କିଛି ଜିଲ୍ଲାରେ ପାଗରେ ସାମାନ୍ୟ ପରିବର୍ତ୍ତନ ସମ୍ଭାବନା, ଆଜି ଓ କାଲି ହାଲୁକା ବର୍ଷା ପୂର୍ବାନୁମାନ
ଭୁବନେଶ୍ୱର – ଆଜି ଓ ଆସନ୍ତାକାଲି ରାଜ୍ୟରେ ପାଣିପାଗରେ ପରିବର୍ତ୍ତନ ହେବା ସମ୍ଭାବନା ରହିଛି। କେତେକ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆଜି ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ବରଗଡ, ସମ୍ବଲପୁର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲରେ ଗୋଟିଏରୁ ଦୁଇଟି ସ୍ଥାନରେ ସାମାନ୍ୟ ବର୍ଷା ହୋଇପାରେ। ଆସନ୍ତାକାଲି କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଥିବା ବେଳେ ବାକି ଜିଲ୍ଲାରେ [...]
ଭୁବନେଶ୍ୱର – ଆଜି ଓ ଆସନ୍ତାକାଲି ରାଜ୍ୟରେ ପାଣିପାଗରେ ପରିବର୍ତ୍ତନ ହେବା ସମ୍ଭାବନା ରହିଛି। କେତେକ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆଜି ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ବରଗଡ, ସମ୍ବଲପୁର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲରେ ଗୋଟିଏରୁ ଦୁଇଟି ସ୍ଥାନରେ ସାମାନ୍ୟ ବର୍ଷା ହୋଇପାରେ। ଆସନ୍ତାକାଲି କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଥିବା ବେଳେ ବାକି ଜିଲ୍ଲାରେ ପାଗ ଶୁଖିଲା ରହିବ ।
ଶନିବାର ରାଜ୍ୟର ୧୩ଟି ସହରରେ ଦିନ ତାପମାତ୍ରା ୩୫ ଡିଗ୍ରୀ ସେଲସିୟସ ଉପରେ ରହିଥିଲା। ମାଲକାନଗିରିରେ ସର୍ବୋଚ୍ଚ ତାପମାତ୍ରା ୩୭ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଥିବା ବେଳେ ଭୁବନେଶ୍ୱରର ତାପମାତ୍ରା ଥିଲା ୩୬.୮ ଡିଗ୍ରୀ ସେଲସିୟସ। ଆସନ୍ତା ୨ ଦିନ ଦିନ ତାପମାତ୍ରାରେ ୨ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ଘଟିବା ନେଇ ଆକଳନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଗୋକର୍ଣ୍ଣେଶ୍ୱର ଦେଉଳ
Next Articleବିଜେପିର ପ୍ରଥମ ପ୍ରାର୍ଥୀ ତାଲିକା: ୩୩ ସାଂସଦଙ୍କ ଟିକେଟ୍ କଟିଲା
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
