ଚଣ୍ଡିଖୋଲରେ ରାଜ୍ୟ ପାଇଁ ପ୍ରାୟ ୨୦ ହଜାର କୋଟିର ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
ଚଣ୍ଡିଖୋଲ -ପ୍ରଭୁ ଜଗନ୍ନାଥ ଓ ମା’ ବିରଜାଙ୍କ ଆଶୀର୍ବାଦରେ ଓଡ଼ିଶାରେ ବିକାଶର ନୂଆ ଧାରା ଆରମ୍ଭ ହୋଇଛି। ଆତ୍ମନିର୍ଭର ଭାରତକୁ ଓଡ଼ିଶା ଶକ୍ତି ଦେଉଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ଚଣ୍ଡିଖୋଲରେ ଏକ ସଭାକୁ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଯାଜପୁରରେ ବିକାଶର ନୂଆ ଧାରା ଆରମ୍ଭ ହୋଇଛି। ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀ ତାଙ୍କୁ ମନେ ପକାଇବା ଦେଶର ବିକାଶ ଲାଗି ବିଜୁବାବୁଙ୍କ ଯୋଗଦାନ ଅତୁଳନୀୟ ବୋଲି କହିଥିଲେ। ଆଜି ଚଣ୍ଡିଖୋଲରୁ ପ୍ରଧାନମନ୍ତ୍ରୀ [...]
ଚଣ୍ଡିଖୋଲ -ପ୍ରଭୁ ଜଗନ୍ନାଥ ଓ ମା’ ବିରଜାଙ୍କ ଆଶୀର୍ବାଦରେ ଓଡ଼ିଶାରେ ବିକାଶର ନୂଆ ଧାରା ଆରମ୍ଭ ହୋଇଛି। ଆତ୍ମନିର୍ଭର ଭାରତକୁ ଓଡ଼ିଶା ଶକ୍ତି ଦେଉଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ଚଣ୍ଡିଖୋଲରେ ଏକ ସଭାକୁ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଯାଜପୁରରେ ବିକାଶର ନୂଆ ଧାରା ଆରମ୍ଭ ହୋଇଛି। ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀ ତାଙ୍କୁ ମନେ ପକାଇବା ଦେଶର ବିକାଶ ଲାଗି ବିଜୁବାବୁଙ୍କ ଯୋଗଦାନ ଅତୁଳନୀୟ ବୋଲି କହିଥିଲେ।
ଆଜି ଚଣ୍ଡିଖୋଲରୁ ପ୍ରଧାନମନ୍ତ୍ରୀ ପ୍ରାୟ ୨୦ ହଜାର କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଲୋକାର୍ପଣ କରିଛନ୍ତି । ରେଳ, ଜାତୀୟ ରାଜପଥ ଆଦି ୧୬ଟି ପ୍ରକଳ୍ପର ଶିଳାନ୍ୟାସ୍ ଓ ଲୋକାର୍ପଣ କରିଛନ୍ତି। ପାରାଦୀପ ରିଫାଇନାରୀରେ ଭାରତୀୟ ତୈଳ ନିଗମ ଲିମିଟେଡ୍ ମୋନୋ ଏଥାଇଲନ୍ ଗ୍ଲାଇକଲ୍ ପ୍ରକଳ୍ପ, ପାରାଦୀପରୁ ପଶ୍ଚିମବଙ୍ଗର ହଳଦିଆ ପର୍ଯ୍ୟନ୍ତ ୩୪୪ କିମି ଦୈର୍ଘ୍ୟର ପାଇପଲାଇନ ଉଦଘାଟନ କରିଛନ୍ତି। ପାରାଦୀପରେ ଏଲପିଜି ଆମଦାନୀ ବ୍ୟବସ୍ଥା ଲୋକାର୍ପଣ କରିଥିବା ବେଳେ ବିଭିନ୍ନ ଜାତୀୟ ରାଜଥର ସମ୍ପ୍ରସାରଣ ପାଇଁ ଭିତ୍ତିପ୍ରସ୍ତର ରଖିଛନ୍ତି। ସେହିପରି ୧୬୨ କିମି ବାଂଶପାଣି– ଦୈତାରୀ–ଟମକା– ଯଖପୁରା ରେଳ ଲାଇନ ଦୋହରୀକରଣକୁ ଦେଶ ପାଇଁ ଉତ୍ସର୍ଗ କରିଛନ୍ତି। କଳିଙ୍ଗ ନଗରରେ କନକୋର କଣ୍ଟେନର ଡିପୋ ଉଦ୍ଘାଟନ, ନର୍ଲାଠାରେ ପ୍ରସ୍ତାବିତ ଇଲେକ୍ଟ୍ରିକ୍ ରେଳ ଇଂଜିନ ମରାମତି କାରଖାନା, କଣ୍ଟାବାଞ୍ଜିରେ ୱାଗନ୍ ମରାମତି କାରଖାନା ଏବଂ ବାଘୁଆପାଳରେ ରେଳ ଇଞ୍ଜିନ ଓ ୱାଗନ ରକ୍ଷଣାବେକ୍ଷଣ ସୁବିଧାଗୁଡ଼ିକର ନବୀକରଣ ଏବଂ କ୍ଷମତା ବୃଦ୍ଧି ପାଇଁ ଭିତ୍ତିପ୍ରସ୍ତର ସ୍ଥାନ କରିଛନ୍ତି। କେନ୍ଦୁଝରଗଡ଼ ମାର୍ଗ ଦେଇ ପୁରୀ ଏବଂ ଆନନ୍ଦ ବିହାର (ନୂଆଦିଲ୍ଲୀ) ମଧ୍ୟରେ ନୂତନ ଟ୍ରେନ୍ କେନ୍ଦୁଝରଗଡ଼ ରେଳ ଷ୍ଟେସନରୁ ଶୁଭାରମ୍ଭ, କେନ୍ଦ୍ରାପଡ଼ା ଜିଲ୍ଲା ମଧ୍ୟଦେଇ ହରିଦାସପୁର– ପାରାଦୀପ ରେଳ ମାର୍ଗରେ ଯାତ୍ରୀବାହୀ ଟ୍ରେନ ଚଳାଚଳର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ।
ସନ୍ଦେଶଖାଲି ମାମଲାର ସିବିଆଇ ତଦନ୍ତ ପାଇଁ କଲିକତା ହାଇକୋର୍ଟଙ୍କ ନିର୍ଦ୍ଦେଶ
Next Articleଓଡ଼ିଶାର ବିକାଶ ପାଇଁ ସାଢେ ୪ କୋଟି ଓଡିଆଙ୍କ ଉଦ୍ୟମରେ ପ୍ରଧାନମନ୍ତ୍ରୀଙ୍କ ସହଯୋଗ ଲୋଡିଲେ ମୁଖ୍ୟମନ୍ତ୍ରୀ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
