ଅଣ୍ଡର-୧୯ ବିଶ୍ୱକପ ଫାଇନାଲରେ ହାରିଲା ଭାରତ, ଅଷ୍ଟ୍ରେଲିଆ ଚତୁର୍ଥ ଥର ଚାମ୍ପିୟନ
ବେନୋନି: ଡିଫେଣ୍ଡିଂ ଚାମ୍ପିୟନ ଭାରତ ଅଣ୍ଡର-୧୯ ବିଶ୍ୱକପ ଟାଇଟଲ୍ ବଜାୟ ରଖିବାରେ ବିଫଳ ହୋଇଛି । ରବିବାର ଖେଳାଯାଇଥିବା ଫାଇନାଲରେ ଅଷ୍ଟ୍ରେଲିଆ ଠାରୁ ୭୯ ରନ୍ରେ ହାରିଯାଇଛି ଭାରତ। ଅଣ୍ଡର-୧୯ ବିଶ୍ୱକପରେ ଅଷ୍ଟ୍ରେଲିଆର ଏହା ଚତୁର୍ଥ ଟାଇଟଲ୍ ଓ ଦଳ ୧୩ ବର୍ଷ ପରେ ଏହି ବୟସ ବର୍ଗରେ ବିଶ୍ବ ଚାମ୍ପିୟନ ହୋଇଛି । ଭାରତ ପ୍ରଥମ ଥର ପାଇଁ ଏହି ଟୁର୍ଣ୍ଣାମେଣ୍ଟର ଫାଇନାଲରେ ଅଷ୍ଟ୍ରେଲିଆ ଠାରୁ ପରାସ୍ତ ହୋଇଛି | ଏହି ପୂର୍ବରୁ ୨୦୧୨ ଓ [...]
ବେନୋନି: ଡିଫେଣ୍ଡିଂ ଚାମ୍ପିୟନ ଭାରତ ଅଣ୍ଡର-୧୯ ବିଶ୍ୱକପ ଟାଇଟଲ୍ ବଜାୟ ରଖିବାରେ ବିଫଳ ହୋଇଛି । ରବିବାର ଖେଳାଯାଇଥିବା ଫାଇନାଲରେ ଅଷ୍ଟ୍ରେଲିଆ ଠାରୁ ୭୯ ରନ୍ରେ ହାରିଯାଇଛି ଭାରତ। ଅଣ୍ଡର-୧୯ ବିଶ୍ୱକପରେ ଅଷ୍ଟ୍ରେଲିଆର ଏହା ଚତୁର୍ଥ ଟାଇଟଲ୍ ଓ ଦଳ ୧୩ ବର୍ଷ ପରେ ଏହି ବୟସ ବର୍ଗରେ ବିଶ୍ବ ଚାମ୍ପିୟନ ହୋଇଛି । ଭାରତ ପ୍ରଥମ ଥର ପାଇଁ ଏହି ଟୁର୍ଣ୍ଣାମେଣ୍ଟର ଫାଇନାଲରେ ଅଷ୍ଟ୍ରେଲିଆ ଠାରୁ ପରାସ୍ତ ହୋଇଛି | ଏହି ପୂର୍ବରୁ ୨୦୧୨ ଓ ୨୦୧୮ ସଂସ୍କରଣର ଫାଇନାଲରେ ଅଷ୍ଟ୍ରେଲିଆକୁ ହରାଇଥିଲା ଭାରତ ।
ରବିବାର ବେନୋନିରେ ଖେଳାଯାଇଥିବା ଫାଇନାଲରେ ଅଷ୍ଟ୍ରେଲିଆ ପ୍ରଦତ୍ତ ୨୫୪ ରନ୍ର ଟାର୍ଗେଟ୍ ଜବାବରେ ଭାରତ ୪୩.୫ ଓଭରରେ ୧୭୪ ରନ୍ କରି ଅଲ୍ଆଉଟ୍ ହୋଇଯାଇଥିଲା। ଦଳ ତରଫରୁ ଓପନର୍ ଆଦର୍ଶ ସିଂ ସର୍ବାଧିକ ୪୭ ରନ୍ କରିଥିଲେ। ଅଷ୍ଟ୍ରେଲିଆ ପକ୍ଷରୁ ରାଫ ମ୍ୟାକମିଲାନ ଏବଂ ମାହଲି ବିୟର୍ଡମ୍ୟାନ ପ୍ରତ୍ୟେକ ୩ଟି ଲେଖାଏଁ ୱିକେଟ୍ ନେଇଥିଲେ।
ଅଷ୍ଟ୍ରେଲିଆ ଟସ୍ ଜିତି ବ୍ୟାଟିଂ କରିଥିବା ବେଳେ ଦଳ ନିର୍ଦ୍ଧାରିତ ୫୦ ଓଭରରେ ୭ ୱିକେଟ୍ ହରାଇ ୨୫୩ ରନର ଚ୍ୟାଲେଞ୍ଜିଂ ସ୍କୋର କରିଥିଲା। ଅଷ୍ଟ୍ରେଲିଆ ପକ୍ଷରୁ ହରଜସ ସିଂ ସର୍ବାଧିକ ୫୫ ରନ୍ କରିଥିଲେ। ଅଧିନାୟକ ହ୍ୟୁଜ ବିବଜେନ ୪୮ ରନ୍ ଓ ହ୍ୟାରି ଡିକ୍ସନ୍ ୪୨ ରନ୍ କରିଥିଲେ। ଭାରତ ପକ୍ଷରୁ ରାଜ ଲିମ୍ବାନୀ ୩ଟି ୱିକେଟ୍ ନେଇଥିବା ବେଳେ ନମନ ତିୱାରୀ ୨ଟି ସଫଳତା ପାଇଥିଲେ |
ଭୁବନେଶ୍ୱରରେ କଗ୍ନିଜେଣ୍ଟର ନୂଆ କେନ୍ଦ୍ର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
Next Articleଧର୍ମଗଡ଼ ସଡକ ଦୁର୍ଘଟଣାରେ ଜୀବନ ହାନି ନେଇ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ, ଅନୁକମ୍ପାମୂଳକ ସହାୟତା ଘୋଷଣା
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
