ବରଗଡ଼ରେ ହେବ ମେଡିକାଲ କଲେଜ
ବରଗଡ଼ : ବରଗଡ଼ କ୍ୟାନସର ହସପିଟାଲ ଆଜି ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଲୋକାର୍ପିତ ହେବ । ଏହା ଦ୍ଵାରା ବରଗଡ଼ବାସୀଙ୍କ ଲୋକଙ୍କ ବହୁ ଦିନର ଆଶା ପୂରଣ ହେବାକୁ ଯାଉଛି । ଏହା ସହିତ ବରଗଡ଼ବାସୀଙ୍କୁ ଦୋହରା ଖୁସି ମିଳିବାକୁ ଯାଉଛି । ଏହି ମେଡିକାଲ କଲେଜ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପାଖାପାଖି ଅଞ୍ଚଳରେ ହେବ । ବରଗଡ଼ ମେଡିକାଲ କଲେଜ ସ୍ଥାପନ ପାଇଁ ଭଟଲି ତହସିଲର ଟୁକୁର୍ଲା ମୌଜାର ୫ ଏକର ଜମି ସ୍ଵାସ୍ଥ୍ୟ ବିଭାଗ ନାମରେ [...]
ବରଗଡ଼ : ବରଗଡ଼ କ୍ୟାନସର ହସପିଟାଲ ଆଜି ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଲୋକାର୍ପିତ ହେବ । ଏହା ଦ୍ଵାରା ବରଗଡ଼ବାସୀଙ୍କ ଲୋକଙ୍କ ବହୁ ଦିନର ଆଶା ପୂରଣ ହେବାକୁ ଯାଉଛି । ଏହା ସହିତ ବରଗଡ଼ବାସୀଙ୍କୁ ଦୋହରା ଖୁସି ମିଳିବାକୁ ଯାଉଛି । ଏହି ମେଡିକାଲ କଲେଜ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପାଖାପାଖି ଅଞ୍ଚଳରେ ହେବ । ବରଗଡ଼ ମେଡିକାଲ କଲେଜ ସ୍ଥାପନ ପାଇଁ ଭଟଲି ତହସିଲର ଟୁକୁର୍ଲା ମୌଜାର ୫ ଏକର ଜମି ସ୍ଵାସ୍ଥ୍ୟ ବିଭାଗ ନାମରେ କରିବାକୁ ରାଜ୍ୟ ସରକାର ଅନୁମତି ଦେଇଛନ୍ତି । ତେଣୁ । ଜିଲାପାଳ ଭଟଲି ତହସିଲଦାରଙ୍କୁ ଆଜି ଚିଠି ( ସଂଖ୍ୟା ୨୯୪୭ / ୧୯.୨.୨୪ ) ଲେଖି ଏ ଦିଗରେ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦେଶ ଦେଇଛନ୍ତି । ବରଗଡ଼ରେ ଏକ ସରକାରୀ ମେଡିକାଲ କଲେଜ ଟୁକୁର୍ଲା ଅଞ୍ଚଳରେ ଖୋଲିବ ବୋଲି ଜିଲାପାଳଙ୍କ ଚିଠିରୁ ସଙ୍କେତ ମିଳୁଛି ।

ରାଜ୍ୟସଭା ନିର୍ବାଚନ: ନିର୍ବିରୋଧରେ ନିର୍ବାଚିତ ହେବେ ଓଡ଼ିଶାରୁ ତିନି ପ୍ରାର୍ଥୀ
Next Articleମାଟ୍ରିକ ପରୀକ୍ଷା ପୂର୍ବରୁ ସ୍କୁଲ ହଷ୍ଟେଲରୁ ମିଳିଲା ଛାତ୍ରଙ୍କ ଝୁଲନ୍ତା ମୃତଦେହ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
