ଆଜିଠୁ ରାଷ୍ଟ୍ରପତିଙ୍କ ୪ ଦିନିଆ ଓଡିଶା ଗସ୍ତ
ଭୁବନେଶ୍ୱର – ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜିଠାରୁ ୪ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି। କିନ୍ତୁ ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟସୂଚୀରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି। ଆଜି ଅପରାହ୍ନ ସାଢେ ୨ଟାରେ ରାଷ୍ଟ୍ରପତି ବାୟୁସେନାର ସ୍ୱତନ୍ତ ହେଲିକପ୍ଟରରେ ମୟୂରଭଞ୍ଜ ଜିଲ୍ଲାର ପାଣ୍ଡରଶିଳ ଗାଁରେ ପହଞ୍ଚିବେ । ସେଠାରୁ ସେ ଖିଚିଂ ଯାଇ ମୟୂରଭଞ୍ଜ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା’ କିଚକେଶ୍ୱରୀଙ୍କ ଦର୍ଶନ କରିବେ । ଆଜି ସେ ରାଇରଙ୍ଗପୁର ସ୍ଥିତ ନିଜ ବାସଭବନରେ ରାତ୍ରିଯାପନ କରିବେ । ରାଷ୍ଟ୍ରପତି [...]
ଭୁବନେଶ୍ୱର – ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜିଠାରୁ ୪ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି। କିନ୍ତୁ ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟସୂଚୀରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି। ଆଜି ଅପରାହ୍ନ ସାଢେ ୨ଟାରେ ରାଷ୍ଟ୍ରପତି ବାୟୁସେନାର ସ୍ୱତନ୍ତ ହେଲିକପ୍ଟରରେ ମୟୂରଭଞ୍ଜ ଜିଲ୍ଲାର ପାଣ୍ଡରଶିଳ ଗାଁରେ ପହଞ୍ଚିବେ । ସେଠାରୁ ସେ ଖିଚିଂ ଯାଇ ମୟୂରଭଞ୍ଜ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା’ କିଚକେଶ୍ୱରୀଙ୍କ ଦର୍ଶନ କରିବେ । ଆଜି ସେ ରାଇରଙ୍ଗପୁର ସ୍ଥିତ ନିଜ ବାସଭବନରେ ରାତ୍ରିଯାପନ କରିବେ । ରାଷ୍ଟ୍ରପତି ମୟୂରଭଞ୍ଜ ଜିଲ୍ଲାରେ ଦୁଇ ଦିନ ରହଣୀ କରିବା ପରେ କେନ୍ଦୁଝର, ଭୁବନେଶ୍ବର, କଟକ, ବ୍ରହ୍ମପୁର ଓ ସମ୍ବଲପୁରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ । ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।
ଆସନ୍ତାକାଲି ରାଷ୍ଟ୍ରପତି କେନ୍ଦୁଝର ଯିବେ । ଧରଣୀଧର କଲେଜରେ କେନ୍ଦୁଝରର ଜନଜାତିଙ୍କ ଉପରେ ଏକ ଆଲୋଚନାଚକ୍ର ଉଦଘାଟନ କରିବେ । ଆସନ୍ତାକାଲି ହିଁ ରାଷ୍ଟ୍ରପତି ଭୁବନେଶ୍ବର ଆସି ଉତ୍କଳ ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ । ପରେ ସେ ରାଜଭବନରେ ରାତ୍ରିଯାପନ କରିବେ । ମାର୍ଚ୍ଚ ୧ ତାରିଖରେ ରାଷ୍ଟ୍ରପତି ମୁର୍ମୁ ବ୍ରହ୍ମପୁର ବିଶ୍ଵବିଦ୍ୟାଳୟରେ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ । ସେଦିନ ଅପରାହ୍ନରେ ରାଷ୍ଟ୍ରପତି କଟକ ଯାଇ ଜବାହରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମରେ ଆୟୋଜିତ ହେବାକୁ ଥିବା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ କାର୍ଯ୍ୟକ୍ରମରେ ଯୋଗଦେବେ । ମାର୍ଚ୍ଚ ୨ ତାରିଖରେ ସମ୍ବଲପୁର ଗସ୍ତରେ ଯାଇ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ ରାଷ୍ଟ୍ରପତି।
ଶ୍ରୀ ରାମଚରିତ ମାନସ: ବାଲ କାଣ୍ଡ
Next Articleଭୁବନେଶ୍ୱରରେ ବିଲ୍ ଗେଟ୍ସ, କୃଷି ଭବନ ପରିଦର୍ଶନ ସହ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
