୫-ଟି କ୍ରୀଡା ରୂପାନ୍ତରଣ : ଆଜି ବିଭିନ୍ନ ଜିଲ୍ଲାରେ କ୍ରୀଡା ଭିତ୍ତିଭୂମିର ଉଦଘାଟନ ଓ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର – ୫-ଟି ଉପକ୍ରମରେ ରାଜ୍ୟରେ କ୍ରୀଡା କ୍ଷେତ୍ରରେ ରୂପାନ୍ତରୀକରଣ ହେଉଛି। କ୍ରୀଡା ଓ କ୍ରୀଡାବିତଙ୍କୁ ପ୍ରୋତ୍ସାହିତ କରାଯିବା ସହ ଉନ୍ନତ ଭିତ୍ତିଭୂମି ସୃଷ୍ଟି କରାଯାଉଛି । ଯୁବଗୋଷ୍ଠୀଙ୍କୁ କ୍ରୀଡା ପ୍ରତି ଆକୃଷ୍ଟ କରିବାକୁ ରାଜ୍ୟବ୍ୟାପୀ କ୍ରୀଡା ଭିତ୍ତିଭୂମି ସୃଷ୍ଟି ଉପରେ ପ୍ରାଥମିକତା ଦେଉଛନ୍ତି ରାଜ୍ୟ ସରକାର। ଏହି କ୍ରମରେ ଆଜି ବିଭିନ୍ନ ଜିଲ୍ଲାରେ କ୍ରୀଡା ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୧୨ଟି ହକି ପ୍ରଶିକ୍ଷଣ କେନ୍ଦ୍ର, ୪୮ଟି ବହୁମୁଖୀ ଇଣ୍ଡୋର [...]
ଭୁବନେଶ୍ୱର – ୫-ଟି ଉପକ୍ରମରେ ରାଜ୍ୟରେ କ୍ରୀଡା କ୍ଷେତ୍ରରେ ରୂପାନ୍ତରୀକରଣ ହେଉଛି। କ୍ରୀଡା ଓ କ୍ରୀଡାବିତଙ୍କୁ ପ୍ରୋତ୍ସାହିତ କରାଯିବା ସହ ଉନ୍ନତ ଭିତ୍ତିଭୂମି ସୃଷ୍ଟି କରାଯାଉଛି ।
ଯୁବଗୋଷ୍ଠୀଙ୍କୁ କ୍ରୀଡା ପ୍ରତି ଆକୃଷ୍ଟ କରିବାକୁ ରାଜ୍ୟବ୍ୟାପୀ କ୍ରୀଡା ଭିତ୍ତିଭୂମି ସୃଷ୍ଟି ଉପରେ ପ୍ରାଥମିକତା ଦେଉଛନ୍ତି ରାଜ୍ୟ ସରକାର। ଏହି କ୍ରମରେ ଆଜି ବିଭିନ୍ନ ଜିଲ୍ଲାରେ କ୍ରୀଡା ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
୧୨ଟି ହକି ପ୍ରଶିକ୍ଷଣ କେନ୍ଦ୍ର, ୪୮ଟି ବହୁମୁଖୀ ଇଣ୍ଡୋର ଷ୍ଟାଡିୟମ, କଟକରେ ଟେବୁଲ ଟେନିସ ଏକାଡେମୀ , ରାଉରକେଲାରେ ଜିମ୍ନାଷ୍ଟିକ ଏକାଡେମୀ ଓ ଭବାନୀପାଟଣାରେ ବହୁମୁଖୀ ଇଣ୍ଡୋର ହଲର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ।
ଏଥିସହ ଦେବଗଡରେ ହକି ପ୍ରଶିକ୍ଷଣ କେନ୍ଦ୍ର, କେନ୍ଦ୍ରାପଡା ଜିଲ୍ଲା ଆଳିରେ ମହିଳା ଫୁଟବଲ ପ୍ରଶିକ୍ଷଣ କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ। ରେମୁଣା, ବାଲିଗୁଡା, କରଞ୍ଜିଆ ଓ ଟିଟିଲାଗଡ଼ରେ ବହୁମୁଖି ଇଣ୍ଡୋର ଷ୍ଟାଡିୟମ, ଭଦ୍ରକରେ ଇଣ୍ଡୋର ସୁଇମିଂ ପୁଲ୍ ଓ କଟକରେ ଫୁଟବଲ ପ୍ରଶିକ୍ଷଣ କେନ୍ଦ୍ର ନିର୍ମାଣ ପାଇଁ ମଧ୍ୟ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ।
ଆଜି କଳା ଦିବସ ପାଳିବେ ଚାଷୀ
Next Article5T Sporting Transformation: CM Naveen to Inaugurate and Lay Foundation Stones of Multiple Sports Infra Projects Today
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
