News Room Odisha
BREAKING
Odia

କେନ୍ଦୁପତ୍ର ତୋଳାଳିଙ୍କ ବୋନସ ବୃଦ୍ଧି କଲେ ରାଜ୍ୟ ସରକାର

ସମ୍ବଲପୁର – କେନ୍ଦୁପତ୍ର ତୋଳାଳିଙ୍କ ବୋନସ ପରିମାଣ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ବୋନସକୁ ୨୫ ପ୍ରତିଶତରୁ ୫୦ ପ୍ରତିଶତକୁ ବୃଦ୍ଧି କରାଯାଇଛି । ଏଥିରେ ଉପକୃତ ହେବେ ୮ ଲକ୍ଷ ୫୦ ହଜାର ତୋଳାଳି। ଏଥିପାଇଁ ୯୮ କୋଟି ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହାସହ କେନ୍ଦୁପତ୍ର ବନ୍ଧାଳି ଓ ସିଜନାଲ କର୍ମଚାରୀଙ୍କୁ ପ୍ରୋତ୍ସାହନ ରାଶିକୁ ମଧ୍ୟ ରାଜ୍ୟ ସରକାର ବଢାଇଛନ୍ତି । ଏହାକୁ ୨ ଗୁଣା ବୃଦ୍ଧି କରାଯାଇଛି । ସମ୍ବଲପୁର ଜିଲ୍ଲା ଚାରମାଲଠାରେ [...]

Admin•February 11, 2024
Share Article:

ସମ୍ବଲପୁର – କେନ୍ଦୁପତ୍ର ତୋଳାଳିଙ୍କ ବୋନସ ପରିମାଣ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ବୋନସକୁ ୨୫ ପ୍ରତିଶତରୁ ୫୦ ପ୍ରତିଶତକୁ ବୃଦ୍ଧି କରାଯାଇଛି । ଏଥିରେ ଉପକୃତ ହେବେ ୮ ଲକ୍ଷ ୫୦ ହଜାର ତୋଳାଳି। ଏଥିପାଇଁ ୯୮ କୋଟି ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହାସହ କେନ୍ଦୁପତ୍ର ବନ୍ଧାଳି ଓ ସିଜନାଲ କର୍ମଚାରୀଙ୍କୁ ପ୍ରୋତ୍ସାହନ ରାଶିକୁ ମଧ୍ୟ ରାଜ୍ୟ ସରକାର ବଢାଇଛନ୍ତି । ଏହାକୁ ୨ ଗୁଣା ବୃଦ୍ଧି କରାଯାଇଛି । ସମ୍ବଲପୁର ଜିଲ୍ଲା ଚାରମାଲଠାରେ ଆୟୋଜିତ କେନ୍ଦୁପତ୍ର କର୍ମଚାରୀ ସଂଘର ମହାସମାବେଶରେ ଏହା ଘୋଷଣା କରିଛନ୍ତି ୫-ଟି ଅଧ୍ୟକ୍ଷ।

ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ବ୍ଲକ ଚାରମାଳରେ ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘର ମହାସମାବେଶରେ ପଶ୍ଚିମ ଓଡ଼ିଶାର ୧୧ଟି ଜିଲ୍ଲାର କେନ୍ଦୁପତ୍ର ତୋଳାଳି, ବନ୍ଧାଳି, ସିଜନାଲ କର୍ମଚାରୀ ଶ୍ରମିକ ଯୋଗଦେଇଛନ୍ତି। ସବୁଜ ହୀରା କେନ୍ଦୁପତ୍ର ରାଜ୍ୟର ୧୫ ଲକ୍ଷରୁ ଅଧିକ ଗରିବ ଲୋକଙ୍କୁ ରୋଜଗାର ଯୋଗାଉଛି। ରାଜ୍ୟର ୩୦ଟି ଜିଲ୍ଲାରୁ ୮ଟିକୁ ଛାଡିଦେଲେ ୨୨ଟି ଜିଲ୍ଲାର ବହୁ ସଂଖ୍ୟକ ଗରିବ ପରିବାର କେନ୍ଦୁପତ୍ର ଉପରେ ନିର୍ଭର କରିଥାନ୍ତି ।

#Odia#Odisha#News
Share Article:

Related Articles