୫-ଟି ଉଚ୍ଚ ବିଦ୍ୟାଳୟ ରୂପାନ୍ତରଣ କାର୍ଯ୍ୟକ୍ରମ ଓ ମୋ ସ୍କୁଲ ଅଭିଯାନକୁ ସ୍କଚ୍ ଆୱାର୍ଡ
ଭୁବନେଶ୍ଵର – ଓଡ଼ିଶାର “ମୋ ସ୍କୁଲ ଅଭିଆନ” ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଦିଲ୍ଲୀର ସମ୍ବିଧାନ କ୍ଲବରେ ଶିକ୍ଷାବର୍ଗ ଅଧୀନରେ ସମ୍ମାନଜନକ ସ୍କଚ୍ ପୁରସ୍କାରରେ ଶନିବାର ଦିନ ସମ୍ମାନିତ ହୋଇଛି। ମୋ ସ୍କୁଲ୍ ଅଭିଯାନର “ପୁରାତନ ଛାତ୍ର ସଂଯୋଗ କାର୍ଯ୍ୟକ୍ରମ” ଏବଂ “୫-ଟି ଉଚ୍ଚ ବିଦ୍ୟାଳୟ ରୂପାନ୍ତରଣ କାର୍ଯ୍ୟକ୍ରମ” ମାନ୍ୟତା ପାଇଁ ଏହି ପୁରସ୍କାର ପ୍ରଦାନ କରାଯାଇଛି | ଓଡ଼ିଶାର ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟରେ ଜାତୀୟସ୍ତରର ଅଗ୍ରଣୀ ଶିକ୍ଷାନୁଷ୍ଠାନର ସୁବିଧା ଯୋଗାଇଛି [...]
ଭୁବନେଶ୍ଵର – ଓଡ଼ିଶାର “ମୋ ସ୍କୁଲ ଅଭିଆନ” ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଦିଲ୍ଲୀର ସମ୍ବିଧାନ କ୍ଲବରେ ଶିକ୍ଷାବର୍ଗ ଅଧୀନରେ ସମ୍ମାନଜନକ ସ୍କଚ୍ ପୁରସ୍କାରରେ ଶନିବାର ଦିନ ସମ୍ମାନିତ ହୋଇଛି। ମୋ ସ୍କୁଲ୍ ଅଭିଯାନର “ପୁରାତନ ଛାତ୍ର ସଂଯୋଗ କାର୍ଯ୍ୟକ୍ରମ” ଏବଂ “୫-ଟି ଉଚ୍ଚ ବିଦ୍ୟାଳୟ ରୂପାନ୍ତରଣ କାର୍ଯ୍ୟକ୍ରମ” ମାନ୍ୟତା ପାଇଁ ଏହି ପୁରସ୍କାର ପ୍ରଦାନ କରାଯାଇଛି |
ଓଡ଼ିଶାର ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟରେ ଜାତୀୟସ୍ତରର ଅଗ୍ରଣୀ ଶିକ୍ଷାନୁଷ୍ଠାନର ସୁବିଧା ଯୋଗାଇଛି ୫-ଟି ଉଚ୍ଚ ବିଦ୍ୟାଳୟ ରୂପାନ୍ତରୀକରଣ କାର୍ଯ୍ୟକ୍ରମ । ଉଚ୍ଚ ବିଦ୍ୟାଳୟର ଭିଭିଭୂମି ସୁଦୃଢ଼ ହୋଇଛି। ଉନ୍ନତ ଓ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବାକୁ ପ୍ରାଥମିକତା ଦିଆଯାଉଛି। ଶ୍ରେଷ୍ଠ ଶିକ୍ଷା ବ୍ୟବସ୍ଥା ସହ ଶୈକ୍ଷିକ ବାତାବରଣ ପ୍ରଦାନ କରିବା ପାଇଁ ରାଜ୍ୟ ସରକାର ହାଇସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ ଜାରି ରଖିଛନ୍ତି। ଏହି କ୍ରମରେ ୫-ଟି ଉଚ୍ଚ ବିଦ୍ୟାଳୟ ରୂପାନ୍ତରଣ କାର୍ଯ୍ୟକ୍ରମ ଅଧିନରେ ପର୍ଯ୍ୟାୟକ୍ରମେ ରାଜ୍ୟର ମୋଟ ୮ ହଜାର ୬୭୭ଟି ହାଇସ୍କୁଲ ରୂପାନ୍ତରିତ ହୋଇଛି। ରୂପାନ୍ତରିତ ବିଦ୍ୟାଳୟରେ ଛାତ୍ରଛାତ୍ରୀମାନଙ୍କ ସଫଳ ଭବିଷ୍ୟତ ପାଇଁ ସମସ୍ତ ସୁବିଧା ସୁଯୋଗ ଯୋଗାଇ ଦିଆଯାଇଛି।
