ରାଜ୍ୟସଭାକୁ ନିର୍ଦ୍ଵନ୍ଦ୍ୱରେ ନିର୍ବାଚିତ ହେଲେ ଦେବାଶିଷ, ଶୁଭାଶିଷ ଓ ଅଶ୍ୱିନୀ
ଭୁବନେଶ୍ବର – ରାଜ୍ୟସଭା ପାଇଁ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହୋଇଛନ୍ତି ଓଡ଼ିଶାର ତିନି ଜଣ ପ୍ରାର୍ଥୀ । ଆଜି ପ୍ରାର୍ଥୀପତ୍ର ପ୍ରତ୍ୟାହାର ସମୟସୀମା ଶେଷ ହେଲା ପରେ ଶାସକ ବିଜେଡିର ଦେବାଶିଷ ସାମନ୍ତରାୟ, ଶୁଭାଶିଷ ଖୁଣ୍ଟିଆ ଓ ବିଜେଡି ସମର୍ଥିତ ବିଜେପି ପ୍ରାର୍ଥୀ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ନିର୍ବାଚିତ ଘୋଷଣା କରିଛନ୍ତି ରିଟର୍ଣ୍ଣିଂ ଅଫିସର । ସେମାନଙ୍କ ବିପକ୍ଷରେ ପ୍ରାର୍ଥୀ ନଥିବାରୁ ସମସ୍ତେ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହୋଇଛନ୍ତି । ଖାଲି ହେଉଥିବା ଓଡ଼ିଶାର ତିନିଟି ରାଜ୍ଯସଭା ଆସନ [...]
ଭୁବନେଶ୍ବର – ରାଜ୍ୟସଭା ପାଇଁ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହୋଇଛନ୍ତି ଓଡ଼ିଶାର ତିନି ଜଣ ପ୍ରାର୍ଥୀ । ଆଜି ପ୍ରାର୍ଥୀପତ୍ର ପ୍ରତ୍ୟାହାର ସମୟସୀମା ଶେଷ ହେଲା ପରେ ଶାସକ ବିଜେଡିର ଦେବାଶିଷ ସାମନ୍ତରାୟ, ଶୁଭାଶିଷ ଖୁଣ୍ଟିଆ ଓ ବିଜେଡି ସମର୍ଥିତ ବିଜେପି ପ୍ରାର୍ଥୀ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ନିର୍ବାଚିତ ଘୋଷଣା କରିଛନ୍ତି ରିଟର୍ଣ୍ଣିଂ ଅଫିସର । ସେମାନଙ୍କ ବିପକ୍ଷରେ ପ୍ରାର୍ଥୀ ନଥିବାରୁ ସମସ୍ତେ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହୋଇଛନ୍ତି ।
ଖାଲି ହେଉଥିବା ଓଡ଼ିଶାର ତିନିଟି ରାଜ୍ଯସଭା ଆସନ ମଧ୍ୟରୁ ଦୁଇଟିରେ ବିଜେଡି ଦୁଇଜଣଙ୍କୁ ପ୍ରାର୍ଥୀ କରିଥିଲା । ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ ବିଜେଡି ତରଫରୁ ନାମାଙ୍କନ ଦାଖଲ କରିଥିଲେ । ବିଜେଡିର ପୂର୍ବତନ ବିଧାୟକ ହେଉଛନ୍ତି ଦେବାଶିଷ ସାମନ୍ତରାୟ । ପୁରୀ ଜିଲ୍ଲା ରାଜନୀତିର ଚର୍ଚ୍ଚିତ ଯୁବ ଚେହେରା ଶୁଭାଶିଷ ଖୁଣ୍ଟିଆଙ୍କୁ ବି ପ୍ରାର୍ଥୀ କରିଥିଲା ବିଜେଡି। ତୃତୀୟ ଆସନ ପାଇଁ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ବିଜେପି ପୁଣି ପ୍ରାର୍ଥୀ କରିଥିଲା । ମାତ୍ର ଅଶ୍ବିନୀଙ୍କ ବିଜୟ ପାଇଁ ବିଜେପି ପାଖରେ ସଂଖ୍ଯା ନଥିଲା । ରାଜ୍ୟର ବୃହତ୍ତର ସ୍ବାର୍ଥ ଦୃଷ୍ଟିରୁ ଅଶ୍ବିନୀଙ୍କୁ ସମର୍ଥନ ଘୋଷଣା କରିଥିଲା ବିଜୁ ଜନତା ଦଳ ।
୩ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନ୍ଏସ୍ଏ ଲାଗୁ
Next ArticleAll Three Candidates Elected Unopposed to Rajya Sabha from Odisha
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
