ମନେପଡନ୍ତି ବିଜୁବାବୁ : ପ୍ରବାଦ ପୁରୁଷଙ୍କ ୧୦୮ ତମ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଓ ସ୍ମୃତି ସଭା ସହ ବିଭିନ୍ନ କାର୍ଯ୍ୟକ୍ରମ
ଭୁବନେଶ୍ୱର- ସ୍ୱାଧୀନତା ସଂଗ୍ରାମୀ , ନିର୍ଭୀକ ପାଇଲଟ ପୂର୍ବତନ ମୁଖ୍ୟମନ୍ତ୍ରୀ ଓ ରାଷ୍ଟ୍ରବାଦୀ ନେତା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ଆଜି ୧୦୮ତମ ଜୟନ୍ତୀ । କୃତଜ୍ଞ ରାଜ୍ୟ ନବ ଉତ୍କଳର ଏହି ଅଗ୍ରଗଣ୍ୟ ବିନ୍ଧାଣୀଙ୍କୁ ଆଜି ସ୍ମରଣ କରି ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜଣାଉଛି । ବିଜୁ ଜୟନ୍ତୀ ଉପଲକ୍ଷେ ସାରା ରାଜ୍ୟରେ ଶ୍ରଦ୍ଧାଞ୍ଜଳି ଓ ସ୍ମୃତି ସଭା ଆୟୋଜିତ ହେଉଛି । ଶାସକ ବିଜୁ ଜନତା ଦଳ ପକ୍ଷରୁ ବିଜୁବାବୁଙ୍କ ୧୦୮ ତମ ଜୟନ୍ତୀ ବେଶ୍ [...]
ଭୁବନେଶ୍ୱର- ସ୍ୱାଧୀନତା ସଂଗ୍ରାମୀ , ନିର୍ଭୀକ ପାଇଲଟ ପୂର୍ବତନ ମୁଖ୍ୟମନ୍ତ୍ରୀ ଓ ରାଷ୍ଟ୍ରବାଦୀ ନେତା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ଆଜି ୧୦୮ତମ ଜୟନ୍ତୀ । କୃତଜ୍ଞ ରାଜ୍ୟ ନବ ଉତ୍କଳର ଏହି ଅଗ୍ରଗଣ୍ୟ ବିନ୍ଧାଣୀଙ୍କୁ ଆଜି ସ୍ମରଣ କରି ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜଣାଉଛି ।
ବିଜୁ ଜୟନ୍ତୀ ଉପଲକ୍ଷେ ସାରା ରାଜ୍ୟରେ ଶ୍ରଦ୍ଧାଞ୍ଜଳି ଓ ସ୍ମୃତି ସଭା ଆୟୋଜିତ ହେଉଛି । ଶାସକ ବିଜୁ ଜନତା ଦଳ ପକ୍ଷରୁ ବିଜୁବାବୁଙ୍କ ୧୦୮ ତମ ଜୟନ୍ତୀ ବେଶ୍ ଧୁମଧାମରେ ପାଳନ କରାଯାଉଛି । ପ୍ରତି ନିର୍ବାଚନମଣ୍ଡଳୀ, ବ୍ଲକ, ସହରାଞ୍ଚଳ ଓ ଜିଲ୍ଲା ସ୍ତରରୁ ଆରମ୍ଭ କରି ରାଜ୍ଯ ସ୍ତରରେ ମହାସମାରୋହରେ ପାଳନ କରାଯାଉଛି । ପ୍ରଭାତରେ ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି । ସହିତ ଡାକ୍ତରଖାନା, ବୃଦ୍ଧାଶ୍ରମ, ଅନାଥାଶ୍ରମ ଏବଂ ବାଳାଶ୍ରମରେ ଫଳ ବଣ୍ଟନ କରାଯିବ ସାଇକେଲ ଶୋଭାଯାତ୍ରା ଓ ଗଣଦୌଡ଼ ଆୟୋଜନ କରାଯାଉଛି ।
ଆଜି ଅପରାହ୍ନରେ ବିଭିନ୍ନ ସ୍ଥାନରେ ସାଧାରଣ ସଭା ଆୟୋଜନ କରାଯାଇ ବିକାଶ ପୁରୁଷ ବିଜୁ ପଟ୍ଟନାୟକଙ୍କ ସ୍ମୃତି ଚାରଣ କରାଯିବ । ଆମ ଦେଶ ତଥା ଜାତି ପ୍ରତି କଳିଙ୍ଗବୀରଙ୍କ ଅମୂଲ୍ୟ ଅବଦାନ, ସଶକ୍ତ ଏବଂ ପୂର୍ଣ୍ଣ ବିକଶିତ ଓଡ଼ିଶା ନିର୍ମାଣ ଦିଗରେ ତାଙ୍କର ଅବିଶ୍ରାନ୍ତ ସଂଗ୍ରାମ ବିଷୟରେ ସବିଶେଷ ଆଲୋଚନା କରାଯିବ। ଉପସ୍ଥିତ ବିଜେଡି ନେତା ଓ କର୍ମୀମାନେ ଏକ ‘ସମୃଦ୍ଧ, ସଶକ୍ତ, ନବୀନ ଓଡ଼ିଶା ଗଠନ ନିମନ୍ତେ ଶପଥ ଗ୍ରହଣ କରିବେ ।
ଆଜିଠୁ ‘ନବୀନ ଓଡ଼ିଶା ମ୍ୟାଜିକ କାର୍ଡ’ ପାଇଁ ପଞ୍ଜୀକରଣ
Next Articleବିଜୁ ଜୟନ୍ତୀ ବିଶେଷ: କଳିଙ୍ଗବୀରଙ୍କ ପାଇଲଟ ଜୀବନର ଦୁଇ ସ୍ମରଣୀୟ ଅଧ୍ୟାୟ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
