ଅଣ୍ଡର-୧୯ ବିଶ୍ୱକପ: ଆଜି ଭାରତ-ଅଷ୍ଟ୍ରେଲିଆ ଟାଇଟଲ୍ ଲଢ଼େଇ
ବେନୋନି (ଦକ୍ଷିଣ ଆଫ୍ରିକା): ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ରବିବାର ଆଇସିସି ଅଣ୍ଡର-୧୯ କ୍ରିକେଟ୍ ବିଶ୍ୱକପ ଫାଇନାଲ୍ ଖେଳାଯିବ । ଏହି ଟୁର୍ଣ୍ଣାମେଣ୍ଟରେ ସବୁଠୁ ସଫଳ ଦଳ ଭାବେ ଭାରତ ସର୍ବାଧିକ ୫ ଥର ଟାଇଟଲ୍ ଜିତିଛି । ରବିବାର ଅଷ୍ଟ୍ରେଲିଆ ବିପକ୍ଷ ଫାଇନାଲ ଜିତି ରେକର୍ଡ ଷଷ୍ଠ ଥର ଚାମ୍ପିୟନ୍ ହେବା ଲକ୍ଷ୍ୟରେ ପଡ଼ିଆକୁ ଓହ୍ଲାଇବ ଭାରତ । ଭାରତୀୟ ଦଳ ନବମ ଥର ଫାଇନାଲ ଖେଳିବାକୁ ଥିବାବେଳେ ଅଷ୍ଟ୍ରେଲିଆର ଏହା ଷଷ୍ଠ ଫାଇନାଲ ହେବ [...]
ବେନୋନି (ଦକ୍ଷିଣ ଆଫ୍ରିକା): ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ରବିବାର ଆଇସିସି ଅଣ୍ଡର-୧୯ କ୍ରିକେଟ୍ ବିଶ୍ୱକପ ଫାଇନାଲ୍ ଖେଳାଯିବ । ଏହି ଟୁର୍ଣ୍ଣାମେଣ୍ଟରେ ସବୁଠୁ ସଫଳ ଦଳ ଭାବେ ଭାରତ ସର୍ବାଧିକ ୫ ଥର ଟାଇଟଲ୍ ଜିତିଛି । ରବିବାର ଅଷ୍ଟ୍ରେଲିଆ ବିପକ୍ଷ ଫାଇନାଲ ଜିତି ରେକର୍ଡ ଷଷ୍ଠ ଥର ଚାମ୍ପିୟନ୍ ହେବା ଲକ୍ଷ୍ୟରେ ପଡ଼ିଆକୁ ଓହ୍ଲାଇବ ଭାରତ । ଭାରତୀୟ ଦଳ ନବମ ଥର ଫାଇନାଲ ଖେଳିବାକୁ ଥିବାବେଳେ ଅଷ୍ଟ୍ରେଲିଆର ଏହା ଷଷ୍ଠ ଫାଇନାଲ ହେବ । ଅଷ୍ଟ୍ରେଲିଆ ନାମରେ ରହିଛି ତିନୋଟି ଟ୍ରଫି। ଶେଷଥର ଅଷ୍ଟ୍ରେଲିଆ ୨୦୧୦ରେ ପାକିସ୍ତାନକୁ ହରାଇ ଟ୍ରଫି ଜିତିଥିଲା।
ଉଦୟ ପ୍ରତାପ ସହାରନଙ୍କ ନେତୃତ୍ୱରେ ଭାରତୀୟ ଦଳ ଚଳିତ ଟୁର୍ଣ୍ଣାମେଣ୍ଟରେ ବର୍ତ୍ତମାନ ପର୍ଯ୍ୟନ୍ତ ଭଲ ପ୍ରଦର୍ଶନ କରିଛି । ତେଣୁ ଅଷ୍ଟ୍ରେଲିଆ ବିପକ୍ଷ ଫାଇନାଲରେ ଭାରତ ଫେଭରିଟ୍ ବିବେଚିତ ହେଉଛି ।
୨୦୧୨ ଏବଂ ୨୦୧୮ର ଫାଇନାଲରେ ଭାରତ ଅଷ୍ଟ୍ରେଲିଆକୁ ହରାଇ ଟାଇଟଲ୍ ଜିତିଥିଲା । ଏଥର ମଧ୍ୟ କଙ୍ଗାରୁ ଦଳ ବିପକ୍ଷରେ ଅନୁରୂପ ସଫଳତା ହାସଲ ଲକ୍ଷ୍ୟରେ ରହିବ ଭାରତ ।
ପ୍ରଥମ ସେମିଫାଇନାଲରେ ଭାରତ ଆୟୋଜକ ଦକ୍ଷିଣ ଆଫ୍ରିକାକୁ ୨ ଓ୍ବିକେଟରେ ହରାଇଥିଲା । ଦ୍ବିତୀୟ ସେମିଫାଇନାଲରେ ପାକିସ୍ତାନକୁ ୧ ଓ୍ବିକେଟରେ ହରାଇ ଫାଇନାଲକୁ ଉନ୍ନୀତ ହୋଇଥିଲା ଅଷ୍ଟ୍ରେଲିଆ ।
ସ୍କଚ୍ ‘ଷ୍ଟେଟ୍ ଅଫ୍ ଗଭର୍ଣ୍ଣାନସ’ରେ ଓଡ଼ିଶା ନମ୍ବର ୱାନ୍
Next Articleଆଜି ଖଲ୍ଲିକୋଟ ରାଜପରିବାର ଶ୍ମଶାନରେ ରାଣୀସାହେବାଙ୍କ ଶେଷକୃତ୍ୟ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
