କଳାକାରମାନଙ୍କ ସହାୟତା ରାଶିରେ ବୃଦ୍ଧି କଲେ ରାଜ୍ୟ ସରକାର
ଭୁବନେଶ୍ଵର -ଆମର ଲୋକକଳା ଆମର ଅସ୍ମିତା ଏବଂ କଳାକାର ମାନେ ଭାଷା, ସାହିତ୍ଯ ଓ ସଂସ୍କୃତିର ପ୍ରଚାର ପ୍ରସାରରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଥାନ୍ତି । କଳାକାର ମାନଙ୍କ ହିତକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି “ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା”ରେ କଳାକାରମାନଙ୍କ ସହାୟତା ରାଶି ବୃଦ୍ଧି ଘୋଷଣା କରିଛନ୍ତି । ଏଣିକି ଯୋଜନାର ହିତାଧିକାରୀ ମାନେ ଏବେ ମାସକୁ ୧୨୦୦ ପରିବର୍ତ୍ତେ ୨୦୦୦ ଟଙ୍କା ସହାୟତା ପାଇବେ। ୮୦ ବର୍ଷ ବୟସରୁ କଧିକ [...]
ଭୁବନେଶ୍ଵର -ଆମର ଲୋକକଳା ଆମର ଅସ୍ମିତା ଏବଂ କଳାକାର ମାନେ ଭାଷା, ସାହିତ୍ଯ ଓ ସଂସ୍କୃତିର ପ୍ରଚାର ପ୍ରସାରରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଥାନ୍ତି । କଳାକାର ମାନଙ୍କ ହିତକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି “ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା”ରେ କଳାକାରମାନଙ୍କ ସହାୟତା ରାଶି ବୃଦ୍ଧି ଘୋଷଣା କରିଛନ୍ତି ।
ଏଣିକି ଯୋଜନାର ହିତାଧିକାରୀ ମାନେ ଏବେ ମାସକୁ ୧୨୦୦ ପରିବର୍ତ୍ତେ ୨୦୦୦ ଟଙ୍କା ସହାୟତା ପାଇବେ। ୮୦ ବର୍ଷ ବୟସରୁ କଧିକ କଳାକାର ମାସକୁ ୨୫୦୦ ଟଙ୍କା ସହାୟତା ପାଇବେ। ଏହାଦ୍ବାରା ରାଜ୍ୟର ୮୦ ହଜାର କଳାକାର ଉପକୃତ ହେବେ।
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲାଗସ୍ତ ସମୟରେ କଳାକାରମାନେ ସହାୟତା ରାଶି ବୃଦ୍ଧି ନିମିତ୍ତ ଅନୁରୋଧ କରିଥିଲେ ଏବଂ ସେମାନଙ୍କର ସଂଗଠନ ଦାବି ଉପସ୍ଥାପନ କରିଥିଲେ । ଏହା ବ୍ଯତିତ ଲୋକସେବା ଭବନର କନଭେନସନ କେନ୍ଦ୍ରରେ ୫-ଟି ଅଧ୍ୟକ୍ଷଙ୍କ ସହିତ ଯୋଗାଯୋଗ ସମୟରେ କଳାକାରମାନେ ସହାୟତା ରାଶି ବୃଦ୍ଧି ନିମିତ୍ତ ଅନୁରୋଧ ମଧ୍ୟ କରିଥିଲେ ।
ପୂର୍ବରୁ ଏହି ଯୋଜନାର ୫୦,୦୦୦ କଳାକାର ମାନଙ୍କୁ ମାସିକ ୧୨୦୦ ଟଙ୍କା ଆଧାରରେ ସହାୟତା ରାଶି ପ୍ରଦାନ କରାଯାଉଥିଲା । ମାତ୍ର ବର୍ତ୍ତମାନ ଏହି ଯୋଜନାର ଧାର୍ଯ୍ୟ ଲକ୍ଷ୍ୟ ୮୦,୦୦୦ କୁ ବୃଦ୍ଧି କରାଯାଇଅଛି ଯାହାଦ୍ୱାରା ଆହୁରି ରାଜ୍ୟର ୩୦,୦୦୦ କଳାକାର ଏଥିରେ ଉପକୃତ ହୋଇପାରିବେ ।
ଏହି କ୍ରମରେ ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା ନିୟମାବଳୀର ନିୟମ ୪, ଉପ ନିୟମ (ii)ରେ ଉଲ୍ଲେଖଥିବା କଳାକାରମାନଙ୍କର ବାର୍ଷିକ ଆୟର ସୀମାକୁ ଗ୍ରାମାଞ୍ଚଳ ଓ ସହରାଞ୍ଚଳ ନିର୍ବିଶେଷରେ ଏକ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଅଛି ।
୮୦ ବର୍ଷ ପର୍ଯ୍ୟନ୍ତ କଳାକାରମାନଙ୍କର କଳାକାର ସହାୟତା ରାଶି ଟ୧୨୦୦/-ଙ୍କା (ବାରଶହ ଟଙ୍କା)ରୁ ଟ୨୦୦୦/-ଙ୍କା (ଦୁଇ ହଜାର ଟଙ୍କା)କୁ ଓ ୮୦ ବର୍ଷରୁ ଊର୍ଦ୍ଧ୍ଵ କଳାକାରମାନଙ୍କର କଳାକାର ସହାୟତା ରାଶି ଟ୧୨୦୦/-ଙ୍କା (ବାରଶହ ଟଙ୍କା)ରୁ ଟ୨୫୦୦/-ଙ୍କା (ଦୁଇ ହଜାର ପାଞ୍ଚଶହ ଟଙ୍କା)କୁ ବୃଦ୍ଧି କରାଯାଇଅଛି ।
ଉକ୍ତ ବର୍ଦ୍ଧିତ ସହାୟତା ରାଶି ଚଳିତ ମାସରୁ ଲାଗୁ କରାଯିବ ଏବଂ ଡିବିଟି ମାଧ୍ୟମରେ ଏହି ମାସ ୨୦ ତାରିଖରୁ ୨୫ତାରିଖ ମଧ୍ୟରେ ପ୍ରଦାନ କରାଯିବ ।ଏହି ଯୋଜନାରେ ସହାୟତା ରାଶି ବୃଦ୍ଧି ଯୋଗୁଁ ଓଡ଼ିଶାର ବିଭିନ୍ନ ପ୍ରାନ୍ତରୁ ଅନେକ କଳାକାରମାନେ ଉପକୃତ ହେବେ । ଏହା ଦ୍ଵାରା ଆମର କଳାର ସଂରକ୍ଷଣ, ବିକାଶ, ପ୍ରଚାର ଓ ପ୍ରସାର ହେବା ସହିତ ଓଡ଼ିଶାର କଳା ଓ ସଂସ୍କୃତିକୁ ଏହା ଋଦ୍ଧିମନ୍ତ କରିବ ।
ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଉତ୍କର୍ଷତା ପାଇଁ ମହାତ୍ମାଗାନ୍ଧୀ କର୍କଟ ଚିକିତ୍ସାଳୟ ଓ ଗବେଷଣା ପ୍ରତିଷ୍ଠାନକୁ ମୁଖ୍ୟମନ୍ତ୍ରୀ ପୁରସ୍କାର
Next Article5T Chairman Kartik Pandian Interacts With Sambalpur People, Participates In 1347 Projects Sanction Order Distribution Program
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
