ଓଟିଇଟି ପାସ୍ କରିଥିବା ଗଣଶିକ୍ଷକ ମାନେ ହେବେ ଏକ୍ସ କ୍ୟାଡର ସହକାରୀ ଶିକ୍ଷକ, ପାସ୍ କରି ନ ଥିବା ଗଣଶିକ୍ଷକମାନଙ୍କ ପାରିଶ୍ରମିକ ବୃଦ୍ଧି
ଭୁବନେଶ୍ବର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଗଣଶିକ୍ଷକ ମାନଙ୍କ ପାଇଁ କେତେକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟର ୧୨,୧୧୩ ଜଣ ଗଣଶିକ୍ଷକ ଉପକୃତ ହେବେ । ସୂଚନାଯୋଗ୍ୟ ଯେ, ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲାଗସ୍ତ ସମୟରେ ବିଭିନ୍ନ ସ୍ଥାନରେ ଗଣଶିକ୍ଷକମାନେ ଏଥିପାଇଁ ଅନୁରୋଧ ଓ ପ୍ରସ୍ତାବ ଦେଇଥିଲେ । ଏହି ପ୍ରସ୍ତାବକୁ ବିଚାରକୁ ନେଇ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ [...]
ଭୁବନେଶ୍ବର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଗଣଶିକ୍ଷକ ମାନଙ୍କ ପାଇଁ କେତେକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟର ୧୨,୧୧୩ ଜଣ ଗଣଶିକ୍ଷକ ଉପକୃତ ହେବେ ।
ସୂଚନାଯୋଗ୍ୟ ଯେ, ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲାଗସ୍ତ ସମୟରେ ବିଭିନ୍ନ ସ୍ଥାନରେ ଗଣଶିକ୍ଷକମାନେ ଏଥିପାଇଁ ଅନୁରୋଧ ଓ ପ୍ରସ୍ତାବ ଦେଇଥିଲେ । ଏହି ପ୍ରସ୍ତାବକୁ ବିଚାରକୁ ନେଇ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି ।
ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ଓଟିଇଟି ପାସ କରିଥିବା ଗଣଶିକ୍ଷକ ମାନଙ୍କୁ ଏମ୍ଏଡ ଶିକ୍ଷକ (ଏକ୍ସ କ୍ୟାଡର) ଭାବରେ ନିୟମିତ କରାଯିବ। ଏହାଦ୍ୱାରା ରାଜ୍ୟର ୧୪୭୨ ଗଣଶିକ୍ଷକ ଉପକୃତ ହେଲେ ।
ସେହିପରି ଓଟିଇଟି ପାସ କରିନଥିବା ଗଣଶିକ୍ଷକମାନଙ୍କ ମାସିକ ପାରିତୋଷିକ ୭ ହଜାର ଟଙ୍କାରୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ଏହାଦ୍ୱାରା ୧୧୨୧ ଜଣ ଗଣଶିକ୍ଷକ ଉପକୃତ ହେଲେ ।
ଏହାସହିତ ଯେଉଁ ସହକାରୀ ଶିକ୍ଷକ (ଏକ୍ସ କ୍ୟାଡର) ମାନଙ୍କୁ ବାର୍ଷିକ ଇନ୍କ୍ରିମେଣ୍ଟ ମିଳୁ ନାହିଁ, ସେମାନଙ୍କ ମଧ୍ୟରୁ ଓଟିଇଟି ପାସ କରିଥିବା ସହକାରୀ ଶିକ୍ଷକ (ଏକ୍ସ କ୍ୟାଡର) ମାନଙ୍କୁ ବାର୍ଷିକ ଇନ୍କ୍ରିମେଣ୍ଟ ପ୍ରଦାନ କରାଯିବ । ଏହାଦ୍ୱାରା ୯୫୨୦ ସହକାରୀ ଶିକ୍ଷକ (ଏକ୍ସ କ୍ୟାଡର) ଉପକୃତ ହେବେ ।
ବଢ଼ିଲା ଏଲପିଜି ଗ୍ୟାସ୍ ସିଲିଣ୍ଡର ଦର
Next ArticleOTET Passed Ganasikhyakas to Be Ex-cadre Assistant Teachers; Govt Hikes Remuneration Non-OTET Passed Ganasikhyakas
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
