ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ ବିଜେଡିର ରାଜ୍ୟସଭା ପ୍ରାର୍ଥୀ
ଭୁବନେଶ୍ୱର – ରାଜ୍ୟସଭା ନିର୍ବାଚନ ପାଇଁ ବିଜେଡି ଦୁଇ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି । ସେମାନେ ହେଲେ ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ। ଦେବାଶିଷ ସାମନ୍ତରାୟ କଟକ ବାରବାଟୀ ନିର୍ବାଚନ ମଣ୍ତଳୀର ପୂର୍ବତନ ବିଧାୟକ । ଶୁଭାଶିଷ ଖୁଣ୍ଟିଆ ରାଜ୍ୟ ଯୁବ ବିଜେଡି ଉପସଭାପତି ଅଛନ୍ତି । ଓଡ଼ିଶାରୁ ତିନିଟି ରାଜ୍ୟସଭା ଆସନ ଖାଲି ହେଉଛି। ବିଜେଡିର ପ୍ରଶାନ୍ତ ନନ୍ଦ ଓ ଅମର ପଟ୍ଟନାୟକ ଏବଂ ବିଜେପିର ଅଶ୍ୱିନୀ ବୈଷ୍ଣବଙ୍କ କାର୍ଯ୍ୟକାଳ ଶେଷ ହେଉଛି [...]
ଭୁବନେଶ୍ୱର – ରାଜ୍ୟସଭା ନିର୍ବାଚନ ପାଇଁ ବିଜେଡି ଦୁଇ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି । ସେମାନେ ହେଲେ ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ। ଦେବାଶିଷ ସାମନ୍ତରାୟ କଟକ ବାରବାଟୀ ନିର୍ବାଚନ ମଣ୍ତଳୀର ପୂର୍ବତନ ବିଧାୟକ । ଶୁଭାଶିଷ ଖୁଣ୍ଟିଆ ରାଜ୍ୟ ଯୁବ ବିଜେଡି ଉପସଭାପତି ଅଛନ୍ତି । ଓଡ଼ିଶାରୁ ତିନିଟି ରାଜ୍ୟସଭା ଆସନ ଖାଲି ହେଉଛି। ବିଜେଡିର ପ୍ରଶାନ୍ତ ନନ୍ଦ ଓ ଅମର ପଟ୍ଟନାୟକ ଏବଂ ବିଜେପିର ଅଶ୍ୱିନୀ ବୈଷ୍ଣବଙ୍କ କାର୍ଯ୍ୟକାଳ ଶେଷ ହେଉଛି । ଆସନ୍ତା ୨୭ ତାରିଖରେ ରାଜ୍ୟସଭା ନିର୍ବାଚନ ହେବ । ଓଡ଼ିଶା ସମେତ ୧୫ଟି ରାଜ୍ୟରେ ୫୬ଟି ରାଜ୍ୟସଭା ଆସନ ଖାଲି ହେଉଛି। ଚଳିତ ମାସ ୧୫ ତାରିଖ ପର୍ଯ୍ୟନ୍ତ ପ୍ରାର୍ଥୀମାନେ ନାମାଙ୍କନ ପତ୍ର ଦାଖଲ କରିପାରିବେ । ୧୬ରେ ପ୍ରାର୍ଥୀପତ୍ର ଯାଞ୍ଚ କରାଯିବ ଓ ୨୦ ତାରିଖ ସୁଦ୍ଧା ପ୍ରାର୍ଥୀପତ୍ର ପ୍ରତ୍ୟାହାର କରାଯିବ । ୨୭ ତାରିଖ ଦିନ ସକାଳ ୯ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ କରାଯିବ । ତା’ପରେ ସନ୍ଧ୍ୟା ୫ଟାରୁ ଭୋଟ ଗଣତି ଆରମ୍ଭ ହେବ ।
BJD Nominates Two Candidates to Ensuing Rajya Sabha Elections 2024
Next ArticlePoacher held in Odisha, leopard skin seized
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
