ପୂର୍ବ ପ୍ରତିଶ୍ରୁତି ଅନୁସାରେ ଆଜି ଚୌଦ୍ୱାର ଓଟିଏମ ଜମିରେ ବିକଳ୍ପ ବୟନ ଶିଳ୍ପ ପାଇଁ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର – ଆଜି ଚୌଦ୍ୱାରରେ ଏକ ସମନ୍ୱିତ ବୟନ ଶିଳ୍ପ କମ୍ପ୍ଲେକ୍ସର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଚୌଦ୍ଵାରରେ ଏହି ଶିଳ୍ପ ପାର୍କର ପ୍ରତିଷ୍ଠା କରିବ ୱେଲସ୍ପନ୍ କମ୍ପାନୀ। ଏହି ଶିଳ୍ପ ପାର୍କ ଦ୍ୱାରା ୧୦ ହଜାର ନିଯୁକ୍ତି ସୃଷ୍ଟି ହେବ । ୱେଲସ୍ପନ୍ ଇଣ୍ଟିଗ୍ରେଟେଡ୍ ଟେକ୍ସଟାଇଲ କମ୍ପ୍ଲେକ୍ସ ପାଇଁ ୩ ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ କରାଯିବ । ଓଟିଏମ ଜାଗାରେ ୱେଲସ୍ପନ କମ୍ପାନି ବୟନ ଶିଳ୍ପ ପ୍ରତିଷ୍ଠା କରିବ । ସୂଚନାଯୋଗ୍ୟ [...]
ଭୁବନେଶ୍ୱର – ଆଜି ଚୌଦ୍ୱାରରେ ଏକ ସମନ୍ୱିତ ବୟନ ଶିଳ୍ପ କମ୍ପ୍ଲେକ୍ସର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଚୌଦ୍ଵାରରେ ଏହି ଶିଳ୍ପ ପାର୍କର ପ୍ରତିଷ୍ଠା କରିବ ୱେଲସ୍ପନ୍ କମ୍ପାନୀ। ଏହି ଶିଳ୍ପ ପାର୍କ ଦ୍ୱାରା ୧୦ ହଜାର ନିଯୁକ୍ତି ସୃଷ୍ଟି ହେବ । ୱେଲସ୍ପନ୍ ଇଣ୍ଟିଗ୍ରେଟେଡ୍ ଟେକ୍ସଟାଇଲ କମ୍ପ୍ଲେକ୍ସ ପାଇଁ ୩ ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ କରାଯିବ । ଓଟିଏମ ଜାଗାରେ ୱେଲସ୍ପନ କମ୍ପାନି ବୟନ ଶିଳ୍ପ ପ୍ରତିଷ୍ଠା କରିବ । ସୂଚନାଯୋଗ୍ୟ ଯେ, ୨୦୦୧ରେ ଚୌଦ୍ୱାର ଓଟିଏମ ବନ୍ଦ ହୋଇଯାଇଥିଲା । ୨୦୧୩ରେ ଚୌଦ୍ୱାର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଟିଏମ ଜମିରେ ବିକଳ୍ପ ବୟନ ଶିଳ୍ପ ପ୍ରତିଷ୍ଠା ପାଇଁ ପ୍ରତିଶ୍ରୁତି ଦେଇଥିଲେ। ଏଥିସହ ସେ ଶ୍ରମିକମାନଙ୍କ ବକେୟା ପ୍ରଦାନ କରାଯିବ ବୋଲି କହିଥିଲେ । ଓଟିଏମ ଶ୍ରମିକମାନଙ୍କ ବକେୟା ପ୍ରଦାନ କରାଯାଇଥିବା ବେଳେ ଆଜି ବନ୍ଦ ହୋଇଯାଇଥିବା କମ୍ପାନୀ ଜାଗାରେ ନୂଆ ବୟନ ଶିଳ୍ପ ପ୍ରତିଷ୍ଠା ପାଇଁ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ।
ବ୍ରହ୍ମପୁର ବିଶ୍ଵବିଦ୍ୟାଳୟରେ ପୂର୍ବାଞ୍ଚଳ ଅନ୍ତଃବିଶ୍ବବିଦ୍ୟାଳୟ ଯୁବ ମହୋତ୍ସବ ‘ଉମଙ୍ଗ’ ଆରମ୍ଭ
Next Articleଆମ ହସ୍ପିଟାଲ ଯୋଜନା : ଆଜି ୧୫ଟି ଜିଲ୍ଲାର ୭୩ଟି ରୂପାନ୍ତରିତ ଡାକ୍ତରଖାନାର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
