ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଡାକ୍ତର
ଭୁବନେଶ୍ୱର – ଭିଜିଲାନ୍ସ କବଜାରେ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଡାକ୍ତର। ଲାଞ୍ଚ ନେବାବେଳେ ଡାକ୍ତର ସୌରଭ ସୁପ୍ରୀତଙ୍କୁ ଧରିଛି ଭିଜିଲାନ୍ସ । ଅସ୍ତ୍ରୋପଚାର ପାଇଁ ଆସିଥିବା ଦୁଇ ରୋଗୀଙ୍କ ଠାରୁ ସେ ୬ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ି ବସିଥିଲେ ଭିଜିଲାନ୍ସ ଅଧିକାରୀ। ଖବର ମିଳିଛି ଯେ, ବେଲପାହାଡ଼ର ଦୁଇ ଜଣ ରୋଗୀ ଗୁରୁଦେବ ଗରଡ଼ିଆ ଓ ଜୟରାମ ଭଇଁସା ହାଇଡ୍ରୋସିଲ୍ ଅସ୍ତ୍ରୋପଚାର ହେବା ପାଇଁ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଆସିଥିଲେ। [...]
ଭୁବନେଶ୍ୱର – ଭିଜିଲାନ୍ସ କବଜାରେ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଡାକ୍ତର। ଲାଞ୍ଚ ନେବାବେଳେ ଡାକ୍ତର ସୌରଭ ସୁପ୍ରୀତଙ୍କୁ ଧରିଛି ଭିଜିଲାନ୍ସ । ଅସ୍ତ୍ରୋପଚାର ପାଇଁ ଆସିଥିବା ଦୁଇ ରୋଗୀଙ୍କ ଠାରୁ ସେ ୬ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ି ବସିଥିଲେ ଭିଜିଲାନ୍ସ ଅଧିକାରୀ।
ଖବର ମିଳିଛି ଯେ, ବେଲପାହାଡ଼ର ଦୁଇ ଜଣ ରୋଗୀ ଗୁରୁଦେବ ଗରଡ଼ିଆ ଓ ଜୟରାମ ଭଇଁସା ହାଇଡ୍ରୋସିଲ୍ ଅସ୍ତ୍ରୋପଚାର ହେବା ପାଇଁ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଆସିଥିଲେ। ଅସ୍ତ୍ରୋପଚାର କରିବା ପାଇଁ ଲାଞ୍ଚ ମାଗିଥିଲେ ଡାକ୍ତର ସୌରଭ ସୁପ୍ରୀତ। ନ ହେଲେ ଆସନ୍ତା ବୁଧବାର ଅପରେସନ କରାଯିବ ବୋଲି କହିଥିଲେ। ଗରିବ ହୋଇଥିବାରୁ ଟଙ୍କା ଦେଇପାରିବେ ନାହିଁ ବୋଲି ଦୁଇ ରୋଗୀ କହିଥିଲେ ମଧ୍ୟ ଡାକ୍ତର ଶୁଣିନଥିଲେ। ନିରାଶ ହୋଇ ଦୁଇ ରୋଗୀ ଭିଜିଲାନ୍ସରେ ଅଭିଯୋଗ କଲା ପରେ ଡାକ୍ତରଙ୍କୁ ଧରିବା ପାଇଁ ଜାଲ ବିଛାଯାଇଥିଲା ।
ଯୋଜନା ଅନୁଯାୟୀ, ଆଜି ସନ୍ଧ୍ୟାରେ ଏକ ହୋଟେଲ ନିକଟରେ ଡାକ୍ତର ସୌରଭ ସୁପ୍ରୀତ ୬ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ୍ ତାଙ୍କୁ ମାଡ଼ି ବସିଥିଲା।
Surgery Specialist at DHH Jharsuguda Apprehended for Taking Bribe from Patient
Next ArticleCM Naveen Enquires about Former MLA V. Sugnana Kumari Deo’s Health in Chennai
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
