ଭି. ସୁଜ୍ଞାନ କୁମାରୀ ଦେଓଙ୍କ ବିୟୋଗରେ ଅର୍ଥମନ୍ତ୍ରୀଙ୍କ ଶୋକ
ଭୁବନେଶ୍ୱର – ଖଲ୍ଲିକୋଟ ରାଣୀ ପୂର୍ବତନ ବରିଷ୍ଠ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କ ବିୟୋଗରେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଗଭୀର ଶୋକ ପ୍ରକାଶ କରିଛନ୍ତି l ଏକ ଶୋକ ବାର୍ତ୍ତା ରେ ସେ କହିଛନ୍ତି ଯେ “ଖଲ୍ଲିକୋଟ ରାଣୀ ପୂର୍ବତନ ବରିଷ୍ଠ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କ ବିୟୋଗରେ ସେ ଗଭୀର ମର୍ମାହତ l ତାଙ୍କ ଦୀର୍ଘ ଦିନର ରାଜନୈତିକ ଯାତ୍ରା ଥିଲା ଅବିସ୍ମରଣୀୟ l ୧୦ ଥର ବିଧାୟିକା ଭାବେ ନିର୍ବାଚିତ [...]
ଭୁବନେଶ୍ୱର – ଖଲ୍ଲିକୋଟ ରାଣୀ ପୂର୍ବତନ ବରିଷ୍ଠ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କ ବିୟୋଗରେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଗଭୀର ଶୋକ ପ୍ରକାଶ କରିଛନ୍ତି l ଏକ ଶୋକ ବାର୍ତ୍ତା ରେ ସେ କହିଛନ୍ତି ଯେ “ଖଲ୍ଲିକୋଟ ରାଣୀ ପୂର୍ବତନ ବରିଷ୍ଠ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କ ବିୟୋଗରେ ସେ ଗଭୀର ମର୍ମାହତ l ତାଙ୍କ ଦୀର୍ଘ ଦିନର ରାଜନୈତିକ ଯାତ୍ରା ଥିଲା ଅବିସ୍ମରଣୀୟ l ୧୦ ଥର ବିଧାୟିକା ଭାବେ ନିର୍ବାଚିତ ହେବା ତାଙ୍କ ଜନପ୍ରିୟତାର ପ୍ରମାଣ । ଜଣେ ସ୍ପଷ୍ଟବାଦୀ, କ୍ଷମତା ପ୍ରତି ଚିର ଅନାସକ୍ତ ରାଜନେତ୍ରୀ ଭାବେ ସେ ଜନମାନସରେ ସୁପରିଚିତ ଥିଲେ l ୫ ଦଶନ୍ଧି ଧରି ଖଲ୍ଲିକୋଟ ଓ କବିସୂର୍ଯ୍ୟନଗର ବିଧାୟିକାଭାବେ ସେ ଜନସାଧାରଣଙ୍କ ସେବାରେ ଆଜୀବନ ବ୍ରତୀ ଥିଲେ ଓ ଅଞ୍ଚଳର ସାମଗ୍ରିକ ବିକାଶରେ ଗୁରୁତ୍ବପୂର୍ଣ୍ଣ ଭୂମିକା ନେଇଥିଲେ l ତାଙ୍କ ବିୟୋଗରେ ଓଡ଼ିଶାର ରାଜନୀତି କ୍ଷେତ୍ରରେ ଏକ ଦାରୁଣ ଓ ଅପୂରଣୀୟ କ୍ଷତି ହୋଇଛି ବୋଲି ଶୋକ ବ୍ୟକ୍ତ କରି ଅର୍ଥମନ୍ତ୍ରୀ କହିଛନ୍ତି। ତାଙ୍କର ଅମର ଆତ୍ମାର ସଦଗତି କାମନା କରିବା ସଂଗେ ସଙ୍ଗେ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ଅର୍ଥମନ୍ତ୍ରୀ ଆରୁଖ ।
ବିଦ୍ୟୁତ ଚାଳିତ ଗାଡ଼ି ଓ ବ୍ୟାଟେରୀ ନିର୍ମାଣ କାରଖାନା ପାଇଁ ଆଜି ଓଡ଼ିଶା ସରକାର- ଜେଏସଡବ୍ଲୁ ଏମ ଓୟୁ
Next Articleନିଜ ସ୍କୁଲ କର୍ମଚାରୀଙ୍କ ଠାରୁ ଲାଞ୍ଚ ନେବାବେଳେ ପ୍ରଧାନଶିକ୍ଷକଙ୍କ ଧରିଲା ଭିଜିଲାନ୍ସ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
