ଯୁବକ ଯୁବତୀମାନଙ୍କ ପାଇଁ ରାଜ୍ୟ ସରକାରଙ୍କ ନୂଆ ସ୍କିମ ‘ସ୍ୱୟମ’ : ବ୍ୟବସାୟ ପାଇଁ ମିଳିବ ବିନା ସୁଧରେ ଲକ୍ଷେ ଟଙ୍କା ପର୍ଯ୍ୟନ୍ତ ଋଣ
ଭୁବନେଶ୍ୱର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ କ୍ୟାବିନେଟ ବୈଠକରେ ରାଜ୍ୟର ଯୁବକ ଯୁବତୀମାନଙ୍କ ପାଇଁ ଏକ ଯୁଗାନ୍ତକାରୀ ନିଷ୍ପତ୍ତି ନିଆଯାଇଛି। ରାଜ୍ୟର ଶିଳ୍ପ ଓ ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ବର୍ତ୍ତମାନ ଆସିଥିବା ନୂଆ ଜାଗରଣରେ ଓଡିଶାର ସହରାଞ୍ଚଳ ଓ ଗ୍ରାମାଞ୍ଚଳର ଯୁବ ସମାଜକୁ ସାମିଲ କରିବା ପାଇଁ ଆଜି ରାଜ୍ୟ କ୍ୟାବିନେଟ ‘ସ୍ୱୟମ’ ନାମରେ ଏକ ନୂତନ ଯୋଜନାକୁ ଅନୁମତି ଦେଇଛନ୍ତି। ଏହା ଦ୍ୱାରା ରାଜ୍ୟର ବ୍ୟବସାୟିକ ବାତାବରଣ ଆହୁରି ଉଜ୍ଜ୍ୱଳ ହୋଇପାରିବ [...]
ଭୁବନେଶ୍ୱର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ କ୍ୟାବିନେଟ ବୈଠକରେ ରାଜ୍ୟର ଯୁବକ ଯୁବତୀମାନଙ୍କ ପାଇଁ ଏକ ଯୁଗାନ୍ତକାରୀ ନିଷ୍ପତ୍ତି ନିଆଯାଇଛି। ରାଜ୍ୟର ଶିଳ୍ପ ଓ ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ବର୍ତ୍ତମାନ ଆସିଥିବା ନୂଆ ଜାଗରଣରେ ଓଡିଶାର ସହରାଞ୍ଚଳ ଓ ଗ୍ରାମାଞ୍ଚଳର ଯୁବ ସମାଜକୁ ସାମିଲ କରିବା ପାଇଁ ଆଜି ରାଜ୍ୟ କ୍ୟାବିନେଟ ‘ସ୍ୱୟମ’ ନାମରେ ଏକ ନୂତନ ଯୋଜନାକୁ ଅନୁମତି ଦେଇଛନ୍ତି। ଏହା ଦ୍ୱାରା ରାଜ୍ୟର ବ୍ୟବସାୟିକ ବାତାବରଣ ଆହୁରି ଉଜ୍ଜ୍ୱଳ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।
‘ସ୍ୱୟମ’ – ସ୍ୱତନ୍ତ୍ର ଯୁବ ଉଦ୍ୟମୀ ଯୋଜନାରେ ୧୮ରୁ ୩୫ ବର୍ଷ ବୟମର ଯୁବକ ଯୁବତୀମାନଙ୍କୁ ବ୍ୟବସାୟ କରିବା ପାଇଁ ୧ ଲକ୍ଷ ପର୍ଯ୍ୟନ୍ତ ବ୍ୟାଙ୍କ ଋଣ ବିନା ସୁଧରେ ପ୍ରଦାନ କରାଯିବ। ଏହି ଯୋଜନାରେ ରାଜ୍ୟ ସରକାର ପ୍ରାଥମିକ ପର୍ଯ୍ୟାୟରେ ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳର ୧ ଲକ୍ଷ ଯୋଗ୍ୟ ଯୁବକ ଯୁବତୀମାନଙ୍କୁ ସାମିଲ କରିବାକୁ ଲକ୍ଷ୍ୟ ରଖିଛନ୍ତି । ଏଥି ପାଇଁ ରାଜ୍ୟ ସରକାର ତାଙ୍କ ନିଜ ବଜେଟରୁ ୪୪୮ କୋଟି ଟଙ୍କା ଖର୍ଚ୍ଚ କରିବେ।
