ଆଜିଠୁ ‘ନବୀନ ଓଡ଼ିଶା ମ୍ୟାଜିକ କାର୍ଡ’ ପାଇଁ ପଞ୍ଜୀକରଣ
ଭୁବନେଶ୍ବର – ଛାତ୍ରଛାତ୍ରୀମାନଙ୍କ ପାଇଁ ରାଜ୍ୟ ସରକାରଙ୍କ ଘୋଷିତ ‘ନବୀନ ଓଡ଼ିଶା ମ୍ଯାଜିକ କାର୍ଡ’ ପାଇଁ ଆଜିଠୁ ଆରମ୍ଭ ହେବ ନାମ ପଞ୍ଜୀକରଣ । ଯୁକ୍ତତିନି ଓ ପିଜି ଛାତ୍ରଛାତ୍ରୀଙ୍କୁ ନବୀନ ମ୍ଯାଜିକ କାର୍ଡ ପ୍ରଦାନ କରାଯିବ । ଏହି କାର୍ଡ ବିଭିନ୍ନ କ୍ଷେତ୍ରରେ ଯୁବଗୋଷ୍ଠୀଙ୍କ ସହାୟତା ପାଇଁ ଉଦ୍ଦିଷ୍ଟ। ଏହା ଛାତ୍ରଛାତ୍ରୀଙ୍କୁ ୱାଇଫାଇ, ବହି କିଣା, ମୋବାଇଲ ରିଚାର୍ଜ ଓ ବସ, ଟ୍ରେନ, ବିମାନ ଯାତ୍ରାରେ ରିହାତି ସହ କ୍ଯାରିୟର କାଉନସେଲିଂ ଓ ନିଯୁକ୍ତିରେ ସହାୟକ [...]
ଭୁବନେଶ୍ବର – ଛାତ୍ରଛାତ୍ରୀମାନଙ୍କ ପାଇଁ ରାଜ୍ୟ ସରକାରଙ୍କ ଘୋଷିତ ‘ନବୀନ ଓଡ଼ିଶା ମ୍ଯାଜିକ କାର୍ଡ’ ପାଇଁ ଆଜିଠୁ ଆରମ୍ଭ ହେବ ନାମ ପଞ୍ଜୀକରଣ । ଯୁକ୍ତତିନି ଓ ପିଜି ଛାତ୍ରଛାତ୍ରୀଙ୍କୁ ନବୀନ ମ୍ଯାଜିକ କାର୍ଡ ପ୍ରଦାନ କରାଯିବ । ଏହି କାର୍ଡ ବିଭିନ୍ନ କ୍ଷେତ୍ରରେ ଯୁବଗୋଷ୍ଠୀଙ୍କ ସହାୟତା ପାଇଁ ଉଦ୍ଦିଷ୍ଟ। ଏହା ଛାତ୍ରଛାତ୍ରୀଙ୍କୁ ୱାଇଫାଇ, ବହି କିଣା, ମୋବାଇଲ ରିଚାର୍ଜ ଓ ବସ, ଟ୍ରେନ, ବିମାନ ଯାତ୍ରାରେ ରିହାତି ସହ କ୍ଯାରିୟର କାଉନସେଲିଂ ଓ ନିଯୁକ୍ତିରେ ସହାୟକ ହେବ । କାର୍ଡକୁ ସିଲଭର, ଗୋଲ୍ଡ, ପ୍ଲାଟିନମ କାର୍ଡକୁ ଉନ୍ନୀତ କରିବାକୁ ମଧ୍ୟ ସୁଯୋଗ ରହିଛି । ‘ନୂଆ-ଓ’ ମାଧ୍ୟମରେ ଆୟୋଜିତ କୋ-କରିକୁଲାର ପ୍ରତିଯୋଗିତା ମାଧ୍ୟମରେ ଛାତ୍ରଛାତ୍ରୀଙ୍କ ସାମଗ୍ରିକ ବିକାଶ କରିବା ସହ ସ୍ଵପ୍ନକୁ ସାକାର କରିବାକୁ ଏହି କାର୍ଡ ବଳ ଯୋଗାଇବ ।
ଆଜି ଅପରାହ୍ନରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ : ଚଣ୍ଡିଖୋଲରେ ବିଭିନ୍ନ କାର୍ଯ୍ୟକ୍ରମ, ୧୯ ହଜାର ୬ଶହ କୋଟିର ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ
Next Articleମନେପଡନ୍ତି ବିଜୁବାବୁ : ପ୍ରବାଦ ପୁରୁଷଙ୍କ ୧୦୮ ତମ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଓ ସ୍ମୃତି ସଭା ସହ ବିଭିନ୍ନ କାର୍ଯ୍ୟକ୍ରମ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
