ରୋହିତ ଶର୍ମାଙ୍କ ନେତୃତ୍ୱରେ ଟି-୨୦ ବିଶ୍ୱକପ ଖେଳିବ ଭାରତ, ସ୍ପଷ୍ଟ କଲେ ଜୟ ଶାହ
ରାଜକୋଟ: ଚଳିତ ବର୍ଷ ଓ୍ବେଷ୍ଟଇଣ୍ଡିଜ୍ ଓ ଆମେରିକାରେ ହେବାକୁ ଥିବା ଟି-୨୦ ବିଶ୍ୱକପରେ ଭାରତର ନେତୃତ୍ଵ କିଏ ନେବେ ସେନେଇ ସସପେନ୍ସ ଦୂର କରିଛନ୍ତି ବିସିସିଆଇ ସଚିବ ଜୟ ଶାହା । ରୋହିତ ଶର୍ମାଙ୍କ ନେତୃତ୍ୱରେ ହିଁ ଭାରତ ଏହି ମେଗା ଇଭେଣ୍ଟରେ ଖେଳିବ ବୋଲି ଶାହ ଏଠାରେ ସ୍ପଷ୍ଟ କରିଛନ୍ତିି। କ୍ରିକେଟର ଛୋଟ ଫର୍ମାଟ୍ ପାଇଁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ରୂପରେ ଭାରତ ପାଖରେ ଜଣେ ପୂର୍ଣ୍ଣକାଳୀନ ଅଧିନାୟକ ଅଛନ୍ତି । କିନ୍ତୁ ୨୦୨୩ ଦିନିକିଆ ବିଶ୍ୱକପ [...]
ରାଜକୋଟ: ଚଳିତ ବର୍ଷ ଓ୍ବେଷ୍ଟଇଣ୍ଡିଜ୍ ଓ ଆମେରିକାରେ ହେବାକୁ ଥିବା ଟି-୨୦ ବିଶ୍ୱକପରେ ଭାରତର ନେତୃତ୍ଵ କିଏ ନେବେ ସେନେଇ ସସପେନ୍ସ ଦୂର କରିଛନ୍ତି ବିସିସିଆଇ ସଚିବ ଜୟ ଶାହା । ରୋହିତ ଶର୍ମାଙ୍କ ନେତୃତ୍ୱରେ ହିଁ ଭାରତ ଏହି ମେଗା ଇଭେଣ୍ଟରେ ଖେଳିବ ବୋଲି ଶାହ ଏଠାରେ ସ୍ପଷ୍ଟ କରିଛନ୍ତିି।
କ୍ରିକେଟର ଛୋଟ ଫର୍ମାଟ୍ ପାଇଁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ରୂପରେ ଭାରତ ପାଖରେ ଜଣେ ପୂର୍ଣ୍ଣକାଳୀନ ଅଧିନାୟକ ଅଛନ୍ତି । କିନ୍ତୁ ୨୦୨୩ ଦିନିକିଆ ବିଶ୍ୱକପ ଫାଇନାଲରେ ଅଷ୍ଟ୍ରେଲିଆ ଠାରୁ ପରାଜୟ ପରେ ବିରାଟ କୋହଲି ଓ ରୋହିତଙ୍କ ଏକ ଆଇସିସି ଟ୍ରଫି ଜିତିବା ଲକ୍ଷ୍ୟ ଅଧୁରା ରହିଯାଇଛି । ତେଣୁ ଦୁଇ ବରିଷ୍ଠ ବ୍ୟାଟ୍ସମ୍ୟାନ୍ ଜୁନରେ ହେବାକୁ ଥିବା ଟି-୨୦ ବିଶ୍ୱକପ୍ରେ ଖେଳିବାକୁ ଇଚ୍ଛା ପ୍ରକାଶ କରିଛନ୍ତି ।
ଶାହ କହିଛନ୍ତି, “୨୦୨୩ରେ କ୍ରମାଗତ ୧୦ଟି ବିଜୟ ସତ୍ତ୍ୱେ ଆମେ ଅହମ୍ମଦାବାଦରେ ବିଶ୍ୱକପ ଜିତି ପାରିନଥିଲୁ । କିନ୍ତୁ ଆମେ ହୃଦୟ ଜିତିଥିଲୁ। ମୁଁ ଆପଣଙ୍କୁ ପ୍ରତିଶ୍ରୁତି ଦେବାକୁ ଚାହୁଁଛି ଯେ ୨୦୨୪ (ଟି-୨୦ ବିଶ୍ୱକପ)ରେ ବାରବାଡୋସ (ଫାଇନାଲର ଭେନ୍ୟୁ)ରେ ଆମେ ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଭାରତର ପତାକା ଉଡ଼ାଇବୁ ।
ଶାହା ଖଣ୍ଡେରୀର ସୌରାଷ୍ଟ୍ର କ୍ରିକେଟ୍ ଆସୋସିଏସନ୍ ଷ୍ଟାଡିୟମରେ ଏକ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହି କଥା କହିଛନ୍ତିି । ଏହି ଷ୍ଟାଡିୟମକୁ ବର୍ତ୍ତମାନ ବରିଷ୍ଠ କ୍ରିକେଟ୍ ପ୍ରଶାସକ ନିରଞ୍ଜନ ଶାହଙ୍କ ନାମରେ ନାମିତ କରାଯାଇଛି। ଏହି ଅବସରରେ ପୂର୍ବତନ ଅଧିନାୟକ ସୁନୀଲ ଗାଭାସ୍କର ଓ ଅନିଲ କୁମ୍ବଲେ ଏବଂ ଆଇପିଏଲ ଅଧ୍ୟକ୍ଷ ଅରୁଣ ଧୁମଲ ମଧ୍ୟ ଉପସ୍ଥିତ ଥିଲେ।
ଏହି କାର୍ଯ୍ୟକ୍ରମରେ ଚୟନ କମିଟିର ଅଧ୍ୟକ୍ଷ ଅଜିତ ଅଗରକରଙ୍କ ବ୍ୟତୀତ ଭାରତୀୟ ଦଳର ମୁଖ୍ୟ କୋଚ୍ ରାହୁଲ ଦ୍ରାବିଡ, ରୋହିତ ଶର୍ମା, ମହମ୍ମଦ ସିରାଜ, ରବୀନ୍ଦ୍ର ଜାଡେଜା, ଅକ୍ଷର ପଟେଲ ଏବଂ ଭାରତୀୟ ଦଳର ସହାୟକ ଷ୍ଟାଫର କିଛି ସଦସ୍ୟ ମଧ୍ୟ ଯୋଗ ଦେଇଥିଲେ।
ଆବୁଧାବିରେ ପ୍ରଥମ ହିନ୍ଦୁ ମନ୍ଦିରର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
Next Articleପବିତ୍ର ଶ୍ରୀପଞ୍ଚମୀରେ ପୁରୀରେ ପାରମ୍ପରିକ ରଥକାଠ ଅନୁକୂଳ ପୂଜା ଅନୁଷ୍ଠିତ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
