ଆଜି ମୁଖ୍ୟମନ୍ତ୍ରୀଙ୍କ ବରଗଡ଼ ଗସ୍ତ: ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପ ଓ କ୍ୟାନ୍ସର ହସ୍ପିଟାଲର କରିବେ ଲୋକାର୍ପଣ
ଭୁବନେଶ୍ୱର – ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରଗଡ଼ ଗସ୍ତରେ ଯାଇ ଜିଲ୍ଲାବାସୀଙ୍କୁ ଭେଟି ଦେବେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ । ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଉଦଘାଟିତ ହେବାକୁ ଥିବା ଦୁଇ ପ୍ରମୁଖ ପ୍ରକଳ୍ପ ହେଉଛି ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପ ଓ ବରଗଡ଼ ମୁଖ୍ୟ ଡାକ୍ତରଖାନାରେ ନିର୍ମିତ ୧୦୦ ଶଯ୍ୟା ବିଶିଷ୍ଟ କ୍ୟାନ୍ସର ହସ୍ପିଟାଲ । ମିଳିଥିବା ସୂଚନା ଅନୁସାରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରରୁ ସ୍ୱତନ୍ତ୍ର ହେଲିକପ୍ଟରରେ ବାହାରି ଆଜି ଦିନ ୧୧ଟା ୫୦ ମିନିଟରେ ବିଜେପୁର [...]
ଭୁବନେଶ୍ୱର – ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରଗଡ଼ ଗସ୍ତରେ ଯାଇ ଜିଲ୍ଲାବାସୀଙ୍କୁ ଭେଟି ଦେବେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ । ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଉଦଘାଟିତ ହେବାକୁ ଥିବା ଦୁଇ ପ୍ରମୁଖ ପ୍ରକଳ୍ପ ହେଉଛି ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପ ଓ ବରଗଡ଼ ମୁଖ୍ୟ ଡାକ୍ତରଖାନାରେ ନିର୍ମିତ ୧୦୦ ଶଯ୍ୟା ବିଶିଷ୍ଟ କ୍ୟାନ୍ସର ହସ୍ପିଟାଲ । ମିଳିଥିବା ସୂଚନା ଅନୁସାରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରରୁ ସ୍ୱତନ୍ତ୍ର ହେଲିକପ୍ଟରରେ ବାହାରି ଆଜି ଦିନ ୧୧ଟା ୫୦ ମିନିଟରେ ବିଜେପୁର ବ୍ଲକ୍ କନାପାଲିରେ ପହଞ୍ଚିବେ । ସେଠାରେ ସେ ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପର ଲୋକାର୍ପଣ କରିବେ ।
ଏହାପରେ ମୁଖ୍ୟମନ୍ତ୍ରୀ ବରଗଡ଼ କ୍ୟାନ୍ସର ହସ୍ପିଟାଲର ମଧ୍ୟ ଲୋକାର୍ପଣ କରିବେ । ପ୍ରସିଦ୍ଧ ନୃସିଂହନାଥ ପୀଠର ରୂପାନ୍ତରୀକରଣ ଓ ବିକାଶ କାର୍ଯ୍ୟର ମଧ୍ୟ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ। ଦିନିକିଆ ଗସ୍ତରେ ମୁଖ୍ୟମନ୍ତ୍ରୀ ୩୪୨ କୋଟି ୬୯ ଲକ୍ଷ ୬୩ ହଜାର ଟଙ୍କା ବ୍ୟୟରେ ମୋଟ ୫୯ଟି ଉନ୍ନୟନମୂଳକ ପ୍ରକଳ୍ପର ଲୋକାର୍ପଣ କରିବେ । ଏଥିସହ ୨୬୩ କୋଟି ୩୩ ଲକ୍ଷ ୧୮ ହଜାର ଟଙ୍କା ବ୍ୟୟରେ ୨୧ଟି ଉନ୍ନୟନମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ। ଏଥିମଧ୍ୟରେ ଜିଲ୍ଲା ଷ୍ଟାଡିୟମ ଓ ସ୍ପୋର୍ଟସ କମ୍ପ୍ଲେକ୍ସ ରହିଛି।
ଆଜିଠାରୁ ମାଟ୍ରିକ ପରୀକ୍ଷା : ସାଢେ ୫ ଲକ୍ଷରୁ ଅଧିକ ପରୀକ୍ଷାର୍ଥୀ, କପି ଧରିବ ଏଆଇ କ୍ୟାମେରା
Next Articleରାଜ୍ୟସଭା ନିର୍ବାଚନ: ନିର୍ବିରୋଧରେ ନିର୍ବାଚିତ ହେବେ ଓଡ଼ିଶାରୁ ତିନି ପ୍ରାର୍ଥୀ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
