ଆଉ ୫ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର – ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସିଂ ଜରିଆରେ ୫ଟି ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ବଲାଙ୍ଗିର, ବରଗଡ଼, ଭଦ୍ରକ, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମୋ ସରକାର ହେଉଛି ଲୋକଙ୍କ ସରକାର । ଲୋକଙ୍କ ଇଚ୍ଛାକୁ ସମ୍ମାନ ଦେଇ ଓଡିଶା ସରକାର ଯୋଜନା କରନ୍ତି । ୫-ଟି ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ [...]
ଭୁବନେଶ୍ୱର – ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସିଂ ଜରିଆରେ ୫ଟି ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ବଲାଙ୍ଗିର, ବରଗଡ଼, ଭଦ୍ରକ, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ ହୋଇଛି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମୋ ସରକାର ହେଉଛି ଲୋକଙ୍କ ସରକାର । ଲୋକଙ୍କ ଇଚ୍ଛାକୁ ସମ୍ମାନ ଦେଇ ଓଡିଶା ସରକାର ଯୋଜନା କରନ୍ତି । ୫-ଟି ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ଲୋକଙ୍କ ଅସୁବିଧାକୁ ଅନୁଭବ କରିଥିଲୁ ଏବଂ ଲୋକଙ୍କ ପ୍ରସ୍ତାବକୁ ଅନୁଶୀଳନ କରି ଗାଁ ଲୋକଙ୍କର ଯୋଗାଯୋଗ ସମସ୍ୟା ଦୂର କରିବା ପାଇଁ ଲକ୍ଷ୍ମୀ ବସ୍ ଯୋଜନା ପ୍ରସ୍ତୁତ କରାଯାଇଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ସୂଚନାଯୋଗ୍ୟ ଯେ, ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା। ପ୍ରଥମ ପର୍ଯ୍ୟାୟରେ ମାଲକାନଗିରି, ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, ଗଜପତି ଓ କୋରାପୁଟ ଜିଲ୍ଲାବାସୀ ଲକ୍ଷ୍ମୀ ବସ୍ ସେବା ପାଇଥିଲେ। ଦ୍ୱିତୀୟ ପର୍ଯ୍ୟାୟରେ ଆଉ ୩ଟି ଜିଲ୍ଲା ଯୋଡି ହେଇଥିଲା । ଆଜି ଆଉ ୫ଟି ଜିଲ୍ଲା ଯଥା ବଲାଙ୍ଗିର, ବରଗଡ, ଭଦ୍ରକ, ମୟୁରଭଞ୍ଜ ଓ ସୁନ୍ଦରଗଡ ଲକ୍ଷ୍ମୀ ଯୋଜନାରେ ସାମିଲ ହେଲା । ବର୍ତ୍ତମାନ ସୁଦ୍ଧା ୧୪ଟି ଜିଲ୍ଲା ଲକ୍ଷ୍ମୀ ବସ୍ ସେବା ଯୋଜନାରେ ସାମିଲ ହୋଇଛନ୍ତି।
