ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି : ରାଷ୍ଟ୍ରୀୟ ସମ୍ମାନର ସହ ହେବ ଅଙ୍ଗ ଦାନ କରୁଥିବା ବ୍ୟକ୍ତିଙ୍କ ଶେଷକୃତ୍ୟ
ଭୁବନେଶ୍ବର – ଅଙ୍ଗଦାନ କରି ଅନ୍ୟର ଜୀବନ ବଞ୍ଚାଉଥିବା ବ୍ୟକ୍ତିଙ୍କ ତ୍ୟାଗ ଓ ସାହସର ସ୍ୱୀକୃତି ସ୍ୱରୂପ ସେମାନଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନର ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଘୋଷଣା କରିଛନ୍ତି। ଏହା ଦ୍ୱାରା ଅଙ୍ଗଦାନ କ୍ଷେତ୍ରରେ ବ୍ୟାପକ ସଚେତନତା ଆସିବା ସହିତ ଅଙ୍ଗଦାନ କରି ଅନ୍ୟର ଜୀବନ ବଞ୍ଚାଇବା ପାଇଁ ଏହା ସମାଜକୁ ପ୍ରେରଣା ଦେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି। ଅଙ୍ଗଦାନ ଏକ ମହତ ଦାନ । ମସ୍ତିଷ୍କ [...]
ଭୁବନେଶ୍ବର – ଅଙ୍ଗଦାନ କରି ଅନ୍ୟର ଜୀବନ ବଞ୍ଚାଉଥିବା ବ୍ୟକ୍ତିଙ୍କ ତ୍ୟାଗ ଓ ସାହସର ସ୍ୱୀକୃତି ସ୍ୱରୂପ ସେମାନଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନର ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଘୋଷଣା କରିଛନ୍ତି। ଏହା ଦ୍ୱାରା ଅଙ୍ଗଦାନ କ୍ଷେତ୍ରରେ ବ୍ୟାପକ ସଚେତନତା ଆସିବା ସହିତ ଅଙ୍ଗଦାନ କରି ଅନ୍ୟର ଜୀବନ ବଞ୍ଚାଇବା ପାଇଁ ଏହା ସମାଜକୁ ପ୍ରେରଣା ଦେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।
ଅଙ୍ଗଦାନ ଏକ ମହତ ଦାନ । ମସ୍ତିଷ୍କ ମୃତ୍ୟୁ ଘଟୁଥିବା ଲୋକଙ୍କ କ୍ଷେତ୍ରରେ ସେମାନଙ୍କ ଆତ୍ମୀୟମାନେ ସାହସିକ ନିଷ୍ପତ୍ତି ନେଇ ଅଙ୍ଗଦାନ ପାଇଁ ସ୍ୱୀକୃତି ପ୍ରଦାନ କରି ଅନ୍ୟମାନଙ୍କ ଜୀବନ ରକ୍ଷାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛନ୍ତି।
ରାଜ୍ୟ ସରକାର ଏହି ଅଙ୍ଗ ପ୍ରତ୍ୟାରୋପଣ ପ୍ରକ୍ରିୟାକୁ ଅଧିକ ସୁଗମ କରିବା ପାଇଁ ୨୦୧୯ ମସିହାରେ ଷ୍ଟେଟ୍ ଅର୍ଗାନ ଆଣ୍ଡ୍ ଟିସ୍ୟୁସ ଟ୍ରାନ୍ସପ୍ଲାଣ୍ଟ ଅର୍ଗାନାଇଜେସନ- ସଟ୍ଟୋ ପ୍ରତିଷ୍ଠା କରିଛନ୍ତି। ଏହାଛଡା ଅଙ୍ଗଦାନକୁ ଉତ୍ସାହିତ କରିବା ପାଇଁ ଓଡିଶା ସରକାର ୨୦୨୦ରୁ ସୁରଜ ପୁରସ୍କାର ଆରମ୍ଭ କରିଛନ୍ତି।
ସୂଚନାଯୋଗ୍ୟ ଯେ ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଅଞ୍ଚଳର ସୁରଜଙ୍କ ନାମରେ ଏହି ପୁରସ୍କାର ପ୍ରଚଳନ କରାଯାଇଛି। ସଡକ ଦୁର୍ଘଟଣାରେ ଗୁରୁତର ଆହତ ସୁରଜଙ୍କ ମସ୍ତିଷ୍କ ମୃତ୍ୟୁ ଘଟିଥିଲା। ତାଙ୍କ ପରିବାର ସୁରଜଙ୍କର ଶରୀରର ଗୁରୁତ୍ୱପୂର୍ଣ ଅଙ୍ଗଗୁଡିକୁ ପ୍ରଦାନ କରିବା ପାଇଁ ନିଷ୍ପତ୍ତି ନେଇଥିଲେ । ଏହି ଗୁରୁତ୍ୱପୂର୍ଣ ଅଙ୍ଗଗୁଡିକ ୬ ଜଣ ଲୋକଙ୍କ ଜୀବନ ରକ୍ଷାରେ ସହାୟକ ହୋଇଥିଲା। ଅଙ୍ଗଦାନ କରୁଥିବା ବ୍ୟକ୍ତିଙ୍କ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୫ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରାଯାଉଛି। ଏଥି ସହିତ ପ୍ରତିବର୍ଷ ବିଶ୍ୱ ଅଙ୍ଗଦାନ ଦିବସ ଅଗଷ୍ଟ ୧୩ ତାରିଖରେ ମୁଖ୍ୟମନ୍ତ୍ରୀ ଅଙ୍ଗଦାତାମାନଙ୍କ ନିକଟତମ ଆତ୍ମୀୟଙ୍କୁ ସମ୍ମାନିତ ମଧ୍ୟ କରୁଛନ୍ତି।
Last Rites of Organ Donors to Be Performed with State Honours
Next Articleମହୁଆ ମୈତ୍ରଙ୍କୁ ଇଡି ସମନ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
