ଉତ୍କଳ ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗ ଦେଲେ ରାଷ୍ଟ୍ରପତି
ଭୁବନେଶ୍ବର – ଓଡ଼ିଶା ଗସ୍ତର ଦ୍ୱିତୀୟ ଦିନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଅପରାହ୍ନରେ ଉତ୍କଳ ବିଶ୍ବବିଦ୍ୟାଳୟର ୫୩ତମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି । ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ଦୀକ୍ଷାନ୍ତ ଅଭିଭାଷଣ ପ୍ରଦାନ କରି କହିଥିଲେ ଯେ, ଉତ୍କଳ ବିଶ୍ବବିଦ୍ୟାଳୟ ଦେଶର ଗୁରୁତ୍ବପୂର୍ଣ୍ଣ ଶିକ୍ଷାନୁଷ୍ଠାନଗୁଡ଼ିକ ମଧ୍ୟରୁ ଅନ୍ୟତମ। ଏହି ବିଶ୍ବବିଦ୍ୟାଳୟରେ ଛାତ୍ରୀଙ୍କ ସଂଖ୍ୟା ଅଧିକ ଥିବା ଜାଣି ତାଙ୍କୁ ଖୁସି ଲାଗୁଛି ବୋଲି ରାଷ୍ଟ୍ରପତି କହିଥିଲେ। ଛାତ୍ରୀମାନେ ଏବେ ଆଗକୁ ବଢୁଛନ୍ତି। [...]
ଭୁବନେଶ୍ବର – ଓଡ଼ିଶା ଗସ୍ତର ଦ୍ୱିତୀୟ ଦିନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଅପରାହ୍ନରେ ଉତ୍କଳ ବିଶ୍ବବିଦ୍ୟାଳୟର ୫୩ତମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି । ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ଦୀକ୍ଷାନ୍ତ ଅଭିଭାଷଣ ପ୍ରଦାନ କରି କହିଥିଲେ ଯେ, ଉତ୍କଳ ବିଶ୍ବବିଦ୍ୟାଳୟ ଦେଶର ଗୁରୁତ୍ବପୂର୍ଣ୍ଣ ଶିକ୍ଷାନୁଷ୍ଠାନଗୁଡ଼ିକ ମଧ୍ୟରୁ ଅନ୍ୟତମ। ଏହି ବିଶ୍ବବିଦ୍ୟାଳୟରେ ଛାତ୍ରୀଙ୍କ ସଂଖ୍ୟା ଅଧିକ ଥିବା ଜାଣି ତାଙ୍କୁ ଖୁସି ଲାଗୁଛି ବୋଲି ରାଷ୍ଟ୍ରପତି କହିଥିଲେ। ଛାତ୍ରୀମାନେ ଏବେ ଆଗକୁ ବଢୁଛନ୍ତି। ଦେଶକୁ ଆଗେଇ ନେବାରେ ଅର୍ଥାତ ଆର୍ଥିକ, ସାମାଜିକ ଅଗ୍ରଗତି କ୍ଷେତ୍ରରେ ଛାତ୍ରୀମାନଙ୍କର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିବ ବୋଲି ରାଷ୍ଟ୍ରପତି ଳ କହିଥିଲେ।
ଉତ୍କଳ ବିଶ୍ବବିଦ୍ୟାଳୟର ଛାତ୍ରୀ ଭାବେ ସେ ନିଜକୁ ଗୌରାବାନ୍ବିତ ମନେ କରୁଛନ୍ତି । ଏହି ବିଶ୍ବବିଦ୍ୟାଳୟର ଛାତ୍ରଛାତ୍ରୀ ଦେଶବିଦେଶରେ ସୁନାମ ଅର୍ଜନ କରିଛନ୍ତି ବୋଲି ରାଷ୍ଟ୍ରପତି କହିଥିଲେ।
ବିଶ୍ୱବିଦ୍ୟାଳୟ କୁଳପତି ସ୍ବାଗତ ଭାଷଣ ଦେଇଥିଲେ। ୧୬୬ଜଣଙ୍କୁ ପିଏଚ୍ଡି/ଡିଲିଟ୍ ଡିଗ୍ରୀ ପ୍ରଦାନ କରାଯାଇଥିଲା। ରାଷ୍ଟ୍ରପତି ୩ଜଣଙ୍କୁ ସମ୍ମାନସୂଚକ ଡକ୍ଟରେଟ୍ ସହ ୧୦ ଜଣଙ୍କୁ ସ୍ବର୍ଣ୍ଣ ପଦକ ପ୍ରଦାନ କରିଥିଲେ। ସମାବର୍ତ୍ତନ ସମାରୋହରେ ରାଜ୍ୟପାଳ ତଥା କୁଳାଧିପତି ରଘୁବର ଦାସ, ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ ପ୍ରମୁଖ ଉପସ୍ଥିତ ଥିଲେ।
ବିଜୁବାବୁଙ୍କ ୧୦୮ତମ ଜୟନ୍ତୀରେ ରାଜ୍ୟବ୍ୟାପୀ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରିବ ବିଜେଡି
Next ArticlePresident Graces 53rd Convocation of Utkal University
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
