ବିଭିନ୍ନ ସହରରେ ବିକାଶମୂଳକ ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର – ରାଜ୍ୟର ସହର ବିକାଶ ଇତିହାସରେ ଆଜି ଏକ ନୂଆ ମାଇଲଷ୍ଟୋନ ସୃଷ୍ଟି ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୫-ଟି ଉପକ୍ରମରେ ସହରବାସୀଙ୍କ ନିମନ୍ତେ ଅନେକ ସୁବିଧା ଯଥା ପିଇବା ପାଣି ସୁବିଧା, ଡ୍ରିଙ୍କ ଫ୍ରମ ଟ୍ୟାପ୍ ଓ ଅନେକ ନାଗରିକ ସେବା ସହିତ ବସ୍ତିବାସିନ୍ଦାଙ୍କୁ ଭୂମି ଅଧିକାର ଓ ବିଜୁ ଆଦର୍ଶ କଲୋନୀ ଲୋକାର୍ପଣ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସହର ହେଉଛି ଗୋଟିଏ ରାଜ୍ୟର ବିକାଶର ଦର୍ପଣ। ସମୃଦ୍ଧ [...]
ଭୁବନେଶ୍ବର – ରାଜ୍ୟର ସହର ବିକାଶ ଇତିହାସରେ ଆଜି ଏକ ନୂଆ ମାଇଲଷ୍ଟୋନ ସୃଷ୍ଟି ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୫-ଟି ଉପକ୍ରମରେ ସହରବାସୀଙ୍କ ନିମନ୍ତେ ଅନେକ ସୁବିଧା ଯଥା ପିଇବା ପାଣି ସୁବିଧା, ଡ୍ରିଙ୍କ ଫ୍ରମ ଟ୍ୟାପ୍ ଓ ଅନେକ ନାଗରିକ ସେବା ସହିତ ବସ୍ତିବାସିନ୍ଦାଙ୍କୁ ଭୂମି ଅଧିକାର ଓ ବିଜୁ ଆଦର୍ଶ କଲୋନୀ ଲୋକାର୍ପଣ କରିଛନ୍ତି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସହର ହେଉଛି ଗୋଟିଏ ରାଜ୍ୟର ବିକାଶର ଦର୍ପଣ। ସମୃଦ୍ଧ ସହର ରାଜ୍ୟର ସମୃଦ୍ଧି ବିଷୟରେ ସୂଚନା ଦେଇଥାଏ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୫-ଟି ଉପକ୍ରମରେ ହେଉଥିବା ଏହି ସବୁ ବିକାଶ କାର୍ଯ୍ୟକ୍ରମ ଲୋକଙ୍କ ଜୀବନଧାରଣ ମାନରେ ଉନ୍ନତି ଆଣିଛି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି ସବୁ ପ୍ରକଳ୍ପ ଆମର ନିରନ୍ତର ବିକାଶ ଲକ୍ଷ୍ୟ ହାସଲ କରିବାରେ ସହାୟକ ହେବ।
ସୂଚନାଯୋଗ୍ୟ ଯେ, ଆଜି ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ରାଜ୍ୟର ୪ଟି ସହର ଯଥା କଟକ, ସମ୍ବଲପୁର, ବ୍ରହ୍ମପୁର ଓ ରାଉରକେଲାର ୨୧,୪୨୭ ବସ୍ତି ବାସିନ୍ଦା ପରିବାରକୁ ଭୂମି ଅଧିକାର ପ୍ରମାଣ ପତ୍ର ଦିଆଗଲା। ଏଥି ସହିତ ରାଜ୍ୟର ୨୬ଟି ସହରରେ ୬୨୬ଟି ବିଜୁ ଆଦର୍ଶ କଲୋନୀ ଲୋକାର୍ପିତ ହେଲା । ଏହା ଦ୍ୱାରା ୨ ଲକ୍ଷ ପରିବାର ଉପକୃତ ହେଲେ। ଏଥି ସହିତ ୨୬ଟି ସହର ବସ୍ତିମୁକ୍ତ ହେଲା। ସହରର ଅନ୍ୟମାନଙ୍କ ପରି ସେମାନେ ମଧ୍ୟ ସବୁ ମୌଳିକ ସୁବିଧା ସୁଯୋଗ ପାଇଲେ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମ ରାଜ୍ୟର ଡ୍ରିଙ୍କ ଫ୍ରମ୍ ଟ୍ୟାପ୍ କାର୍ଯ୍ୟକ୍ରମ ଓ ସହରାଞ୍ଚଳ ବିକାଶ କ୍ଷେତ୍ରରେ ସାରା ଦେଶ ପାଇଁ ଏକ ମଡେଲ। ବ୍ରହ୍ମପୁର ସହରର ସବୁ ପରିବାର ଆଜିଠୁ ପ୍ରତିଦିନ ୨୪ ଘଣ୍ଟା ଡ୍ରିଙ୍କ ଫ୍ରମ୍ ଟ୍ୟାପ ସୁବିଧା ପାଇଲେ। ଏହା ସହିତ ରାଜ୍ୟର ୮ଟି ସହରରେ ଏହି ସୁବିଧା ମିଳିଲା ବୋଲି ସେ କହିଥିଲେ । ରାଜ୍ୟରେ ବିଶ୍ୱସ୍ତରୀୟ ସ୍ୱାସ୍ଥ୍ୟ ବ୍ୟବସ୍ଥାର ବିକାଶରେ ଏହା ଏକ ବଡ ପଦକ୍ଷେପ ବୋଲି କହି ଭଲ ପିଇବା ପାଣି ୫୦ ପ୍ରତିଶତ ସ୍ୱାସ୍ଥ୍ୟ ସମସ୍ୟା ସମାଧାନ କରିଥାଏ ବୋଲି ସେ କହିଥିଲେ।
ପରିମଳ ବ୍ୟବସ୍ଥା ଉପରେ ଗୁରୁତ୍ୱ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗାନ୍ଧିଜୀଙ୍କ ଭାଷାରେ ଏହା ସ୍ୱାଧୀନତାଠାରୁ ମଧ୍ୟ ଅଧିକ ଜରୁରୀ। ଆଜି କଟକ ଓ ଭୁବନେଶ୍ୱର ପାଇଁ ଓଡ଼ିଶା ଇଣ୍ଟିଗ୍ରେଟେଡ୍ ସାନିଟେସନ ଇଂପ୍ରୁଭମେଣ୍ଟ ପ୍ରୋଜେକ୍ଟ
ଉତ୍ସର୍ଗ କରି ମୁଁ ବହୁତ ଖୁସି। ଏଥି ପାଇଁ ଜାଇକା ସହାୟତାରେ ୪ ହଜାର କୋଟି ଟଙ୍କା ଖର୍ଚ୍ଚ କରାଯାଇଛି। ଏହା ଦ୍ୱାରା ଭୁବନେଶ୍ୱର ଓ କଟକ ସହରରେ ହୋଇଥିବା ଅଣ୍ଡରଗ୍ରାଉଣ୍ଡ ସ୍ୱରେଜ ସିଷ୍ଟମ୍, ନୂଆ ସିୱଜ ଟ୍ରିଟମେଣ୍ଟ ପ୍ଲାଣ୍ଟ ଓ ଇଂପ୍ରୁଭମେଣ୍ଟ ଡ୍ରେନେଜ ଫ୍ୟାସିଲିଟି ଗୁଡିକ ଆମ ସହରର ପରିଚୟକୁ ଆହୁରି ଉଜ୍ଜଳ କରିବ ବୋଲି ସେ କହିଥିଲେ।
ପାନୀୟ ଜଳ ପ୍ରକଳ୍ପ ଉଦ୍ଘାଟନ ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଜି ମଧ୍ୟ ଝାରସୁଗୁଡା, ବ୍ରଜରାଜନଗର ଓ ବେଲପାହାଡ ସହର ସହିତ ଅନେକ ସହରରେ ପାନୀୟ ଜଳ ପ୍ରକଳ୍ପ ଆରମ୍ଭ କରାଗଲା। ଏହା ମାଧ୍ୟମରେ ୨.୬୫ ଲକ୍ଷ ବାସିନ୍ଦା ଉପକୃତ ହେବେ। ଏଥି ସହିତ ଉନ୍ନତି ଓ ମୁକ୍ତା ଯୋଜନାରେ ବିଭିନ୍ନ ସହରରେ ୩୬୯୯ଟି ନୂଆ ପାଭେର୍ଡ ରୋଡ୍ ଏବଂ ୬୯୬୧ଟି ନାଗରିକ ସୁବିଧା ପ୍ରକଳ୍ପ ଉତ୍ସର୍ଗ କରାଗଲା। ମୁକ୍ତା ଯୋଜନାର କାର୍ଯ୍ୟକାରିତା ଉପରେ ଆନନ୍ଦ ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମର ମୁକ୍ତା ଯୋଜନାରେ ସବୁକାମ ମା’ ମାନଙ୍କ ଦ୍ୱାରା କରାଯାଉଛି ଏବଂ ଭଲ ଭାବରେ ମଧ୍ୟ ଏହିସବୁ କାମ ମା’ ମାନେ ତୁଲାଉଛନ୍ତି।
ଏହି ଆବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟର ୨୪ଟି ସହରରେ ୧୧୬୪ କୋଟି ଟଙ୍କା ମୂଲ୍ୟର ୨୭ଟି ଜଳଯୋଗାଣ ପ୍ରକଳ୍ପ ପାଇଁ ଭିତ୍ତି ରଖିଥିଲେ।
