ପରଲୋକରେ ଲୋକପ୍ରିୟ ଜନନେତ୍ରୀ ପୂର୍ବତନ ବିଧାୟିକା ଭି. ସୁଜ୍ଞାନ ଦେଓ
ଚେନ୍ନାଇ – ପରଲୋକରେ ଖଲ୍ଲିକୋଟ ରାଣୀ । ଦୀର୍ଘଦିନର ଅସୁସ୍ଥତା ପରେ ଆଖି ବୁଜିଛନ୍ତି ବରିଷ୍ଠ ବିଜେଡି ନେତ୍ରୀ ତଥା ପୂର୍ବତନ ବିଧାୟିକା ଭି. ସୁଜ୍ଞାନ ଦେଓ। ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି ପୂର୍ବତନ ବିଧାୟିକା। ମୃତ୍ୟୁବେଳକୁ ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା । ଦୀର୍ଘ ବର୍ଷ ଧରି ଗଞ୍ଜାମ ରାଜନୀତିରେ ଜଣେ ଟାଣୁଆ ରାଜନେତ୍ରୀ ଭାବେ ନିଜକୁ ପ୍ରତିପାଦିତ କରିଥିଲେ ଭି. ସୁଜ୍ଞାନ ଦେଓ । [...]
ଚେନ୍ନାଇ – ପରଲୋକରେ ଖଲ୍ଲିକୋଟ ରାଣୀ । ଦୀର୍ଘଦିନର ଅସୁସ୍ଥତା ପରେ ଆଖି ବୁଜିଛନ୍ତି ବରିଷ୍ଠ ବିଜେଡି ନେତ୍ରୀ ତଥା ପୂର୍ବତନ ବିଧାୟିକା ଭି. ସୁଜ୍ଞାନ ଦେଓ। ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି ପୂର୍ବତନ ବିଧାୟିକା। ମୃତ୍ୟୁବେଳକୁ ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା ।
ଦୀର୍ଘ ବର୍ଷ ଧରି ଗଞ୍ଜାମ ରାଜନୀତିରେ ଜଣେ ଟାଣୁଆ ରାଜନେତ୍ରୀ ଭାବେ ନିଜକୁ ପ୍ରତିପାଦିତ କରିଥିଲେ ଭି. ସୁଜ୍ଞାନ ଦେଓ । ଖଲ୍ଲିକୋଟ ରାଜ ପରିବାର ସଦସ୍ୟା ଭି.ସୁଜ୍ଞାନ ଦେଓ ୧୦ ଥର ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଦୀର୍ଘ ୬୦ ବର୍ଷ ଧରି ରାଜନୀତି ସହ ଯୋଡ଼ି ହୋଇ ସେ ଜନସେବାରେ ନିୟୋଜିତ ଥିଲେ । । ଖଲ୍ଲିକୋଟ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ସେ ୮ ଥର ବିଧାନସଭାକୁ ନିର୍ବାଚିତ ହୋଇଥିବା ବେଳେ ସୀମା ପୁନଃ ନିର୍ଦ୍ଧାରଣ ପରେ କବିସୂର୍ଯ୍ୟନଗର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଦୁଇ ଥର ନିର୍ବାଚିତ ହୋଇଥିଲେ ରାଣୀ ସାହେବା । ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରିଥିବା ଖଲ୍ଲିକୋଟ ରାଜପରିବାରର ରାଜା ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ବୋହୂ ଓ ପୂର୍ଣ୍ଣଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ପତ୍ନୀ ହେଉଛନ୍ତି ଭି. ସୁଜ୍ଞାନ ଦେଓ। ଖଲ୍ଲିକୋଟ, ଛତ୍ରପୁର, ହିଞ୍ଜିଳି, କବିସୂର୍ଯ୍ୟନଗରରେ ଶିକ୍ଷା, ସ୍ୱାସ୍ଥ୍ୟ, ଯୋଗାଯୋଗ ଆଦି କ୍ଷେତ୍ରରେ ରାଣୀ ସାହେବଙ୍କ ଉଲ୍ଲେଖନୀୟ ଅବଦାନ ରହିଛି । ଗତ କିଛି ବର୍ଷ ହେବ ସେ ସକ୍ରିୟ ରାଜନୀତିରୁ ଦୂରେଇ ରହିଥିଲେ ମଧ୍ୟ ଲୋକଙ୍କ ସହ ଯୋଗାଯୋଗରେ ରହୁଥିଲେ ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତକାଲି ସଂଧ୍ୟାରେ ଚେନ୍ନାଇ ଯାଇ ଭି. ସୁଜ୍ଞାନ କୁମାରୀ ଦେଓଙ୍କ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଥିଲେ । ସେଠାରେ ତାଙ୍କ ପରିବାର ଲୋକଙ୍କୁ ମଧ୍ୟ ଭେଟିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରୀ ଉଷା ଦେବୀ, ବିକ୍ରମ କେଶରୀ ଆରୁଖ, ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ,ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ ପ୍ରମୁଖ ଚେନ୍ନାଇ ଯାଇଥିଲେ ।
ସମସ୍ତଙ୍କ ସହଯୋଗରେ ବ୍ରହ୍ମପୁରର ବିକାଶ କରାଯିବ: ନୂଆ ବିଇଏମସି କମିଶନର୍
Next ArticleJSW Group To Sign MoU With Odisha Today For Setting Up World’s Largest Single-Location Electric Vehicle And Battery Plant
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