ସୂଚନାଯୋଗ୍ୟ ଯେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲାଗସ୍ତ ସମୟରେ ବିଭିନ୍ନ ସ୍ଥାନରେ ଯୁବକ ଯୁବତୀମାନେ ବ୍ୟବସାୟ ବାଣିଜ୍ୟ ପାଇଁ ସରକାରଙ୍କ ସ୍ୱତନ୍ତ୍ର ସହାୟତା ପାଇଁ ପ୍ରସ୍ତାବ ଦେଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟିକୁ ଆସିବା ପରେ ଏ ସଂପର୍କିତ ପ୍ରସ୍ତାବ କ୍ୟାବିନେଟର ଅନୁମୋଦନ ପାଇଁ ଯାଇଥିଲା ଏବଂ ଆଜି ଏହା ଅନୁମୋଦନ ଲାଭ କରିଛି। ଏହି ଯୋଜନାରେ ୧୮ରୁ ୩୫ ବର୍ଷ ବୟମର ଯୁବକ ଯୁବତୀମାନେ ସାମିଲ ହୋଇପାରିବେ। ଅନୁସୂଚିତ ଜାତି ଜନଜାତି ଓ ଭିନ୍ନକ୍ଷମ ବର୍ଗର ପିଲାଙ୍କ ପାଇଁ ଏହି ବୟମ ସୀମା ୧୮ ରୁ ୪୦ ବର୍ଷ । ଆବେଦନକାରୀଙ୍କ ପରିବାର କାଳିଆ କିମ୍ବା ବିଏସକେଓ୍ବାଇ ଯୋଜନାରେ ସାମିଲ ହୋଇଥିବେ କିମ୍ବା ସେମାନଙ୍କ ବାର୍ଷିକ ପାରିବାରିକ ରୋଜଗାର ୨ ଲକ୍ଷରୁ କମ ହେବା ଆବଶ୍ୟକ। ପରିବାରର ଅର୍ଥ ଏଠାରେ ହେଉଛି ଆବେଦନକାରୀ ଓ ତାଙ୍କ ପତି ବା ପତ୍ନୀ। ଆବେଦନକାରୀଙ୍କର ଉଦ୍ୟମୀ ପଞ୍ଜିକୃତ କିମ୍ବା ଉଦ୍ୟମୀ ସହାୟତା ନମ୍ବର ରହିବା ଆବଶ୍ୟକ।
ବ୍ୟାଙ୍କ କିମ୍ବା ଅନ୍ୟ କୌଣସି ଆର୍ଥିକ ଅନୁଷ୍ଠାନରୁ ଋଣ ନେଇ ଡିଫଲଟର ହୋଇଥିବା କିମ୍ବା କେନ୍ଦ୍ର କିମ୍ବା ରାଜ୍ୟ ସରକାରଙ୍କ କୌଣସି ଯୋଜନାର ବକୈୟା ଋଣ ଥିଲେ, ଆବେଦନକାରୀଙ୍କୁ ଏହି ଯୋଜନାର ସୁବିଧା ମିଳିବ ନାହିଁ। କେନ୍ଦ୍ର ଓ ରାଜ୍ୟ ସରକାର କିମ୍ବା କୌଣସି ସରକାରୀ ଉଦ୍ୟୋଗର କର୍ମଚାରୀ ବା ସାମ୍ବିଧାନିକ ସଂସ୍ଥାର କର୍ମଚାରୀ ଏବଂ ତାଙ୍କ ପରିବାରଙ୍କୁ ଏହି ଋଣ ମିଳିବ ନାହିଁ। ପରିବାରର ଜଣେ ସଦସ୍ୟ ଏହି ସୁବିଧା ନେଇଥିଲେ ଅନ୍ୟ ସଦସ୍ୟ ଏହା ପାଇପାରିବେ ନାହିଁ।
ଏହି ଯୋଜନାରେ ରାଜ୍ୟ ସରକାର ଅଣୁ ଓ କ୍ଷୁଦ୍ର ବ୍ୟବସାୟୀମାନଙ୍କ ପାଇଁ ଉପଲବ୍ଧ ୮୫ ପ୍ରତିଶତ ଋଣ ଗ୍ୟାରେଣ୍ଟି ବ୍ୟତୀତ (Credit Guarantee Fund Trust for Micro and Small Enterprises- CGTMSE)) ଆହୁରି ୧୫ ପ୍ରତିଶତ ଋଣ ଗ୍ୟାରେଣ୍ଟି ପ୍ରଦାନ କରିବେ। ରାଜ୍ୟ ସରକାର ଋଣର ସମସ୍ତ ସୁଧ ଭାର ବହନ କରିବେ। ସିଜିଟିଏମ୍ ଏସଇର ବାର୍ଷିକ ଗ୍ୟାରେଣ୍ଟି ଦେୟ ମଧ୍ୟ ରାଜ୍ୟ ସରକାର ବହନ କରିବେ। ଏଥିପାଇଁ ଆବେଦନକାରୀମାନଙ୍କୁ ଋଣ ପାଇଁ କୌଣସି ବନ୍ଧକ ବା ପ୍ରସେସିଂ ଫି’ ଦେବାକୁ ପଡିବ ନାହିଁ। ୪ ବର୍ଷରେ ଆବେଦନକାରୀମାନେ ମୂଳ ଋଣ ସୁଝି ପାରିବେ।
Odisha Govt to Distribute 2 Jute Carry Bags, Rs 1000 Livelihood Assistance to PDS Beneficiary Family
Next ArticleOdisha Govt to Extend Malati Devi Prak Vidyalaya Paridhan Yojana till 2026-27
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
