ୟୟ ମଞ୍ଜୁର ହୋଇଛି।
ରାଜ୍ୟ ବଜେଟ୍ : ଧାନ ମୂଲ୍ୟ ଠିକ୍ ସମୟରେ ପ୍ରଦାନ ପାଇଁ ୨ ହଜାର କୋଟି ଟଙ୍କାର ରିଭଲଭିଂ ଫଣ୍ଡ୍
Next ArticleOdisha Finance Minister Presents Development and Investment-Oriented Budget for 2024-24: Major Highlights Here
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
