ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ସାମୟିକ କଳା ଓ କ୍ରୀଡା ଶିକ୍ଷକଙ୍କ ପାରିଶ୍ରମିକ ୧୦ ହଜାର ଟଙ୍କାକୁ ବୃଦ୍ଧି, ଶିକ୍ଷୟିତ୍ରୀଙ୍କୁ ମିଳିବ ମାତୃତ୍ବ ଛୁଟି
ଭୁବନେଶ୍ୱର – ରାଜ୍ୟର ଉଚ୍ଚ ପ୍ରାଥମିକ ବିଦ୍ୟାଳୟଗୁଡିକରେ ନିୟୋଜିତ ସାମୟିକ କଳା ଓ କ୍ରୀଡା ପ୍ରଶିକ୍ଷକମାନଙ୍କ ମାସିକ ପାରିଶ୍ରମିକକୁ ରାଜ୍ୟ ସରକାର ସାତ ହଜାର ଟଙ୍କାରୁ ଦଶ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି। ଏଣିକି ସେମାନଙ୍କ ମାସିକ ପାରିଶ୍ରମିକ ବର୍ଷକୁ ୧୦ ମାସ ପରିବର୍ତ୍ତେ ପୁରା ୧୨ ମାସ ପାଇଁ ପାଇବେ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ଏବଂ ମାସିକ ୨୪ଟି ପରିୟଡ ପରିବର୍ତ୍ତେ ୩୦ଟି ପିରିୟଡରେ ଶିକ୍ଷା ପ୍ରଦାନ କରିବେ। ଏହାସହିତ ଅନ୍ୟ [...]
ଭୁବନେଶ୍ୱର – ରାଜ୍ୟର ଉଚ୍ଚ ପ୍ରାଥମିକ ବିଦ୍ୟାଳୟଗୁଡିକରେ ନିୟୋଜିତ ସାମୟିକ କଳା ଓ କ୍ରୀଡା ପ୍ରଶିକ୍ଷକମାନଙ୍କ ମାସିକ ପାରିଶ୍ରମିକକୁ ରାଜ୍ୟ ସରକାର ସାତ ହଜାର ଟଙ୍କାରୁ ଦଶ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି। ଏଣିକି ସେମାନଙ୍କ ମାସିକ ପାରିଶ୍ରମିକ ବର୍ଷକୁ ୧୦ ମାସ ପରିବର୍ତ୍ତେ ପୁରା ୧୨ ମାସ ପାଇଁ ପାଇବେ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ଏବଂ ମାସିକ ୨୪ଟି ପରିୟଡ ପରିବର୍ତ୍ତେ ୩୦ଟି ପିରିୟଡରେ ଶିକ୍ଷା ପ୍ରଦାନ କରିବେ। ଏହାସହିତ ଅନ୍ୟ ସରକାରୀ କର୍ମଚାରୀମାନଙ୍କ ପରି ମହିଳା କଳା ଓ କ୍ରୀଡା ପ୍ରଶିକ୍ଷକ ମାନେ ଆବଶ୍ୟକସ୍ଥଳେ ମାତୃତ୍ବ ଛୁଟି ମଧ୍ୟ ପାଇପାରିବେ।
ସୂଚନାଯୋଗ୍ୟ ଯେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ଅବସରରେ ସେମାନେ ସେମାନଙ୍କ ଅସୁବିଧା ସଂପର୍କରେ ଅଧ୍ୟକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ।
ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତି ଦ୍ବାରା ୪୬୦୫ ଜଣ କଳା ଶିକ୍ଷକ-ଶିକ୍ଷୟତ୍ରୀ ଉପକୃତ ହେବେ।ସୂଚନାଯୋଗ୍ୟ ଯେ, ରାଜ୍ୟର କେତେକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପିଲାମାନଙ୍କ କଳା ଓ ଶାରୀରିକ ଶିକ୍ଷା ତାଲିମ ଦେବା ପାଇଁ ସାମୟିକ କଳା ଓ କ୍ରୀଡା ଶିକ୍ଷକ ନିୟୋଜିତ କରାଯାଇଛି।
ବେଙ୍ଗାଲୁରୁ କାଫେ ବିସ୍ଫୋରଣ: ସିସିଟିଭିରେ ଅଭିଯୁକ୍ତ ଚିହ୍ନଟ, ଇଡଲି ଅର୍ଡର କରିବା ପରେ ବୋମା ଭର୍ତ୍ତି ବ୍ୟାଗ୍ ରଖି ପଳାଇଥିଲା
Next Article୫ଟି ମେଡିକାଲ କଲେଜର ଟିଚିଂ ହସ୍ପିଟାଲର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ, ୪ଟି ମେଡିକାଲ କଲେଜର ରୂପାନ୍ତରଣ ପାଇଁ ଭିତ୍ତିପ୍ରସ୍ତର
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
