ମଧୁବାବୁ ପେନସନ ଯୋଜନାରେ ୫୦୦ ଟଙ୍କା ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ , ସର୍ବନିମ୍ନ ସହାୟତା ୧୦୦୦ ଟଙ୍କା
ଭୁବନେଶ୍ଵର – ମଧୁବାବୁ ପେନସନ ଯୋଜନାର ହିତାଧିକାରୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଯୋଜନାରେ ମାସିକ ପେନସନ ରାଶିରେ ୫୦୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି। ଏଣିକି ମଧୁବାବୁ ପେନସନ ଯୋଜନାରେ ହିତାଧିକାରୀମାନେ ସର୍ବନିମ୍ନ ପେନସନ ରାଶି ୧୦୦୦ ଟଙ୍କା ପାଇବେ। ଏହି ବର୍ଦ୍ଧିତ ପେନସନ ହିତାଧିକାରୀମାନେ ଚଳିତ ମାସରୁ ପାଇବେ। ପୂର୍ବରୁ ଏହି ଯୋଜନାରେ ହିତାଧିକାରୀମାନେ ଯଥାକ୍ରମେ ୫୦୦, ୭୦୦ ଓ ୯୦୦ ଟଙ୍କା ପାଉଥିଲେ । ବର୍ଦ୍ଧିତ ପେନସନ ଅନୁଯାୟୀ [...]
ଭୁବନେଶ୍ଵର – ମଧୁବାବୁ ପେନସନ ଯୋଜନାର ହିତାଧିକାରୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଯୋଜନାରେ ମାସିକ ପେନସନ ରାଶିରେ ୫୦୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି। ଏଣିକି ମଧୁବାବୁ ପେନସନ ଯୋଜନାରେ ହିତାଧିକାରୀମାନେ ସର୍ବନିମ୍ନ ପେନସନ ରାଶି ୧୦୦୦ ଟଙ୍କା ପାଇବେ। ଏହି ବର୍ଦ୍ଧିତ ପେନସନ ହିତାଧିକାରୀମାନେ ଚଳିତ ମାସରୁ ପାଇବେ। ପୂର୍ବରୁ ଏହି ଯୋଜନାରେ ହିତାଧିକାରୀମାନେ ଯଥାକ୍ରମେ ୫୦୦, ୭୦୦ ଓ ୯୦୦ ଟଙ୍କା ପାଉଥିଲେ । ବର୍ଦ୍ଧିତ ପେନସନ ଅନୁଯାୟୀ ସେମାନେ ଏବେ ଯଥାକ୍ରମେ ୧୦୦୦, ୧୨୦୦ ଓ ୧୪୦୦ ଟଙ୍କା ପାଇବେ। ଏହି ବର୍ଦ୍ଧିତ ପେନସନ ପାଇଁ ରାଜ୍ୟ ସରକାର ବାର୍ଷିକ ୩ ହଜାର ୬୮୩ କୋଟି ଟଙ୍କା ଖର୍ଚ୍ଚ କରିବେ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଜାତୀୟ ସାମାଜିକ ସୁରକ୍ଷା କାର୍ଯ୍ୟକ୍ରମ ହିତାଧିକାରୀଙ୍କ ପାଇଁ ମାସିକ ପେନସନରେ ମଧ୍ୟ ୫୦୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି। ମଧୁବାବୁ ପେନସନ ଯୋଜନାରେ ହିତାଧିକାରୀମାନଙ୍କୁ ଫେବ୍ରୁଆରୀ ମାସର ପେନସନ ଆସନ୍ତା ୨୦ ରୁ ୨୫ ତାରିଖ ମଧ୍ୟରେ ପ୍ରତ୍ୟକ୍ଷ ଭାବେ ମିଳିବ। ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ସମୟରେ ବିଭିନ୍ନ ଅଞ୍ଚଳର ଲୋକ ମାନେ ଏହି ପେନସନ ରାଶି ବୃଦ୍ଧି କରିବାକୁ ଅନୁରୋଧ କରିଥିଲେ। ଲୋକଙ୍କ ଅନୁରୋଧକୁ ଗ୍ରହଣ କରି ମୁଖ୍ୟମନ୍ତ୍ରୀ ସାମାଜିକ ସୁରକ୍ଷା ପେନସନ ଯୋଜନାର ଏହି ପେନସନ ରାଶି ପରିମାଣକୁ ବୃଦ୍ଧି କରିଛନ୍ତି। ନିକଟରେ ମୁଖ୍ୟମନ୍ତ୍ରୀ ମଧୁବାବୁ ପେନସନ ଯୋଜନାର ହିତାଧିକାରୀମାନଙ୍କ ସଂଖ୍ୟା ବୃଦ୍ଧି କରିଥିଲେ। ଗତ ବର୍ଷ ଅଗଷ୍ଟରେ ହିତାଧିକାରୀଙ୍କ ସଂଖ୍ୟା ୪.୧୩ ଲକ୍ଷକୁ ବୃଦ୍ଧି ପାଇଥିଲା ଏବଂ ଏବେ ଆଉ ୪ ଲକ୍ଷ ଅନ୍ତର୍ଭୁକ୍ତ ହେବା ପରେ ବର୍ତ୍ତମାନ ସମୁଦାୟ ୩୬.୭୫ ଲକ୍ଷ ହିତାଧିକାରୀ ଏହି ଯୋଜନାର ଲାଭ ପାଉଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟ ସରକାର ବିଭିନ୍ନ ବର୍ଗର ଲୋକଙ୍କ ପାଇଁ ସାମାଜିକ ସୁରକ୍ଷା ପେନସନ ବ୍ୟବସ୍ଥା କରିଛନ୍ତି। ଏଥିରେ ବରିଷ୍ଠ ନାଗରିକ, ବିଧବା, ଭିନ୍ନକ୍ଷମ, ଅବିବାହିତା ମହିଳା, ସୁସ୍ଥ ହୋଇଥିବା କୁଷ୍ଠ ରୋଗୀ, ଓଡିଶା ରାଜ୍ୟ ଏଡ୍ସ ସେଲ ଦ୍ୱାରା ଚିହ୍ନଟକୃତ ଏଡ୍ସ ରୋଗୀ, ଛାଡ଼ପତ୍ର ପାଇଥିବା ମହିଳା, ଟ୍ରାନ୍ସଜେଣ୍ଡର , କୋଭିଡ ଦ୍ୱାରା ହୋଇଥିବା ଅନାଥ ପିଲା ଓ ବିଧବାଙ୍କ ସହିତ ଅନ୍ୟାନ୍ୟ ଦୁର୍ବଳ ଶ୍ରେଣୀର ବ୍ୟକ୍ତିଙ୍କୁ ସାମିଲ କରାଯାଇଛି। ଏଥିସହିତ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ ହିତାଧିକାରୀମାନଙ୍କୁ ମଧ୍ୟ ରାଜ୍ୟ ସରକାର ଅତିରିକ୍ତ ସହାୟତା ଦେଉଛନ୍ତି।
ଏହି ଯୋଜନାରେ ଛୋଟ ପିଲା ଠାରୁ ୭୯ ବର୍ଷ ପର୍ଯ୍ୟନ୍ତ ହିତାଧିକାରୀ ମାନେ ମାସକୁ ୫୦୦ ଟଙ୍କା ପାଇଥାନ୍ତି। ୮୦ ବର୍ଷ ବା ଅଧିକ ବୟସର ଲୋକ ମାସକୁ ୭୦୦ ଟଙ୍କା ପାଆନ୍ତି। ଭିନ୍ନକ୍ଷମ ବ୍ୟକ୍ତିଙ୍କ କ୍ଷେତ୍ରରେ ୪୦ ରୁ ୫୯ ପ୍ରତିଶତ ଅକ୍ଷମତା ଥିବା ଲୋକ ମାସକୁ ୫୦୦ ଟଙ୍କା ପାଉଥିବା ବେଳେ ୬୦ ପ୍ରତିଶତ ବା ଅଧିକ ଅକ୍ଷମତା ଥିବା ବ୍ୟକ୍ତି ୭୦୦ ଟଙ୍କା ପାଆନ୍ତି। ୬୦ ପ୍ରତିଶତରୁ ଅଧିକ ଅକ୍ଷମତା ଥିବା ୮୦ ବର୍ଷ ବୟସରୁ ଉର୍ଦ୍ଧ୍ ଲୋକଙ୍କୁ ମାସିକ ୯୦୦ ଟଙ୍କା ମିଳିଥାଏ। ବର୍ତ୍ତମାନ ସମସ୍ତେ ବର୍ଦ୍ଧିତ ଭତ୍ତା ପାଇବେ ।
ମହଙ୍ଗା ପଡ଼ିଲା ଅପରେସନ୍ ଥିଏଟରରେ ପ୍ରାକ୍ ବିବାହ ଫଟୋ ସୁଟ୍, ଡ଼ାକ୍ତର ବରଖାସ୍ତ
Next ArticleCM Announces Rs 500 Hike in Pension Amount under Madhu Babu Pension Yojana
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
