News Room Odisha
BREAKING
Odia

ରାଜ୍ୟର ବିଧି ଅଧିକାରୀମାନଙ୍କର ଦୈନିକ ଓ ରିଟେନର ପ୍ରାପ୍ୟରେ ୫୦ ପ୍ରତିଶତ ବୃଦ୍ଧି

ଭୁବନେଶ୍ବର – ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଅଦାଲତରେ ମୋକଦ୍ଦମା ପରିଚାଳନା କରୁଥିବା ଅଣ କ୍ୟାଡର ବିଧି ଅଧିକାରୀମାନଙ୍କର ଦୈନିକ ଓ ରିଟେନର ପ୍ରାପ୍ୟରେ ୫୦ ପ୍ରତିଶତ ବୃଦ୍ଧି କରାଯାଇଛି। ଏହା ଦ୍ୱାରା ବିଭିନ୍ନ ଅଦାଲତରେ କାର୍ଯ୍ୟରତ ୧୨୧୫ ଜଣ ବିଧି ଅଧିକାରୀ ଉପକୃତ ହେବେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବିଧି ଅଧିକାରୀମାନଙ୍କର ଦୈନିକ ଓ ରିଟେନର ପ୍ରାପ୍ୟକୁ ବୃଦ୍ଧି କରିଛନ୍ତି। ଏହି ବର୍ଦ୍ଧିତ ପ୍ରାପ୍ୟ ଅନୁଯାୟୀ କାର୍ଯ୍ୟରତ ୧୮୪ ଜଣ ଅତିରିକ୍ତ ସରକାରୀ ଓକିଲମାନେ [...]

Admin•March 1, 2024
Share Article:

ଭୁବନେଶ୍ବର – ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଅଦାଲତରେ ମୋକଦ୍ଦମା ପରିଚାଳନା କରୁଥିବା ଅଣ କ୍ୟାଡର ବିଧି ଅଧିକାରୀମାନଙ୍କର ଦୈନିକ ଓ ରିଟେନର ପ୍ରାପ୍ୟରେ ୫୦ ପ୍ରତିଶତ ବୃଦ୍ଧି କରାଯାଇଛି। ଏହା ଦ୍ୱାରା ବିଭିନ୍ନ ଅଦାଲତରେ କାର୍ଯ୍ୟରତ ୧୨୧୫ ଜଣ ବିଧି ଅଧିକାରୀ ଉପକୃତ ହେବେ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବିଧି ଅଧିକାରୀମାନଙ୍କର ଦୈନିକ ଓ ରିଟେନର ପ୍ରାପ୍ୟକୁ ବୃଦ୍ଧି କରିଛନ୍ତି। ଏହି ବର୍ଦ୍ଧିତ ପ୍ରାପ୍ୟ ଅନୁଯାୟୀ କାର୍ଯ୍ୟରତ ୧୮୪ ଜଣ ଅତିରିକ୍ତ ସରକାରୀ ଓକିଲମାନେ ଦୈନିକ ପ୍ରାପ୍ୟ ବାବଦରେ ୧,୨୫୦ ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ୧,୮୭୫ ଟଙ୍କା ପାଇବେ। ସେହିଭଳି ରିଟେନର ପ୍ରାପ୍ୟ ପୂର୍ବରୁ ୮,୨୦୦ ଟଙ୍କା ପାଉଥିବାବେଳେ, ବର୍ତ୍ତମାନ ୧୨,୩୦୦ ଟଙ୍କା ପାଇବେ। ସେହିଭଳି କାର୍ଯ୍ୟରତ ୭୪୦ ଜଣ ସହକାରୀ ସରକାରୀ ଓକିଲମାନେ ପୂର୍ବରୁ ଦୈନିକ ପ୍ରାପ୍ୟ ବାବଦରେ ୧,୧୦୦ ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ୧,୬୫୦ ପାଇବେ। ରିଟେନର ପ୍ରାପ୍ୟ ବାବଦରେ ପୂର୍ବରୁ ୪,୦୦୦ ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ୬,୦୦୦ ଟଙ୍କା ପାଇବେ। ୮୫ ଜଣ ସ୍ୱତନ୍ତ୍ର ସରକାରୀ ଓକିଲମାନେ ପୂର୍ବରୁ ଦୈନିକ ପ୍ରାପ୍ୟ ବାବଦରେ ୧,୨୫୦ ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ୧,୮୭୫ ଟଙ୍କା ପାଇବେ। ରିଟେନର ପ୍ରାପ୍ୟ ବାବଦରେ ପୂର୍ବରୁ ୮,୨୦୦ ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ୧୨,୩୦୦ ଟଙ୍କା ପାଇବେ। ସେହିଭଳି କାର୍ଯ୍ୟରତ ୨୯ଜଣ ସରକାରୀ ପ୍ଲିଡର ଏବଂ ୧୧୩ ଜଣ ସହକାରୀ ସରକାରୀ ପ୍ଲିଡର ପୂର୍ବରୁ ରିଟେନର ପ୍ରାପ୍ୟ ବାବଦରେ ୮,୨୦୦ ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ୧୨,୩୦୦ ପାଇବେ।

#Odia#Odisha#News
Share Article:

Related Articles