ଆଜିର ଶୁଭାରମ୍ଭ ପରେ ୫ଟି ଜିଲ୍ଲାର ୧୩୪୦ଟି ପଞ୍ଚାୟତରେ ୩୦୧ଟି ବସ୍ ଚାଲିଲା। ଏହା ଦ୍ୱାରା ୮୩ ଲକ୍ଷରୁ ଅଧିକ ଲୋକ ଉପକୃତ ହେବେ । ବଲାଙ୍ଗିରର ୩୧୩ଟି ପଞ୍ଚାୟତରେ ୪୪ଟି ବସ୍ ଦ୍ୱାରା ବେଳେ ୧୬.୫୦ ଲକ୍ଷ ଲୋକ ଉପକୃତ ହେବେ । ବରଗଡର ୨୪୩ଟି ପଞ୍ଚାୟତରେ ୬୦ଟି ବସ୍ ଦ୍ୱାରା ୧୪ ଲକ୍ଷ ୨୨ ହଜାର ଲୋକ ଉପକୃତ ହେବେ । ଭଦ୍ରକର ୧୫୮ଟି ପଞ୍ଚାୟତରେ ୨୫ଟି ବସ୍ ଚାଲିବା ଦ୍ୱାରା ୧୦ ଲକ୍ଷ ୮୦ ହଜାର ଲୋକ ଉପକୃତ ହେବେ । ମୟୂରଭଞ୍ଜ ଜିଲ୍ଲାରେ ୩୮୬ଟି ପଞ୍ଚାୟତରେ ୧୦୭ଟି ବସ୍ ଦ୍ୱାରା ୨୪ ଲକ୍ଷ ୨୦ ହଜାର ଲୋକ ଉପକୃତ ହେବେ। ସୁନ୍ଦରଗଡର ୨୪୦ଟି ପଞ୍ଚାୟତରେ ୬୫ଟି ବସ୍ ଚାଲିଲା ୧୭ ଲକ୍ଷ ୨୦ ହଜାର ଲୋକ ଉପକୃତ ହେବେ।
ଏହି ଯୋଜନାରେ ପଞ୍ଚାୟତରୁ ବ୍ଲକକୁ ବସ୍ ଚଳାଚଳର ସୁବିଧା କରାଯାଇଛି। ସାରା ରାଜ୍ୟରେ ୧୦୦୦ରୁ ଅଧିକ ବସ୍ ଚାଲିବ। ୫-ଟି ଯୋଜନାରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ମିଶନ ଶକ୍ତି ମା’ମାନଙ୍କୁ ବସ୍ ପରିଚଳନା ଦାୟିତ୍ୱ ଦିଆଯାଇଛି।
ଏହି ଅବସରରେ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲକ୍ଷ୍ମୀ ବସ୍ ଆମ ଜୀବନକୁ ସହଜ କରିଛି । ଗାଁର ଅର୍ଥନୀତିକୁ ମଜବୁତ କରିବାରେ ଏହା ଗୁରୁତ୍ୱପୁର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ସେ କହିଛନ୍ତି।
ସେ ପୁଣି କହିଥିଲେ ଯେ ପଞ୍ଚାୟତକୁ ବିକାଶର କେନ୍ଦ୍ର କରିବା ଆମର ଲକ୍ଷ୍ୟ ରହିଛି। ଗାଁର ଅର୍ଥନୀତିକୁ ମଜବୁତ କରିବା ଆମର ଲକ୍ଷ୍ୟ। ଲକ୍ଷ୍ମୀ ବସ୍ ଏଥିରେ ଗୁରୁତ୍ୱପୁର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ସେ କହିଥିଲେ। ଏହି ଯୋଜନାରେ ନିକଟରେ ଆରମ୍ଭ ହୋଇଥିବା ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ୍ ବସ୍ ସେବା ବିଷୟରେ ଉଲ୍ଲେଖକରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ଓ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅନୁଭବ ନେବା ପାଇଁ ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ୍ ବସ୍ ସେବା ଆରମ୍ଭ କରାଯାଇଛି। ଏଥିରେ ମା’ମାନଙ୍କ ପାଇଁ ବସ୍ ଟିକେଟ ମୂଲ୍ୟ ଅଧା କରାଯାଇଛି। ଲକ୍ଷ୍ମୀ ଯୋଜନା ଆମ ଜୀବନକୁ ସହଜ କରିଛି ବୋଲି ସେ କହିଥିଲେ।
ଗାଁର ରୂପାନ୍ତର ପାଇଁ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଜାରି ରହିଛି ବୋଲି କହି ଏକ ନୂଆ ଓଡିଶା ଗଢିବା ପାଇଁ, ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଥିଲେ । ସେ କହିଥିଲେ ଯେ ଗ୍ରାମାଞ୍ଚଳରେ ଗମନାଗମନର ବହୁ ସମସ୍ୟା ରହିଥିଲା। