ନିର୍ମାଣ ଶ୍ରମିକମାନଙ୍କ ପେନସନରେ ବୃଦ୍ଧି, ୬୦ ବର୍ଷରୁ ଅଧିକ ବୟସର ନିର୍ମାଣ ଶ୍ରମିକ ପାଇବେ ୧୦୦୦ ଟଙ୍କା
ଭୁବନେଶ୍ବର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନିର୍ମାଣ ଶ୍ରମିକ ମାନଙ୍କ ପେନ୍ସନ ବୃଦ୍ଧି ସଂପର୍କରେ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ‘ଓଡିଶା କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ’ ଅଧୀନରେ ପଞ୍ଜୀକୃତ ହୋଇଥିବା ନିର୍ମାଣ ଶ୍ରମିକ ମାନଙ୍କ ପେନ୍ସନ ରାଶିରେ ବୃଦ୍ଧି କରାଯାଇଛି। ଏମାନେ ସମସ୍ତେ ନିର୍ମାଣ ଶ୍ରମିକ ପେନ୍ସନ ଯୋଜନାରେ ଉପକୃତ ହେଉଛନ୍ତି। ସୂଚନାଯୋଗ୍ୟ ଯେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ସମୟରେ ବିଭିନ୍ନ ଅଞ୍ଚଳରେ [...]
ଭୁବନେଶ୍ବର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନିର୍ମାଣ ଶ୍ରମିକ ମାନଙ୍କ ପେନ୍ସନ ବୃଦ୍ଧି ସଂପର୍କରେ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ‘ଓଡିଶା କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ’ ଅଧୀନରେ ପଞ୍ଜୀକୃତ ହୋଇଥିବା ନିର୍ମାଣ ଶ୍ରମିକ ମାନଙ୍କ ପେନ୍ସନ ରାଶିରେ ବୃଦ୍ଧି କରାଯାଇଛି। ଏମାନେ ସମସ୍ତେ ନିର୍ମାଣ ଶ୍ରମିକ ପେନ୍ସନ ଯୋଜନାରେ ଉପକୃତ ହେଉଛନ୍ତି।
ସୂଚନାଯୋଗ୍ୟ ଯେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ସମୟରେ ବିଭିନ୍ନ ଅଞ୍ଚଳରେ ନିର୍ମାଣ ଶ୍ରମିକ ଓ ସେମାନଙ୍କ ପ୍ରତିନିଧିମାନେ ଏଥିପାଇଁ ଅଧ୍ୟକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ଏ ବିଷୟରେ ଅବଗତ ହେବା ପରେ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି ।
ନୂତନ ନିଷ୍ପତ୍ତି ଅନୁଯାୟୀ ୬୦ ବର୍ଷ ଅତିକ୍ରମ କରିଥିବା ନିର୍ମାଣ ଶ୍ରମିକମାନେ ଏଣିକି ୫୦୦ ଟଙ୍କା ପରିବର୍ତ୍ତେ ୧୦୦୦ ଟଙ୍କା ମାସିକ ପେନ୍ସନ ପାଇବେ। ସେହିପରି ୮୦ ବର୍ଷ ବୟସରୁ ଉର୍ଦ୍ଧ୍ବ ନିର୍ମାଣ ଶ୍ରମିକ ମାନେ ୭୦୦ ଟଙ୍କା ପରିବର୍ତ୍ତେ ୧୨୦୦ ଟଙ୍କା ପାଇବେ ।
ଏହି ନୂତନ ପେନସନ ୨୦୨୪ ଫେବ୍ରୁଆରୀ ମାସରୁ ପିଚ୍ଛିଲା ଭାବେ ଲାଗୁ ହେବ। ଏ ବାବଦରେ ଆବଶ୍ୟକ ଖର୍ଚ୍ଚ ଓଡିଶା କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ବହନ କରିବ।
ଟିକେଟ୍ କଟିବା ପରେ ରାଜନୀତିରୁ ସନ୍ନ୍ୟାସ ନେଲେ ବିଜେପି ସାଂସଦ ହର୍ଷ ବର୍ଦ୍ଧନ
Next Article5T Chairman Participates in Launching of Nua-O Scholarships Program in Kalahandi, Bolangir and Bargarh
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
