ବରମୁଣ୍ଡା ଆମ୍ବେଦକର ବସ୍ ଟର୍ମିନାଲରେ ହେବ ପୋଲିସ୍ ଆଉଟପୋଷ୍ଟ, ନିଯୁକ୍ତି ପାଇବେ ୮୯ ପୋଲିସ କର୍ମଚାରୀ
ଭୁବନେଶ୍ବର – ନିକଟରେ ଉଦ୍ଘାଟିତ ହେବାକୁ ଥିବା ଡକ୍ଟର ବାବା ସାହେବ ଭୀମରାଓ ଆମ୍ବେଦକର ବସ୍ ଟର୍ମିନାଲରେ ଏକ ପୋଲିସ୍ ଆଉଟପୋଷ୍ଟ ପ୍ରତିଷ୍ଠା କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ଏଥିରେ ୮୯ ଜଣ ପୋଲିସ କର୍ମଚାରୀ ନିଯୁକ୍ତି ପାଇବେ। ସୂଚନାଯୋଗ୍ୟ ଯେ, ୫-ଟି ଉପକ୍ରମରେ ଏହି ଆନ୍ତଃରାଜ୍ୟ ବସ୍ ଟର୍ମିନାଲର ନିର୍ମାଣ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଖୁବ୍ ଶୀଘ୍ର ଏହା ଲୋକାର୍ପିତ ହେବ। ଏଠାକୁ ଦୈନିକ ୭୦୦ ରୁ ୮୦୦ ବସ୍ ଯାତାୟତ [...]
ଭୁବନେଶ୍ବର – ନିକଟରେ ଉଦ୍ଘାଟିତ ହେବାକୁ ଥିବା ଡକ୍ଟର ବାବା ସାହେବ ଭୀମରାଓ ଆମ୍ବେଦକର ବସ୍ ଟର୍ମିନାଲରେ ଏକ ପୋଲିସ୍ ଆଉଟପୋଷ୍ଟ ପ୍ରତିଷ୍ଠା କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ଏଥିରେ ୮୯ ଜଣ ପୋଲିସ କର୍ମଚାରୀ ନିଯୁକ୍ତି ପାଇବେ।
ସୂଚନାଯୋଗ୍ୟ ଯେ, ୫-ଟି ଉପକ୍ରମରେ ଏହି ଆନ୍ତଃରାଜ୍ୟ ବସ୍ ଟର୍ମିନାଲର ନିର୍ମାଣ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଖୁବ୍ ଶୀଘ୍ର ଏହା ଲୋକାର୍ପିତ ହେବ। ଏଠାକୁ ଦୈନିକ ୭୦୦ ରୁ ୮୦୦ ବସ୍ ଯାତାୟତ କରିବ। ଭବିଷ୍ୟତରେ ବସ୍ ସଂଖ୍ୟା ୧୭୦୦ ରୁ ୧୮୦୦କୁ ବୃଦ୍ଧି ପାଇପାରେ। ତା ସହିତ ଦୈନିକ ୩୫ ରୁ ୪୫ ହଜାର ଯାତ୍ରୀ ମଧ୍ୟ ଯିବା ଆସିବା କରିବେ ବୋଲି ଆକଳନ କରାଯାଇଛି ।
୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଭିନ୍ନ ସମୟରେ ନିର୍ମାଣାଧୀନ ଟର୍ମିନାଲକୁ ଯାଇ ଏହାର ଅଗ୍ରଗତି ସମୀକ୍ଷା କରିବା ସମୟରେ ଅଧିକାରୀ ଓ ସ୍ଥାନୀୟ ଲୋକମାନଙ୍କ ସହିତ ଯାତ୍ରୀଙ୍କ ସୁରକ୍ଷା ଓ ସୁବିଧା ପାଇଁ ଏଠାରେ ଏକ ପୋଲିସ ଆଉଟପୋଷ୍ଟ ପାଇଁ ପ୍ରସ୍ତାବ ଆସିଥିଲା। ଏ ବିଷୟରେ ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିବା ପରେ ଏଠାରେ ପୋଲିସ ଆଉଟପୋଷ୍ଟ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି।
ଏହି ଟର୍ମିନାଲରେ ଯାତ୍ରୀଙ୍କ ପାଇଁ ରେଷ୍ଟୁରାଣ୍ଟ, ବହୁତଳ କାର ପାର୍କିଂ, ଆହାର କେନ୍ଦ୍ର, ଯାତ୍ରୀଙ୍କ ପାଇଁ ପିକ୍ ଅପ୍ ଓ ଡ୍ରପ୍ ଅଫ୍ ସୁବିଧା, ୧୪୪ଟି ବସ୍ ବେ, ସିଟି ବସ୍ ପାଇଁ ବସ୍ ବେ ଓ ଦୋକାନ ବଜାର ଅନେକ ସୁବିଧା ରହିବ। ଏଥିପାଇଁ ଏଠାରେ ସୁରକ୍ଷା ବ୍ୟବସ୍ଥାର ଗୁରୁତ୍ୱ ଯଥେଷ୍ଟ ଅଧିକ ରହୁଛି।
ଏହି ଆଉଟପୋଷ୍ଟରେ ୮୯ଜଣ ପୋଲିସ କର୍ମଚାରୀ ନିଯୁକ୍ତି ପାଇବେ। ଏଥି ମଧ୍ୟରୁ ୨ଜଣ ସବ୍-ଇନ୍ସ୍ପେକ୍ଟର, ୯ ଜଣ ଆସିଷ୍ଟାଣ୍ଟ ସବ୍-ଇନ୍ସ୍ପେକ୍ଟର, ୪ ଜଣ ହାବିଲଦାର, ୭୨ ଜଣ କନଷ୍ଟେବଳ ଓ ୨ଜଣ ଡ୍ରାଇଭର ରହିବେ।
Police Outpost to Be Established at Babasaheb Bhim Rao Ambedkar Bus Terminal
Next Articleରାଷ୍ଟ୍ରପତିଙ୍କ ଆଗାମୀ ଗସ୍ତକୁ ଦୃଷ୍ଟିରେ ରଖି କମିଶନରେଟ ପୋଲିସର କଡ଼ା ସୁରକ୍ଷା ବ୍ୟବସ୍ଥା
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
