ବିଶିଷ୍ଟ ସାହିତ୍ଯିକ ସାତକୋଡି ହୋତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ଭୁବନେଶ୍ୱର – ବିଶିଷ୍ଟ ସାହିତ୍ଯିକ, ଓଡିଶା ସାହିତ୍ଯ ଏକାଡେମୀର ପୂର୍ବତନ ସଭାପତି ସାତକୋଡି ହୋତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକବାର୍ତ୍ତାରେ ମୁଖ୍ଯମନ୍ତ୍ରୀ କହିଛନ୍ତି ଯେ ରାଜ୍ଯର ଜଣେ ପ୍ରତିଷ୍ଠିତ ତଥା ଖ୍ଯାତିସମ୍ପନ୍ନ ସାହିତ୍ଯିକ ଭାବେ ସାତକୋଡି ହୋତାଙ୍କ ସୁନାମ ରହିଥିଲା । ଅନେକ ଉଚ୍ଚକୋଟୀର ଗଳ୍ପ, ଉପନ୍ଯାସ, କବିତା ଓ ଅନୁବାଦ ସାହିତ୍ଯ ରଚନା ମାଧ୍ଯମରେ ଓଡିଆ ସାହିତ୍ଯ ଜଗତରେ ସେ ତାଙ୍କର ଅମଳିନ ସ୍ମୃତି ଛାଡି ଯାଇଛନ୍ତି [...]
ଭୁବନେଶ୍ୱର – ବିଶିଷ୍ଟ ସାହିତ୍ଯିକ, ଓଡିଶା ସାହିତ୍ଯ ଏକାଡେମୀର ପୂର୍ବତନ ସଭାପତି ସାତକୋଡି ହୋତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି।
ଏକ ଶୋକବାର୍ତ୍ତାରେ ମୁଖ୍ଯମନ୍ତ୍ରୀ କହିଛନ୍ତି ଯେ ରାଜ୍ଯର ଜଣେ ପ୍ରତିଷ୍ଠିତ ତଥା ଖ୍ଯାତିସମ୍ପନ୍ନ ସାହିତ୍ଯିକ ଭାବେ ସାତକୋଡି ହୋତାଙ୍କ ସୁନାମ ରହିଥିଲା । ଅନେକ ଉଚ୍ଚକୋଟୀର ଗଳ୍ପ, ଉପନ୍ଯାସ, କବିତା ଓ ଅନୁବାଦ ସାହିତ୍ଯ ରଚନା ମାଧ୍ଯମରେ ଓଡିଆ ସାହିତ୍ଯ ଜଗତରେ ସେ ତାଙ୍କର ଅମଳିନ ସ୍ମୃତି ଛାଡି ଯାଇଛନ୍ତି । ଏଥି ସହିତ ଜଣେ ଦକ୍ଷ ସଂଗଠକ ଓ ସାମ୍ବାଦିକ ଭାବରେ ମଧ୍ଯ ତାଙ୍କର ସୁନାମ ରହିଥିଲା । ତାଙ୍କ ବିୟୋଗ ଓଡିଆ ସାହିତ୍ଯ ଜଗତ ପାଇଁ ଅପୂରଣୀୟ କ୍ଷତି ବୋଲି ସେ କହିଛନ୍ତି ।
ସ୍ଵର୍ଗତ ସାତକଡ଼ି ହୋତାଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନ ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ସ୍ଵର୍ଗତ ହୋତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ ତାଙ୍କ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜ୍ଞାପନ କରିଛନ୍ତି।
CM Grieves Demise of Eminent Litterateur Satakadi Hota
Next Articleମୁଖ୍ୟମନ୍ତ୍ରୀଙ୍କ ଘୋଷଣା : କେନ୍ଦୁପତ୍ର ତୋଳାଳିଙ୍କୁ ୫୦ ପ୍ରତିଶତ ବୋନସ୍, ବନ୍ଧେଇ ଶ୍ରମିକ, କର୍ମଚାରୀଙ୍କ ପାଇଁ ୧୦ ପ୍ରତିଶତ ପ୍ରୋତ୍ସାହନ ରାଶି
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