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ଏ ବିଷୟରେ ଜାଣି ନିଷ୍ପତ୍ତିକ୍ରମେ ଏହି ଲକ୍ଷ୍ମୀ ବସ୍ ଯୋଜନା ଆରମ୍ଭ କରାଗଲା । ଗ୍ରାମାଞ୍ଚଳ ଲୋକମାନେ ସୁବିଧାରେ ଏବଂ କମ ଖର୍ଚ୍ଚରେ ତାଙ୍କର ଦୈନନ୍ଦିନ କାର୍ଯ୍ୟ ପାଇଁ ଘର ପାଖରୁ ଏହି ବସ୍ କୁ ବ୍ୟବହାର କରିପାରିବେ। ଲକ୍ଷ୍ମୀ ବସ୍ ସେବା ସମ୍ପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲକ୍ଷ୍ମୀ ବସ୍ ଲୋକଙ୍କୁ ଲୋକ ସହିତ ଯୋଡିବ। ସାମାଜିକ ଓ ଆର୍ଥିକ ଜୀବନକୁ ମଜବୁତ କରିବ। ପିଲାଙ୍କୁ ସ୍କୁଲ କଲେଜ ନେବ। ଚାଷୀଙ୍କୁ ମାର୍କେଟ ସହିତ ଯୋଡିବ। ମା’ମାନେ ଓ ଛାତ୍ରଛାତ୍ରୀମାନେ ମାତ୍ର ୫ ଟଙ୍କା ମୂଲ୍ୟରେ ଏହି ବସ୍ ରେ ଯିବା ଆସିବା କରିପାରିବେ ବୋଲି ସେ କହିଥିଲେ ।
କାର୍ଯ୍ୟକ୍ରମରେ ବଲାଙ୍ଗିରଠାରେ ଉପସ୍ଥିତ ଥିବା ପରିବହନ ମନ୍ତ୍ରୀ ଟୁକୁନି ସାହୁ, ସୁନ୍ଦରଗଡରେ ଶ୍ରମ ମନ୍ତ୍ରୀ ସାରଦା ପ୍ରସାଦ ନାୟକ, ମୟୂରଭଞ୍ଜଠାରେ ବିଦ୍ୟାଳୟ ଗଣ ଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି ଏବଂ ମହିଳା ଶିଶୁ ବିକାଶ ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ ପ୍ରମୁଖ କହିଥିଲେ ଯେ ସମୟ ଥିଲା ସମାଜରେ ମା’ମାନେ ଅବହେଳିତ ଅବସ୍ଥାରେ ଥିଲେ। ଆଜି ସବୁ କ୍ଷେତ୍ରରେ ମହିଳାମାନଙ୍କୁ ମୁଖ୍ୟମନ୍ତ୍ରୀ ସର୍ବାଗ୍ରେ ରଖିଛନ୍ତି। ଗ୍ରାମାଞ୍ଚଳ ପରିବାରର ଆର୍ଥିକ ସ୍ଥିତିକୁ ଅନୁଧ୍ୟାନ କରି ମୁଖ୍ୟମନ୍ତ୍ରୀ ଏହି ଲକ୍ଷ୍ମୀ ଯୋଜନା ଆରମ୍ଭ କରିଛନ୍ତି। ଗ୍ରାମାଞ୍ଚଳରେ ଭଲ ସଡକ ନିର୍ମାଣ ହୋଇଛି। ଲକ୍ଷ୍ମୀ ବସ୍ ଦ୍ୱାରା ଗ୍ରାମାଞ୍ଚଳବାସୀଙ୍କର ଯାହା ଅଭାବ ଥିଲା ତାହା ପୂରଣ ହୋଇଗଲା। ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଯୋଗୁ ଆଜି ଗାଁର ଲୋକମାନେ ସହରର ସୁବିଧା ପାଉଛନ୍ତି। ଲକ୍ଷ୍ମୀ ଯୋଜନା ଗ୍ରାମାଞ୍ଚଳର ଜନଜୀବନକୁ ସୁଗମ କରିଛି। ଜାତୀୟ ସ୍ତରରେ ଆଜି ମୁଖ୍ୟମନ୍ତ୍ରୀ ଏକ ନମ୍ବର ମୁଖ୍ୟମନ୍ତ୍ରୀ ଭାବେ ପ୍ରତିପାଦିତ ହୋଇଛନ୍ତି। ଓଡିଶାର ଜନସାଧାରଣଙ୍କ ସରକାରଙ୍କ ପ୍ରତି ଆସ୍ଥା ବଢିଛି ବୋଲି ସେମାନେ ମତ ଦେଇଥିଲେ ।
କାର୍ଯ୍ୟକ୍ରମରେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବରଗଡବାସୀଙ୍କୁ ଉଦ୍ବୋଧନ ଦେଇ କହିଥିଲେ ଯେ ଚଳିତ ମାସ ୨୦ ତାରିଖରେ ଆପଣମାନଙ୍କର ବହୁ ପ୍ରତିକ୍ଷିତ ଗଙ୍ଗାଧର ମେହେର ଜଳସେଚନ ପ୍ରକଳ୍ପ ଓ କ୍ୟାନସର ହସ୍ପିଟାଲ ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିବେ। ସେହିପରି