ବର୍ତ୍ତମାନର ଛାତ୍ରଛାତ୍ରୀମାନେ ୫-ଟି ଉଚ୍ଚ ବିଦ୍ୟାଳୟ ରୂପାନ୍ତରୀକରଣ ମାଧ୍ୟମରେ ନୂଆ ନୂଆ ବୈଷୟିକ ଜ୍ଞାନକୌଶଳ ବିଷୟରେ ଜାଣିବାକୁ ସକ୍ଷମ ହୋଇପାରୁଛନ୍ତି। କ୍ରୀଡ଼ା କ୍ଷେତ୍ରରେ ମଧ୍ୟ ବିଦ୍ୟାଳୟ ଛାତ୍ରଛାତ୍ରୀମାନେ ଉତ୍ତମ ପ୍ରଦର୍ଶନ କରୁଛନ୍ତି। ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟଗୁଡ଼ିକର ଗାରିମା ବୃଦ୍ଧି ଘଟିଛି।
ସେହିପରି, ୨୦୧୭ ମସିହା ନଭେମ୍ବର ମାସ ୧୪ ତାରିଖ, ଶିଶୁ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ଦିଗ୍ଦର୍ଶନରେ ଆରମ୍ଭ ହୋଇଥିଲା ଏକ ଯୁଗାନ୍ତକାରୀ ଅଭିନବ ପ୍ରୟାସ । ପୁରାତନ ଛାତ୍ରଛାତ୍ରୀଙ୍କୁ ସେମାନେ ପଢ଼ିଥିବା ବିଦ୍ୟାଳୟ ସହ ସମ୍ପୃକ୍ତ କରି ରାଜ୍ୟରେ ଥିବା ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ସର୍ବାଙ୍ଗୀନ ବିକାଶ କରିବାକୁ ଅଙ୍କା ହୋଇଥିଲା ନକ୍ସା । ଅରମ୍ଭ ହୋଇଥିଲା ‘ମୋ ସ୍କୁଲ୍ ଅଭିଯାନ’ । ରାଜ୍ୟର ଜନସାଧାରଣ ଏବଂ ସରକାରଙ୍କ ମଧ୍ୟରେ ସହଭାଗୀତା ରକ୍ଷା କରି ସରକାରୀ ଶିକ୍ଷାନୁଷ୍ଠାନଗୁଡ଼ିକର ସର୍ବାଙ୍ଗୀନ ବିକାଶ କରିବା ଏହି ଅଭିଯାନର ମୂଳ ଲକ୍ଷ୍ୟ ଥିଲା । ବିଦ୍ୟାଳୟ ବିକାଶ ପ୍ରକ୍ରିୟାରେ ପୁରାତନ ଛାତ୍ରଛାତ୍ରୀଙ୍କୁ ସିଧାସଳଖ ଭାବରେ ଅନ୍ତର୍ଭୁକ୍ତ କରିବାକୁ ‘ମୋ ସ୍କୁଲ୍’ ଏକ ସର୍ବୋତ୍କୃଷ୍ଟ ମଞ୍ଚ । ଏକ ଛୋଟ କାର୍ଯ୍ୟକ୍ରମ ଭାବରେ ଆରମ୍ଭ ହୋଇଥିବା ଏହି ଅଭିଯାନ ଇତିମଧ୍ୟରେ ୬ବର୍ଷ ପୂରଣ କରି ୭ବର୍ଷରେ ପଦାର୍ପଣ କରିଛି । ମାତ୍ର ସ୍ୱଳ୍ପ ସମୟ ମଧ୍ୟରେ ଏକ ଅଭିଯାନରୁ ଏକ ଆନ୍ଦୋଳନରେ ପରିଣତ ହୋଇଛି ‘ମୋ ସ୍କୁଲ୍ ଅଭିଯାନ’ ।
ରାଜ୍ୟର ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଭିତ୍ତିତ୍ତିଭୂମି ବିକାଶ ସହ ଛାତ୍ରଛାତ୍ରୀଙ୍କ ଶୈକ୍ଷିକ ବିକାଶ, କ୍ରୀଡ଼ା, କଳା, ସଂସ୍କୃତି, ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ଭଳି କ୍ଷେତ୍ରରେ ପ୍ରତିଭା ପ୍ରଦର୍ଶନ ପାଇଁ ପିଲାମାନଙ୍କୁ ଉତ୍ସାହିତ କରାଯାଉଛି । ମୋ ସ୍କୁଲ୍ ଅଭିଯାନ ୩୦ ଲକ୍ଷରୁ ଊର୍ଦ୍ଧ୍ୱ ପୁରାତନ ଛାତ୍ରଛାତ୍ରୀଙ୍କ ସହିତ ଯୋଡ଼ି ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୭ଲକ୍ଷରୁ ଊର୍ଦ୍ଧ୍ୱ ପୁରାତନ ଛାତ୍ରଛାତ୍ରୀ ଆର୍ଥିକ ସହଯୋଗ ପ୍ରଦାନ କରିଛନ୍ତି । ସେହିଭଳି ୧୩ଲକ୍ଷରୁ ଊର୍ଦ୍ଧ୍ୱ ପୁରାତନ ଛାତ୍ରଛାତ୍ରୀ ବିଭିନ୍ନ ମାଧ୍ୟମରେ ‘ମୋ ସ୍କୁଲ୍’ ମାଧ୍ୟମରେ ନିଜ ସ୍କୁଲ ସହ ଯୋଡ଼ି ହୋଇ ସ୍କୁଲ୍ର ବିକାଶ ପ୍ରକ୍ରିୟାରେ ଭାଗିଦାରୀ ହୋଇଛନ୍ତି । ଏହି ପୁରାତନ ଛାତ୍ରଛାତ୍ରୀମାନେ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବରେ ନୂତନ ପିଢ଼ିର ଛାତ୍ରଛାତ୍ରୀଙ୍କ ପାଖରେ ପହଞ୍ଚି ସେମାନଙ୍କର ବୌଦ୍ଧିକ ବିକାଶରେ ଭାଗିଦାରୀ ହୋଇଛନ୍ତି । ଇତିମଧ୍ୟରେ ରାଜ୍ୟର ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ପଢ଼ୁଥିବା ୫୩ଲକ୍ଷରୁ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀଙ୍କ ନିକଟରେ ପହଞ୍ଚିବାରେ ସଫଳ ହୋଇଛି ‘ମୋ ସ୍କୁଲ୍’ । ଏହି ପୁରସ୍କାର ମୋ ସ୍କୁଲକୁ ଆଣିଦେଇଛି ଆଉ ଏକ ସଫଳତାର ଫର୍ଦ୍ଦ ।
ଏହି ପୁରସ୍କାର ବିତରଣ କାର୍ଯ୍ୟକ୍ରମରେ ଯୋଗଦେଇ ଓସେପାର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ତଥା ମୋ ସ୍କୁଲର ସଦସ୍ୟ ସଚିବ ଅନୁପମ ସାହା କହିଛନ୍ତି, ଶିକ୍ଷାଗତ ଦୃଶ୍ୟପଟ୍ଟରେ ପରିବର୍ତ୍ତନ ଆଣିବା ପାଇଁ ଆମର ଉଦ୍ୟମ, ଆମକୁ ଆଜି ଏହି ସଫଳତା ଆଣି ଦେଇଛି । ଏହି ପୁରସ୍କାର ଗ୍ରହଣ କରି ସେ ଖୁବ୍ ଗୌରବାନ୍ୱିତ ବୋଲି ମତବ୍ୟକ୍ତ କରିଛନ୍ତି । ମୋ ସ୍କୁଲର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଅମରଜିତ ଜେନା ମଧ୍ୟ ଏହି ପୁରସ୍କାର ବିତରଣ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ । ଶାସନ, ଶିକ୍ଷା ଏବଂ ଅନ୍ୟାନ୍ୟ ବର୍ଗରେ ଉତ୍କର୍ଷତାକୁ ସ୍ୱୀକୃତି ଦେବା ପାଇଁ ସ୍କଚ୍ ଆୱାର୍ଡ଼ ଏକ ବେଶ୍ ଜଣାଶୁଣା ପୁରସ୍କାର । ଏହି ସମଗ୍ର ଦେଶରେ ବ୍ୟକ୍ତିବିଶେଷ ଏବଂ ସଂଗଠନର ପ୍ରଭାବଶାଳୀ କାର୍ଯ୍ୟକୁ ସ୍ବୀକୃତି ପ୍ରଦାନ କରିଥାଏ |
ହକି ପ୍ରୋ ଲିଗ୍ : ସ୍ପେନକୁ ହରାଇଲା ଭାରତ, ଓଡ଼ିଶାକୁ ଆନ୍ତର୍ଜାତିକ ହକି ଫେରିଥିବାରୁ ଖୁସି ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ
Next ArticleOdisha Ranks Number One in SKOCH State of Governance Report 2023
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
