ସୌରଭ ଗାଙ୍ଗୁଲିଙ୍କ ଘରୁ ଫୋନ୍ ଚୋରି, ବ୍ୟକ୍ତିଗତ ତଥ୍ୟର ଦୁରୁପଯୋଗ ଆଶଙ୍କାରେ ପୂର୍ବତନ ଅଧିନାୟକ
କୋଲକାତା: ବିସିସିଆଇର ପୂର୍ବତନ ସଭାପତି ସୌରଭ ଗାଙ୍ଗୁଲିଙ୍କ ମୋବାଇଲ ଫୋନ କୋଲକାତାର ବେହାଲାସ୍ଥିତ ତାଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଚୋରି ଫୋନର ମୂଲ୍ୟ ପ୍ରାୟ ଦେଢ଼ ଲକ୍ଷ ହେବ। ଗାଙ୍ଗୁଲି ଶନିବାର ଏନେଇ ଠାକୁରପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତିି। ଫୋନରେ ଫୋନ୍ ଆକାଉଣ୍ଟ ବ୍ୟତୀତ ଗୁରୁତ୍ଵପୂର୍ଣ୍ଣ ବ୍ୟକ୍ତିଗତ ତଥ୍ୟ ରହିଥିବା ବେଳେ ଏହାର ଦୁରୁପଯୋଗ ନେଇ ଚିନ୍ତା ବ୍ୟକ୍ତ କରିଛନ୍ତି ଗାଙ୍ଗୁଲି । ତାଙ୍କ ଚୋରି ଫୋନର ଯେପରି ଦୁରୁପଯୋଗ ନ ହେବ [...]
କୋଲକାତା: ବିସିସିଆଇର ପୂର୍ବତନ ସଭାପତି ସୌରଭ ଗାଙ୍ଗୁଲିଙ୍କ ମୋବାଇଲ ଫୋନ କୋଲକାତାର ବେହାଲାସ୍ଥିତ ତାଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଚୋରି ଫୋନର ମୂଲ୍ୟ ପ୍ରାୟ ଦେଢ଼ ଲକ୍ଷ ହେବ। ଗାଙ୍ଗୁଲି ଶନିବାର ଏନେଇ ଠାକୁରପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତିି।
ଫୋନରେ ଫୋନ୍ ଆକାଉଣ୍ଟ ବ୍ୟତୀତ ଗୁରୁତ୍ଵପୂର୍ଣ୍ଣ ବ୍ୟକ୍ତିଗତ ତଥ୍ୟ ରହିଥିବା ବେଳେ ଏହାର ଦୁରୁପଯୋଗ ନେଇ ଚିନ୍ତା ବ୍ୟକ୍ତ କରିଛନ୍ତି ଗାଙ୍ଗୁଲି । ତାଙ୍କ ଚୋରି ଫୋନର ଯେପରି ଦୁରୁପଯୋଗ ନ ହେବ ସେଥିପାଇଁ ନିଶ୍ଚିତ କରିବାକୁ ସେ ଅଧିକାରୀ ମାନଙ୍କୁ ଅନୁରୋଧ କରିଛନ୍ତି। ଚୋରି ସମୟରେ ଗାଙ୍ଗୁଲି ଘରେ ନଥିଲେ। ସେ ଅଭିଯୋଗରେ କହିଛନ୍ତି ଯେ ଶନିବାର ସେ ଫୋନକୁ ଘରର ଏକ ନିର୍ଦ୍ଦିଷ୍ଟ ସ୍ଥାନରେ ରଖି ଚାଲି ଯାଇଥିଲେ । ତା’ପରଠୁ ତାଙ୍କ ଫୋନ୍ ମିଳୁନି।
ଗାଙ୍ଗୁଲିଙ୍କ ଘରେ ଏବେ ପେଣ୍ଟିଂ କାମ ଚାଲିଛି। ତାଙ୍କ ଘରେ କାମ କରୁଥିବା ମିସ୍ତ୍ରୀକୁ ପୋଲିସ ପଚରାଉଚରା କରିପାରେ। ଶନିବାର ଗାଙ୍ଗୁଲି ଠାକୁରପୁର ଥାନା ଭାରପ୍ରାପ୍ତ ଅଧିକାରୀଙ୍କୁ ଏକ ଚିଠି ଲେଖି ତାଙ୍କ ମୋବାଇଲ୍ ଫୋନ୍ ଘରୁ ଗାଏବ ହୋଇଯାଇଥିବା ଅଭିଯୋଗ କରିଥିଲେ। ଏଥିରେ ଗାଙ୍ଗୁଲି ଉଲ୍ଲେଖ କରିଛନ୍ତି ସେ ଶେଷ ଥର ପାଇଁ ଜାନୁୟାରୀ ୧୯ ତାରିଖ ସକାଳ ପ୍ରାୟ ୧୧.୩୦ରେ ତାଙ୍କ ଫୋନ୍ ଦେଖିଥିଲେ। ଏହା ପରେ ଅନେକ ଖୋଜାଖୋଜି କରିବା ସତ୍ତ୍ୱେ ତାଙ୍କ ଫୋନ୍ ପାଇନଥିଲେ ।
ସାହିତ୍ୟିକ ସାତକଡି ହୋତାଙ୍କ ପରଲୋକ
Next Articleକେନ୍ଦୁପତ୍ର ତୋଳାଳିଙ୍କ ବୋନସ ବୃଦ୍ଧି କଲେ ରାଜ୍ୟ ସରକାର
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
