ତପ୍ତପାଣି ଘାଟିରେ ଓଲଟିଲା ବସ୍, ୨୫ ଭକ୍ତ ଆହତ: ଅନ୍ୟ ଗାଡ଼ିରେ ପୁରୀ ପଠାଇଲା ପ୍ରଶାସନ
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ତପ୍ତପାଣି ଘାଟିର ପାଳୁଖୋଳା ଗ୍ରାମ ନିକଟରେ ରବିବାର ସନ୍ଧ୍ୟାରେ ଏକ ତୀର୍ଥଯାତ୍ରୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୨୫ରୁ ଅଧିକ ଭକ୍ତ ଆହତ ହୋଇଛନ୍ତି। ସମସ୍ତ ଆହତ କୋରାପୁଟ ଜିଲ୍ଲା ମନଭାର ଓ ମସ୍ତିପୁଟ ପଞ୍ଚାୟତର। ଉଭୟ ପଞ୍ଚାୟତରୁ ପ୍ରାୟ ୫୦ ଜଣ ତୀର୍ଥଯାତ୍ରୀ ଏକ ବସରେ କୋରାପୁଟ ଜିଲ୍ଲାରୁ ପୁରୀ ଅଭିମୁଖେ ଯାଉଥିଲେ। ଘାଟିରେ ଭାରସାମ୍ୟ ହରାଇ ବସଟି ରାସ୍ତାକଡକୁ ଓଲଟି ପଡ଼ିଥିଲା। ପୋଡ଼ାମାରି ଫାଣ୍ଡି ଓ ପାଟପୁର ଥାନା ପୋଲିସ, [...]
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ତପ୍ତପାଣି ଘାଟିର ପାଳୁଖୋଳା ଗ୍ରାମ ନିକଟରେ ରବିବାର ସନ୍ଧ୍ୟାରେ ଏକ ତୀର୍ଥଯାତ୍ରୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୨୫ରୁ ଅଧିକ ଭକ୍ତ ଆହତ ହୋଇଛନ୍ତି। ସମସ୍ତ ଆହତ କୋରାପୁଟ ଜିଲ୍ଲା ମନଭାର ଓ ମସ୍ତିପୁଟ ପଞ୍ଚାୟତର। ଉଭୟ ପଞ୍ଚାୟତରୁ ପ୍ରାୟ ୫୦ ଜଣ ତୀର୍ଥଯାତ୍ରୀ ଏକ ବସରେ କୋରାପୁଟ ଜିଲ୍ଲାରୁ ପୁରୀ ଅଭିମୁଖେ ଯାଉଥିଲେ। ଘାଟିରେ ଭାରସାମ୍ୟ ହରାଇ ବସଟି ରାସ୍ତାକଡକୁ ଓଲଟି ପଡ଼ିଥିଲା। ପୋଡ଼ାମାରି ଫାଣ୍ଡି ଓ ପାଟପୁର ଥାନା ପୋଲିସ, ନିକଟସ୍ଥ ଗଜପତି ଜିଲ୍ଲା ମୋହନା ଥାନା ପୋଲିସ, ମୋହନା ଓ ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ଅଗ୍ନିଶମ ବାହିନୀ ସ୍ଥାନୀୟ ଗ୍ରାମବାସୀଙ୍କ ସହାୟତାରେ ଆହତମାନଙ୍କୁ ଆମ୍ବୁଲାନ୍ସ ଓ ଦମକଳ ଗାଡ଼ିରେ ଦିଗପହଣ୍ଡି ଡାକ୍ତରଖାନାରେ ଭର୍ତ୍ତି କରିଥିଲା। କେହି ଗୁରୁତର ନଥିବା ବେଳେ ପ୍ରାଥମିକ ଚିକିତ୍ସା ପରେ ଆହତ ଯାତ୍ରୀ ଓ ଅନ୍ୟ ଶ୍ରଦ୍ଧାଳୁମାନଙ୍କୁ ଆଉ ଏକ ବସରେ ପୁରୀ ଅଭିମୁଖେ ପଠାଇଥିଲା।
Chief Election Commissioner Arrives in Odisha to Review Poll Preparedness
Next Articleଆଜିଠୁ +୨ ପରୀକ୍ଷା: ଦକ୍ଷିଣାଞ୍ଚଳର ଆଠଟି ଜିଲ୍ଲାର ୨୦୫ କେନ୍ଦ୍ରରେ ୭୯,୫୫୮ ପରୀକ୍ଷାର୍ଥୀ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
