ଭିମସାର ପାଇଁ ହଜାରେ କୋଟିର ପ୍ୟାକେଜ, ବଦଳିବ ରୂପରେଖ
ସମ୍ବଲପୁର: ବୁର୍ଲା ସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା କେନ୍ଦ୍ର (ଭିମସାର)ର ରୂପରେଖ ବଦଳିବ। ଏଥିପାଇଁ ହଜାରେ କୋଟିର ପ୍ୟାକେଜ ବ୍ୟବସ୍ଥା ହୋଇଥିବା ନେଇ ଆଜି ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ସୂଚନା ଦେଇଛନ୍ତି। ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଭିମସାର ନିର୍ଦ୍ଦେଶକଙ୍କ ସମେତ ବିଭାଗୀୟ ମୁଖ୍ଯମାନେ ଯୋଗ ଦେଇଥିଲେ। ଏଥିରେ ପ୍ରଥମ ପର୍ଯ୍ୟାୟରେ ଶିଶୁ ଓ ମହିଳା ରୋଗ ବିଭାଗର ବିକାଶ କରିବାକୁ ସ୍ଥିର ହୋଇଛି। ଏଥିପାଇଁ ୭ ଶହ [...]
ସମ୍ବଲପୁର: ବୁର୍ଲା ସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା କେନ୍ଦ୍ର (ଭିମସାର)ର ରୂପରେଖ ବଦଳିବ। ଏଥିପାଇଁ ହଜାରେ କୋଟିର ପ୍ୟାକେଜ ବ୍ୟବସ୍ଥା ହୋଇଥିବା ନେଇ ଆଜି ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ସୂଚନା ଦେଇଛନ୍ତି।
ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଭିମସାର ନିର୍ଦ୍ଦେଶକଙ୍କ ସମେତ ବିଭାଗୀୟ ମୁଖ୍ଯମାନେ ଯୋଗ ଦେଇଥିଲେ। ଏଥିରେ ପ୍ରଥମ ପର୍ଯ୍ୟାୟରେ ଶିଶୁ ଓ ମହିଳା ରୋଗ ବିଭାଗର ବିକାଶ କରିବାକୁ ସ୍ଥିର ହୋଇଛି। ଏଥିପାଇଁ ୭ ଶହ ଶଯ୍ୟା ବିଶିଷ୍ଟ ସ୍ବତନ୍ତ୍ର ବିଭାଗ ହେବ। ସେହିପରି ଛାତ୍ରାବାସର ନବୀକରଣ ସହ ସ୍ପୋର୍ଟସ କଂପ୍ଲେକ୍ସ ଏବଂ ସମସ୍ତ କର୍ମଚାରୀ କ୍ଵାର୍ଟରର ନବୀକରଣ ପାଇଁ ସ୍ଥିର ହୋଇଛି। ଏହି ସମସ୍ତ କାମ ପାଇଁ ହଜାରେ କୋଟିର ପ୍ୟାକେଜ କରାଯାଇଥିବା ଶ୍ରୀ ପାଣ୍ଡିଆନ ସୂଚନା ଦେଇଛନ୍ତି। ଏନେଇ ତୁରନ୍ତ ମାଷ୍ଟର ପ୍ଲାନ ପ୍ରସ୍ତୁତ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମପୀଠ ଖିଣ୍ଡାର ବିକାଶ କାମର ସମୀକ୍ଷା କରି ନିର୍ମାଣ କାମକୁ ତ୍ବରାନ୍ବିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିରେ ଆରଡିସି, ଜିଲ୍ଲାପାଳଙ୍କ ସମେତ ସମସ୍ତ ବରିଷ୍ଠ ଅଧିକାରୀ ସାମିଲ ଥିଲେ।
ଗାଡି ଦୁର୍ଘଟଣାଗ୍ରସ୍ତ ଯୋଗୁଁ ନବରଙ୍ଗପୁର ସାଂସଦ ସାମାନ୍ୟ ଆହତ
Next Articleଭିଡ଼ ଉପରେ ମାଡ଼ିଗଲା କ୍ଷୀର ଟ୍ୟାଙ୍କର, ତିନି ମୃତ, ୨୦ ଆହତ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