ମୟୂରଭଞ୍ଜ ଜିଲ୍ଲାବାସୀଙ୍କୁ କହିଥିଲେ ଯେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଜନ୍ମସ୍ଥଳୀର ବିକାଶ କାର୍ଯ୍ୟ ଜାରି ରହିଛି ଏବଂ ମୟୂରଭଞ୍ଜ ଜିଲ୍ଲାର ସମସ୍ତ ପର୍ଯ୍ୟଟନ ସ୍ଥଳୀର ବିକାଶ କାର୍ଯ୍ୟ କରାଯିବ। ସୁନ୍ଦରଗଡ ଜିଲ୍ଲାର ବେଦବ୍ୟାସ ପୀଠର ରୂପାନ୍ତରଣ ସହିତ ବିଭିନ୍ନ ମନ୍ଦିର ଓ ଚର୍ଚ୍ଚର ରୂପାନ୍ତରଣ ପାଇଁ ମୁଖ୍ୟମନ୍ତ୍ରୀ ଅର୍ଥ ମଞ୍ଜୁର କରିଛନ୍ତି। କେନ୍ଦୁଝର ଜିଲ୍ଲାର ଜନସାଧାରଣଙ୍କୁ କହିଥିଲେ ଯେ ମା’ମାନେ ଅନୁରୋଧ କରିଥିଲେ ମଧୁବାବୁ ପେନସନ ବଢାଇବାକୁ । ଆପଣମାନଙ୍କ ଅନୁରୋଧ ରକ୍ଷାକରି ପ୍ରିୟ ମୁଖ୍ୟମନ୍ତ୍ରୀ ମଧୁବାବୁ ପେନସନ ରାଶିକୁ ବଢାଇଛନ୍ତି। ଖୁବ ଶୀଘ୍ର ମିଶନଶକ୍ତି ମା’ମାନଙ୍କ ପାଇଁ ଅଧିକ ୫ ଲକ୍ଷ ଟଙ୍କାର ଲୋନ ବ୍ୟବସ୍ଥା ମୁଖ୍ୟମନ୍ତ୍ରୀ କରିବେ ବୋଲି ସେ କହିଥିଲେ। ଲକ୍ଷ୍ମୀ ବସ୍ ହେଉଛି ଓଡିଶାବାସୀଙ୍କ ସମ୍ପତ୍ତି। ଆପଣମାନଙ୍କ ସମ୍ପତ୍ତି। ଆପଣମାନେ ଏହାର ଉପଯୁକ୍ତ ରକ୍ଷଣାବେକ୍ଷଣ କରନ୍ତୁ। ଲୋକଙ୍କୁ ଉପଯୁକ୍ତ ସମ୍ମାନ ଦେଇ ସେମାନଙ୍କ ସୁରକ୍ଷା ପ୍ରତି ଯତ୍ନବାନ ହେବାକୁ ସେ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ।
ଏହି ଅବସରରେ ଅତାବିରାରେ ବିଧାୟିକା ସ୍ନେହାଙ୍ଗିନୀ ଛୁରିଆ, ବରଗଡରେ ବିଧାୟକ ଦେବେଶ ଆଚାର୍ଯ୍ୟ, ପାଟନାଗଡରେ ବିଧାୟକ ସରୋଜ ମେହେର, କେନ୍ଦୁଝରରେ ପାଟଣା ବିଧାୟକ ଜଗନ୍ନାଥ ନାୟକ, ଘସିପୁରା ବିଧାୟକ ବଦ୍ରି ନାରାୟଣ ପାତ୍ର, ବଲାଙ୍ଗିରରେ ଜିଲ୍ଲା ପରିଷଦ ସଭାପତି ଦେବକୀ ସାହୁ, ସୁନ୍ଦରଗଡରେ ଆମ ଓଡିଶା ନବୀନ ଓଡିଶା ସଂଯୋଜକ ଯୋଗେଶ କୁମାର ସିଂ ପ୍ରମୁଖ ମଧ୍ୟ ଲକ୍ଷ୍ମୀ ଯୋଜନା ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟିର ଉଚ୍ଚ ପ୍ରଶଂସା କରିବା ସହିତ ୫-ଟି ଅଧ୍ୟକ୍ଷଙ୍କ ଦକ୍ଷତାର ଉଚ୍ଚ ପ୍ରଶଂସା କରିଥିଲେ।
କାର୍ଯ୍ୟକ୍ରମରେ ବାଣିଜ୍ୟ ପରିବହନ ବିଭାଗର ପ୍ରମୁଖ ଶାସନ ସଚିବ ଉଷା ପାଢୀ ସ୍ୱାଗତ ଭାଷଣ ଦେଇଥିଲେ। ସମସ୍ତ ଜିଲ୍ଲାରେ ବହୁ ସଂଖ୍ୟାରେ ଜନସମାଗମ ହୋଇଥିଲା ।
ମହାରାଷ୍ଟ୍ରରେ କଂଗ୍ରେସକୁ ପୁଣି ଏକ ଝଟକା ! ଦଳରୁ ଇସ୍ତଫା ଦେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକ ଚହ୍ବାନ
Next ArticleKoraput’s Gupteswar Forest Declared as Bio-Diversity Heritage Site
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
