ଓଡ଼ିଶାରେ ପ୍ରତିଷ୍ଠା ହେବ ମେଗା ବୈଦ୍ୟୁତିକ ଗାଡ଼ି ଓ ବ୍ୟାଟେରୀ ନିର୍ମାଣ ଶିଳ୍ପ: ରାଜ୍ୟ ସରକାରଙ୍କ ସହ ବୁଝାମଣାପତ୍ର ସ୍ବାକ୍ଷର କଲା ଜେଏସଡବ୍ଲୁ
ଭୁବନେଶ୍ବର – ଓଡ଼ିଶାରେ ବିଦ୍ୟୁତ ଚାଳିତ ଗାଡ଼ି ଓ ବ୍ୟାଟେରୀ ପ୍ରସ୍ତୁତ କାରଖାନା ନିର୍ମାଣ କରିବ ଜେଏସଡବ୍ଲୁ । ଆଜି ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଜେଏସଡବ୍ଲୁ ଓ ରାଜ୍ୟ ସରକାରଙ୍କ ମଧ୍ୟରେ ବୁଝାମଣାପତ୍ର -ଏମଓୟୁ ସ୍ବାକ୍ଷରିତ ହୋଇଛି। ବୁଝାମଣାପତ୍ର ଅନୁସାରେ କଟକ ନରାଜରେ ପ୍ରତିଷ୍ଠା ହେବ ବିଦ୍ୟୁତ ଚାଳିତ ଗାଡ଼ି ପ୍ରକଳ୍ପ । ଉଭୟ ଗାଡି ଓ ବ୍ୟାଟେରୀ ପ୍ରସ୍ତୁତ କରିବ ଜେଏସଡବ୍ଲୁ । ସିଙ୍ଗଲ ଲୋକେସନରେ ଓଡ଼ିଶାରେ ବିଶ୍ବର ସର୍ବବୃହତ ବ୍ୟାଟେରୀ ପ୍ରସ୍ତୁତ [...]
ଭୁବନେଶ୍ବର – ଓଡ଼ିଶାରେ ବିଦ୍ୟୁତ ଚାଳିତ ଗାଡ଼ି ଓ ବ୍ୟାଟେରୀ ପ୍ରସ୍ତୁତ କାରଖାନା ନିର୍ମାଣ କରିବ ଜେଏସଡବ୍ଲୁ । ଆଜି ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଜେଏସଡବ୍ଲୁ ଓ ରାଜ୍ୟ ସରକାରଙ୍କ ମଧ୍ୟରେ ବୁଝାମଣାପତ୍ର -ଏମଓୟୁ ସ୍ବାକ୍ଷରିତ ହୋଇଛି। ବୁଝାମଣାପତ୍ର ଅନୁସାରେ କଟକ ନରାଜରେ ପ୍ରତିଷ୍ଠା ହେବ ବିଦ୍ୟୁତ ଚାଳିତ ଗାଡ଼ି ପ୍ରକଳ୍ପ । ଉଭୟ ଗାଡି ଓ ବ୍ୟାଟେରୀ ପ୍ରସ୍ତୁତ କରିବ ଜେଏସଡବ୍ଲୁ । ସିଙ୍ଗଲ ଲୋକେସନରେ ଓଡ଼ିଶାରେ ବିଶ୍ବର ସର୍ବବୃହତ ବ୍ୟାଟେରୀ ପ୍ରସ୍ତୁତ କାରଖାନା ନିର୍ମାଣ କରିବ ଜେଏସଡବ୍ଲୁ । ଯାନ ଓ ବ୍ୟାଟେରୀ ପ୍ରସ୍ତୁତ କରିବା ସହ ଯନ୍ତ୍ରାଂଶ ନିର୍ମାଣ କରିବ ଜେଏସଡବ୍ଲୁ । ୫୦ ହଜାର ମେଗାଓ୍ବାଟର ବ୍ୟାଟେରୀ ମାନୁଫାକଚରିଂ ୟୁନିଟ ପ୍ରସ୍ତୁତ ହେବ । ଇଭି ପାଇଁ ନରାଜ ଠାରେ କମ୍ପାନୀକୁ ୯ ଶହ ଏକର ଜମି ଯୋଗାଇ ଦିଆଯାଇଛି । ପାରାଦୀପରେ କମ୍ପାନୀ ଇଭି ପାଇଁ ବ୍ଯାଟେରୀ ନିର୍ମାଣ କରିବ । ବ୍ୟାଟେରୀ ପାଇିଁ କମ୍ପାନୀ ଚିଲିରୁ କପର୍ ଓ ଅଷ୍ଟ୍ରେଲିଆରୁ ଲିଥିୟମ ଆଣିବ । ବ୍ୟାଟେରୀ ପାରାଦୀପରୁ ଆଣି ନରାଜରେ ଇଭିରେ ଫିଟିଂ କରିବ କମ୍ପାନୀ । ପ୍ରକଳ୍ପ ଲାଗି ୪୦ ହଜାର କୋଟି ଟଙ୍କାର ପୁଞ୍ଜିନିବେଶ ହେବ । ଏହି ପ୍ରକଳ୍ପ ଦ୍ୱାରା ୧୧ରୁ ୧୨ ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ।
ଅମିତ ଶାହଙ୍କ ବଡ଼ ଘୋଷଣା, ଲୋକସଭା ନିର୍ବାଚନ ପୂର୍ବରୁ ଲାଗୁ ହେବ ସିଏଏ
Next ArticleJagannath Rath Sworn in as State Information Commissioner
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
