ଜିମ୍ନାଷ୍ଟ ପ୍ରଣତି ନାୟକ ଓ ସନ୍ତରଣକାରୀ ମନ୍ନତା ମିଶ୍ରଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର – ଆନ୍ତର୍ଜାତିକ ସ୍ତରରେ ପଦକ ଜିତିଥିବା ରାଜ୍ୟର ଦୁଇ ପ୍ରତିଭାବାନ ମହିଳା କ୍ରୀଡାବିତଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଓଡ଼ିଶାର ଅଗ୍ରଣୀ ଜିମ୍ନାଷ୍ଟ ପ୍ରଣତି ନାୟକ ଓ ଉଦୀୟମାନ ସନ୍ତରଣକାରୀ ମନ୍ନତା ମିଶ୍ରଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ। ପ୍ରଣତି ନାୟକ କାଏରୋରେ ଅନୁଷ୍ଠିତ ସମ୍ମାନଜନକ ଏଫଆଇଜି ୱାର୍ଲଡ କପରେ ବ୍ରୋଞ୍ଜ ପଦକ ଜିତିଥିଲେ। ଏହି ସଫଳତା ପାଇଁ ପ୍ରଣତିଙ୍କୁ ୫ ଲକ୍ଷ ଟଙ୍କା ନଗଦ ପୁରସ୍କାର ସହ ସମ୍ମାନିତ କରିଛନ୍ତି ମୁଖ୍ୟମନ୍ତ୍ରୀ। ପ୍ରଣତି ଓଡ଼ିଶା [...]
ଭୁବନେଶ୍ୱର – ଆନ୍ତର୍ଜାତିକ ସ୍ତରରେ ପଦକ ଜିତିଥିବା ରାଜ୍ୟର ଦୁଇ ପ୍ରତିଭାବାନ ମହିଳା କ୍ରୀଡାବିତଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଓଡ଼ିଶାର ଅଗ୍ରଣୀ ଜିମ୍ନାଷ୍ଟ ପ୍ରଣତି ନାୟକ ଓ ଉଦୀୟମାନ ସନ୍ତରଣକାରୀ ମନ୍ନତା ମିଶ୍ରଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ। ପ୍ରଣତି ନାୟକ କାଏରୋରେ ଅନୁଷ୍ଠିତ ସମ୍ମାନଜନକ ଏଫଆଇଜି ୱାର୍ଲଡ କପରେ ବ୍ରୋଞ୍ଜ ପଦକ ଜିତିଥିଲେ। ଏହି ସଫଳତା ପାଇଁ ପ୍ରଣତିଙ୍କୁ ୫ ଲକ୍ଷ ଟଙ୍କା ନଗଦ ପୁରସ୍କାର ସହ ସମ୍ମାନିତ କରିଛନ୍ତି ମୁଖ୍ୟମନ୍ତ୍ରୀ। ପ୍ରଣତି ଓଡ଼ିଶା ଏଏମଏନଏସ/ ଇଣ୍ଡିଆ ଜିମ୍ନାଷ୍ଟିକ୍ସ ଉତ୍କର୍ଷ କେନ୍ଦ୍ରର ପ୍ରଶିକ୍ଷାର୍ଥୀ।

ରାଜ୍ୟର ଉଦୀୟମାନ ସନ୍ତରଣକାରୀ ମନ୍ନତା ମିଶ୍ର ନିକଟରେ ଅନୁଷ୍ଠିତ ପ୍ରଥମ ବୀମଷ୍ଟେକ ଜଳକ୍ରୀଡା ପ୍ରତିଯୋଗିତାରେ ନିଜ ଇଭେଣ୍ଟରେ ରୌପ୍ୟ ପଦକ ହାସଲ କରିଥିଲେ । ଏହାଥିଲା ମନ୍ନତାଙ୍କ ପ୍ରଥମ ଆନ୍ତର୍ଜାତିକ ପଦକ । ମନ୍ନତାଙ୍କ ଏହି ସଫଳତାର ସ୍ୱୀକୃତି ସ୍ୱରୂପ ତାଙ୍କୁ ନଗଦ ୨ ଲକ୍ଷ ଟଙ୍କା ପୁରସ୍କାର ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ। ମନ୍ନତା ଓଡ଼ିଶା ଆଇଆଇଏସ ସନ୍ତରଣ ଉତ୍କର୍ଷ କେନ୍ଦ୍ରର ପ୍ରଶିକ୍ଷାର୍ଥୀ ।
ଦୁଇ କ୍ରୀଡାବିତଙ୍କୁ ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇବା ସହ ସମସ୍ତ ପ୍ରକାର ସହାୟତା ପାଇଁ ଆଶ୍ୱାସନା ଦେଇଛନ୍ତି।
Odisha Extends Govt Grant-in-Aid to Eligible Employees of Non-Govt New-Aided Schools
Next ArticleDisplaced Families of East Pakistan and Burma Settled at Sunabeda to Get Permanent Title, Land Ownership
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