କାର୍ଯ୍ୟକ୍ରମରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଉଷା ଦେବୀ ଯୋଗଦେଇ କହିଥିଲେ ଯେ ଆଜି ସୁଦ୍ଧା ୨ ଲକ୍ଷ ୩୫ ହଜାର ପରିବାରକୁ ଭୂମି ଅଧିକାର ପ୍ରମାଣପତ୍ର ପ୍ରଦାନ କରାଯାଇଛି। ୧୬୩୬ଟି ବସ୍ତିକୁ ବିଜୁ ଆଦର୍ଶ କଲୋନୀରେ ପରିଣତ କରାଯାଇଛି। ଆଜି ୪ଟି ମହାନଗର ନିଗମର ୨୧,୪୨୭ ପରିବାରକୁ ଭୂମି ଅଧିକାର ପ୍ରମାଣ ପତ୍ର ପ୍ରଦାନ କରାଗଲା। ଏଥି ସହିତ ପାନୀୟ ଜଳ ପ୍ରକଳ୍ପ, ଡ୍ରିଙ୍କ ଫ୍ରମ ଟ୍ୟାପ୍ ପ୍ରକଳ୍ପ, ଉନ୍ନତି ଯୋଜନାରେ ବିଭିନ୍ନ ସହରାଞ୍ଚଳ ବିକାଶ କାର୍ଯ୍ୟକ୍ରମ ଆରମ୍ଭ କରାଗଲା। ଏହି ସବୁ ପ୍ରକଳ୍ପ ଗୁଡିକ ୫-ଟି ଉପକ୍ରମରେ ସମ୍ପନ୍ନ ହୋଇଛି।
କାର୍ଯ୍ୟକ୍ରମରେ ଭୂମି ଅଧିକାର ପ୍ରମାଣ ପତ୍ର ପାଇଥିବା ହିତାଧିକାରୀ, କଟକର ସତ୍ୟଭାମା ନାୟକ, ସମ୍ବଲପୁରର ନିଖିଳା ପରିଡା, ରାଉରକେଲାର ରୋଜାଲିନ ରାଉତ ଏବଂ ବ୍ରହ୍ମପୁରର ବନିତା ଘଡେଇ ତାଙ୍କ ଅଭିଜ୍ଞତା ବର୍ଣ୍ଣନା କରି କହିଥିଲେ ଯେ ଦୀର୍ଘ ବର୍ଷ ଧରି ଆମେ ବସ୍ତି ଭିତରେ ବହୁ ଅସୁବିଧା ମଧ୍ୟରେ ଘର କରି ରହୁଥିଲୁ। ମନରେ ଭୟ ମଧ୍ୟ ଥିଲା। କାଳେ କେତେବେଳେ ଘରୁ କିଏ ବାହାର କରିଦେବ। ଆଜି ମୁଖ୍ୟମନ୍ତ୍ରୀ ଭୂମି ପ୍ରମାଣପତ୍ର ପ୍ରଦାନ କରି ଆମ ମନରୁ ଭୟ ଦୂର କରିଦେଇଛନ୍ତି । ମୁଖ୍ୟମନ୍ତ୍ରୀ ଆମକୁ ସୁବିଧାରେ ରଖିବାପାଇଁ କଥା ଦେଇଥିଲେ । ସେ ତାଙ୍କ କଥା ରଖିଲେ। ଏଥିପାଇଁ ମୁଖ୍ୟମନ୍ତ୍ରୀ ଓ ୫-ଟିଅଧ୍ୟକ୍ଷଙ୍କୁ ଆମେ ଅଶେଷ କୃତଜ୍ଞତା ଓ ଧନ୍ୟବାଦ ଜଣାଉଛୁ।
ସେହିପରି ବ୍ରହ୍ମପୁରର ଡ୍ରିଙ୍କ ଫ୍ରମ ଟ୍ୟାପ୍ ହିତାଧିକାରୀ ଜୟନ୍ତୀ ଗୌଡ କହିଥିଲେ ଯେ ବ୍ରହ୍ମପୁରରେ ପିଇବା ପାଣିର ବହୁ ସମସ୍ୟା ରହିଥିଲା। ଏବେ ମୁଖ୍ୟମନ୍ତ୍ରୀଙ୍କ ଯୋଗୁ ୨୪ ଘଣ୍ଟିଆ ପିଇବା ପାଣି ପାଇବୁ। ସେମାନଙ୍କ ପାଇଁ ବିଶୁଦ୍ଧ ପାନୀୟ ଜଳ ଯୋଗାଇଦେଇଥିବାରୁ ମୁଖ୍ୟମନ୍ତ୍ରୀ ଓ ୫-ଟି ଅଧ୍ୟକ୍ଷଙ୍କୁ ଅଶେଷ କୃତଜ୍ଞତା ଓ ଧନ୍ୟବାଦ ଜଣାଇଥିଲେ।
କାର୍ଯ୍ୟକ୍ରମରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଜି ମାଥି ଭାଥନନ୍ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ପୌର ପ୍ରଶାସନ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ।
New Milestone in Urban Development in Odisha as CM Dedicates Slew of Development Projects, Provides Land Rights to Slum Dwellers
Next Articleଆସନ୍ତାକାଲି ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ଆସୁଛନ୍ତି ରାଷ୍ଟ୍ରପତି
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
