ରାଜଧାନୀରେ ମିଶନ ଶକ୍ତି ବଜାର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ , ବିନା ସୁଧରେ ମା’ ମାନଙ୍କୁ ମିଳିବ ୧୦ ଲକ୍ଷ ଟଙ୍କା ଯାଏଁ ଋଣ
ଭୁବନେଶ୍ବର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜଧାନୀରେ ମିଶନ ଶକ୍ତି ବଜାର ଉଦଘାଟନ କରିଛନ୍ତି। ଏଣିକି ମିଶନ ଶକ୍ତି ସ୍ୱୟଂ ସହାୟିକା ଗୋଷ୍ଠୀ ମହିଳାଙ୍କ ଉତ୍ପାଦ ଘରେ ଘରେ ପହଞ୍ଚିବାରେ ସୁବିଧା ହେବ । ଏହାସହ ବିନା ସୁଧରେ ମିଳିବ ୧୦ ଲକ୍ଷ ଟଙ୍କା ଯାଏଁ ଋଣ । ସେହିଭଳି ୟୁନିଫର୍ମ ଓ ବ୍ଲେଜର ପାଇଁ ୭୦ ଲକ୍ଷ ମହିଳା ଓ ଦେଢ ଲକ୍ଷ ମିଶନ ଶକ୍ତି ଲିଡରଙ୍କୁ ୭୩୦ କୋଟି ଟଙ୍କାର ଆର୍ଥିକ ସହାୟତା ଦିଆଯିବ। [...]
ଭୁବନେଶ୍ବର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜଧାନୀରେ ମିଶନ ଶକ୍ତି ବଜାର ଉଦଘାଟନ କରିଛନ୍ତି। ଏଣିକି ମିଶନ ଶକ୍ତି ସ୍ୱୟଂ ସହାୟିକା ଗୋଷ୍ଠୀ ମହିଳାଙ୍କ ଉତ୍ପାଦ ଘରେ ଘରେ ପହଞ୍ଚିବାରେ ସୁବିଧା ହେବ । ଏହାସହ ବିନା ସୁଧରେ ମିଳିବ ୧୦ ଲକ୍ଷ ଟଙ୍କା ଯାଏଁ ଋଣ । ସେହିଭଳି ୟୁନିଫର୍ମ ଓ ବ୍ଲେଜର ପାଇଁ ୭୦ ଲକ୍ଷ ମହିଳା ଓ ଦେଢ ଲକ୍ଷ ମିଶନ ଶକ୍ତି ଲିଡରଙ୍କୁ ୭୩୦ କୋଟି ଟଙ୍କାର ଆର୍ଥିକ ସହାୟତା ଦିଆଯିବ। ଏହାସହ ସୁଧ ଫେରସ୍ତ ବାବଦକୁ ୧୪୫ କୋଟି ଟଙ୍କା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ।
ମିଶନ ଶକ୍ତି ବଜାର ଉଦଘାଟନ ଅରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆଗାମୀ ୫ ବର୍ଷରେ ରାଜ୍ୟରେ ୫ ହଜାର ମିଶନ ଶକ୍ତି ବଜାର ଖୋଲାଯିବ । ଚଳିତବର୍ଷ ମିଶନ ଶକ୍ତିର ମା’ ମାନେ ୧୫ ହଜାର କୋଟି ଟଙ୍କା ଋଣ ପାଇଛନ୍ତି । ଆସନ୍ତା ୫ ବର୍ଷରେ ମିଶନ ଶକ୍ତି ମା’ଙ୍କୁ ୭୫ ହଜାର କୋଟି ଟଙ୍କାର ଋଣ ଯୋଗାଇ ଦିଆଯିବ । ମିଶନ ଶକ୍ତି ତାଙ୍କର ସବୁଠାରୁ ପ୍ରିୟ କାର୍ଯ୍ୟକ୍ରମ ବୋଲି ମୁଖ୍ୟମନ୍ତ୍ରୀ ଏହି ଅବସରରେ କହିଥିଲେ। ମା’ ମାନଙ୍କୁ ସମ୍ମାନ ଓ ଉନ୍ନତି ପାଇଁ ରାଜ୍ୟ ସରକାର ସବୁବେଳେ କାମ କରୁଛନ୍ତି । ନୂଆ ଓଡ଼ିଶା ଗଠନରେ ସାମିଲ ହୋଇଛନ୍ତି ମିଶନ ଶକ୍ତି ମା’ । ମା’ ମାନେ ଏବେ ଏସଏଚଜିରୁ ଏସଏମଇ ହୋଇଛନ୍ତି । ମିଶନ ଶକ୍ତିର ମା’ ମାନେ ରୂପାନ୍ତରିତ ଓଡ଼ିଶାରେ ଭାଗିଦାର ସାଜୁଛନ୍ତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ମିଶନ ଶକ୍ତି ବଜାର ଦ୍ୱାରା ଏଣିକି ଘରେ ଘରେ ପହଞ୍ଚିବ ମିଶନ ଶକ୍ତି ମହିଳାଙ୍କ ଉତ୍ପାଦ । ଗ୍ରାହକଙ୍କୁ ଉଭୟ ଅନଲାଇନ ଓ ଅଫଲାଇନ କିଣିବା ସୁବିଧା ମିଳିବ । ଏଥର ମହିଳା ଏସ୍ଏଚ୍ଜିଙ୍କ ପ୍ରସ୍ତୁତ ସାମଗ୍ରୀକୁ ମିଶନ ଶକ୍ତି ଓ ଓର୍ମାସ୍ ପ୍ୟାକେଜିଂ ଓ ବ୍ରାଣ୍ଡିଂରେ ବିକ୍ରି କରାଯିବ। ଏଥିପାଇଁ ମାତୃଶକ୍ତି ପ୍ରଡ୍ୟୁସର୍ କମ୍ପାନୀରେ ସେମାନଙ୍କ ଦ୍ୱାରା ଉତ୍ପାଦିତ ସାମଗ୍ରୀ ବିକ୍ରି କରାଯିବ। ସେହି କମ୍ପାନୀରେ ମାର୍କେଟିଂ ପାଇଁ ବିଭିନ୍ନ କର୍ମଚାରୀଙ୍କୁ ନିଯୁକ୍ତି ଦିଆଯାଇ ମିଶନ ଶକ୍ତି ବଜାରର ପରିଚାଳନା କରିବେ। ଏଥିରେ ଏକାଥରରେ ପ୍ରାୟ ୨୫ଟି ଜିଲ୍ଲାର ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ଦ୍ୱାରା ଉତ୍ପାଦିତ ବିଭିନ୍ନ ସାମଗ୍ରୀ ବିକ୍ରି କରାଯାଇପାରିବ। ଏଥିପାଇଁ ମିଶନ ଶକ୍ତି, ଓର୍ମାସ ଓ ଓଡ଼ିଶା ଜୀବିକା ମିଶନ ପକ୍ଷରୁ ପଦକ୍ଷେପ ନିଆଯାଉଛି ।
ମହିଳା ଏସ୍ଏଚଜିଙ୍କ ଦ୍ୱାରା ପ୍ରସ୍ତୁତ ବିଭିନ୍ନ ପ୍ରକାରର ପିଠା, ହଳଦୀ, ବଡ଼ି, ପାମ୍ପଡ଼, ସବାଇ ହସ୍ତଶିଳ୍ପ, ଝୋଟ ସାମଗ୍ରୀ ସମେତ ବିଭିନ୍ନ ହସ୍ତଶିଳ୍ପ ସାମଗ୍ରୀ ଆଦିର ବିକ୍ରି ପାଇଁ ବର୍ଷତମାମ ସୁବିଧାସୁଯୋଗ ପାଇପାରିବେ। ଏହାସହିତ ଗ୍ରାମାଞ୍ଚଳର ସାମଗ୍ରୀକୁ ସହଜ ଉପାୟରେ ବ୍ରାଣ୍ଡିଂ ଓ ପ୍ୟାକେଜିଂ କରାଯାଇ ବିକ୍ରି କରାଯିବ। ଏଥିପାଇଁ ମିଶନ ଶକ୍ତି ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଉଥିବା ବେଳେ ମା’ମାନଙ୍କ ପ୍ରସ୍ତୁତ ସାମଗ୍ରୀ ବିକ୍ରିବଟା ଓ ମାର୍କେଟ ଲିଙ୍କେଜ୍ ପାଇଁ ଓଡ଼ିଶା ଜୀବିକା ମିଶନ ଓ ଓର୍ମାସ ପକ୍ଷରୁ ସହଯୋଗ ଯୋଗାଇ ଦିଆଯିବ।
Big Announcement By CM Naveen: Mission Shakti Members To Get Interest Free Loans of Rs 10 Lakhs
Next Articleଅନ୍ତର୍ଜାତୀୟ କ୍ରିକେଟରୁ ନିଲ୍ ୱାଗନରଙ୍କ ଅବସର
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
