କୋଟି କୋଟି ଟଙ୍କାର କଳାଟଙ୍କା ଜବତ ପରେ ଗିରଫ ହେଲେ ବୌଦ୍ଧ ଆରଟିଓ
ବୌଦ୍ଧ – ଭିଜିଲାନ୍ସ ଚଢ଼ାଉରେ କୋଟି କୋଟି ଟଙ୍କାର ଆୟ ବର୍ହିଭୂତ ସମ୍ପତ୍ତି ମିଳିଲା ପରେ ଗିରଫ ହୋଇଛନ୍ତି ବୌଦ୍ଧ ଆରଟିଓ ବସନ୍ତ କୁମାର ମହାପାତ୍ର। ତାଙ୍କୁ ଆଜି ଭିଜିଲାନ୍ସ ଗିରଫ କରିଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗତକାଲି ଭୁବନେଶ୍ୱର, ଗଞ୍ଜାମ ଓ ବୌଦ୍ଧରେ ଏକକାଳୀନ ଚଢାଉ କରିଥିଲା ଭିଜିଲାନ୍ସ । ଚଢାଉରେ ଆରଟିଓଙ୍କ ୧୯ କୋଟି ଟଙ୍କାର ଆୟ ବର୍ହିଭୂତ ସମ୍ପତ୍ତି ଠାବ କରିଥିଲା ଭିଜିଲାନ୍ସ ।ଭୁବନେଶ୍ବରରେ ବୌଦ୍ଧ ଆରଟିଓଙ୍କ ୨ଟି [...]
ବୌଦ୍ଧ – ଭିଜିଲାନ୍ସ ଚଢ଼ାଉରେ କୋଟି କୋଟି ଟଙ୍କାର ଆୟ ବର୍ହିଭୂତ ସମ୍ପତ୍ତି ମିଳିଲା ପରେ ଗିରଫ ହୋଇଛନ୍ତି ବୌଦ୍ଧ ଆରଟିଓ ବସନ୍ତ କୁମାର ମହାପାତ୍ର। ତାଙ୍କୁ ଆଜି ଭିଜିଲାନ୍ସ ଗିରଫ କରିଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗତକାଲି ଭୁବନେଶ୍ୱର, ଗଞ୍ଜାମ ଓ ବୌଦ୍ଧରେ ଏକକାଳୀନ ଚଢାଉ କରିଥିଲା ଭିଜିଲାନ୍ସ । ଚଢାଉରେ ଆରଟିଓଙ୍କ ୧୯ କୋଟି ଟଙ୍କାର ଆୟ ବର୍ହିଭୂତ ସମ୍ପତ୍ତି ଠାବ କରିଥିଲା ଭିଜିଲାନ୍ସ ।ଭୁବନେଶ୍ବରରେ ବୌଦ୍ଧ ଆରଟିଓଙ୍କ ୨ଟି ଫ୍ଲାଟ ସହ ୨ଟି ସପିଂ ଆଉଟ୍ଲେଟ୍ ଠାବ ହୋଇଛି। ତାଙ୍କ ବ୍ୟାଙ୍କ ଜମାରେ ପ୍ରାୟ କୋଟିଏ ଟଙ୍କା ରହିଥିବା ଭିଜିଲାନ୍ସ ଟିମ୍ ଜାଣିବାକୁ ପାଇଛି । ବସନ୍ତଙ୍କ ଘରୁ ନଗଦ ୧ ଲକ୍ଷ ୧୬ ହଜାର ଟଙ୍କା ଜବତ ହୋଇଛି ।
ପଶ୍ଚିମବଙ୍ଗ ସ୍କୁଲ ନିଯୁକ୍ତି ମାମଲାରେ ପୁଣି ଇଡି ଚଢ଼ାଉ
Next Articleକେନ୍ଦ୍ର ବିରୋଧରେ କଂଗ୍ରେସର ବଡ଼ ଅଭିଯୋଗ, ଦଳର ବ୍ୟାଙ୍କ୍ ଆକାଉଣ୍ଟ ଫ୍ରିଜ୍ ହୋଇଥିବା ଦାବି
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
