କୋର୍ଟ ରହିତାଦେଶ ୬ ମାସ ପରେ ସ୍ବତଃ ରଦ୍ଦ ହୋଇପାରିବ ନାହିଁ, ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ
ନୂଆଦିଲ୍ଲୀ: ଟ୍ରାଏଲ କୋର୍ଟ କିମ୍ବା ହାଇକୋର୍ଟ ଜାରି କରିଥିବା ରହିତାଦେଶର ବୈଧତା ୬ ମାସ ପରେ ସ୍ୱତଃ ରଦ୍ଦ ହୋଇପାରିବ ନାହିଁ। ସୁପ୍ରିମକୋର୍ଟର ସମ୍ବିଧାନ ଖଣ୍ଡପୀଠ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ ଏହା କହିଛନ୍ତି । ଏଥିସହ କୋର୍ଟ ୨୦୧୮ର ନିଜ ରାୟକୁ ହିଁ ବଦଳାଇଛନ୍ତି । ସୁପ୍ରିମକୋର୍ଟ କହିଛନ୍ତି, ମାମଲା ଫଏସଲା ପାଇଁ ସାମ୍ବିଧାନିକ କୋର୍ଟ ଗୁଡ଼ିକ ସମୟ ସୀମା ନିର୍ଦ୍ଧାରଣ କରିବା ଅନୁଚିତ। ତେବେ ଅସାଧାରଣ ପରିସ୍ଥିତିରେ ଏହା କରାଯାଇପାରିବ । ସୁପ୍ରିମକୋର୍ଟ ୨୦୧୮ରେ [...]
ନୂଆଦିଲ୍ଲୀ: ଟ୍ରାଏଲ କୋର୍ଟ କିମ୍ବା ହାଇକୋର୍ଟ ଜାରି କରିଥିବା ରହିତାଦେଶର ବୈଧତା ୬ ମାସ ପରେ ସ୍ୱତଃ ରଦ୍ଦ ହୋଇପାରିବ ନାହିଁ। ସୁପ୍ରିମକୋର୍ଟର ସମ୍ବିଧାନ ଖଣ୍ଡପୀଠ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ ଏହା କହିଛନ୍ତି । ଏଥିସହ କୋର୍ଟ ୨୦୧୮ର ନିଜ ରାୟକୁ ହିଁ ବଦଳାଇଛନ୍ତି ।
ସୁପ୍ରିମକୋର୍ଟ କହିଛନ୍ତି, ମାମଲା ଫଏସଲା ପାଇଁ ସାମ୍ବିଧାନିକ କୋର୍ଟ ଗୁଡ଼ିକ ସମୟ ସୀମା ନିର୍ଦ୍ଧାରଣ କରିବା ଅନୁଚିତ। ତେବେ ଅସାଧାରଣ ପରିସ୍ଥିତିରେ ଏହା କରାଯାଇପାରିବ ।
ସୁପ୍ରିମକୋର୍ଟ ୨୦୧୮ରେ ଏସିଆନ଼ ରିସର୍ଫେସିଂ ବନାମ ସିବିଆଇ ମାମଲାରେ କହିଥିଲେ, ଦେଓ୍ବାନି ଓ ଫୌଜଦାରୀ ମାମଲାରେ ତଳକୋର୍ଟ କିମ୍ବା ହାଇକୋର୍ଟ ଦ୍ବାରା ଜାରି ରହିତାଦେଶ ଅବଧି ୬ ମାସ ପରେ ସ୍ବତଃ ରଦ୍ଦ ହେବ ଯଦି ଏହାର ସମୟସୀମା ନିର୍ଦ୍ଦିଷ୍ଟ ଭାବେ ବୃଦ୍ଧି ନ କରାଯାଏ।
Six Odia Artistes to Get Sangeet Natak Akademi Awards For 2022 And 2023
Next Articleକ୍ରସ୍ ଭୋଟିଂ କରିଥିବା ୬ କଂଗ୍ରେସ ବିଧାୟକଙ୍କୁ ଅଯୋଗ୍ୟ ଘୋଷଣା କଲେ ହିମାଚଳ ବାଚସ୍ପତି
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
