ଓଡ଼ିଶାର ବିକାଶ ପାଇଁ ସାଢେ ୪ କୋଟି ଓଡିଆଙ୍କ ଉଦ୍ୟମରେ ପ୍ରଧାନମନ୍ତ୍ରୀଙ୍କ ସହଯୋଗ ଲୋଡିଲେ ମୁଖ୍ୟମନ୍ତ୍ରୀ
ଚଣ୍ଡିଖୋଲ – ଓଡ଼ିଶାର ବିକାଶ ପାଇଁ ରାଜ୍ୟର ସାଢେ ୪ କୋଟି ଲୋକଙ୍କ ଉଦ୍ୟମରେ ପ୍ରଧାନମନ୍ତ୍ରୀଙ୍କ ସହଯୋଗ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଚଣ୍ଡିଖୋଲରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିକାଶ ଆଜି ଓଡ଼ିଶାର ନୂଆ ପରିଚୟ ହୋଇଛି । ଆଗକୁ ଆହୁରି ଅନେକ କାମ ବାକି ରହିଛି । ପ୍ରଧାନମନ୍ତ୍ରୀ ଓଡ଼ିଶା ପାଇଁ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବା ଖୁସିର କଥା ବୋଲି [...]
ଚଣ୍ଡିଖୋଲ – ଓଡ଼ିଶାର ବିକାଶ ପାଇଁ ରାଜ୍ୟର ସାଢେ ୪ କୋଟି ଲୋକଙ୍କ ଉଦ୍ୟମରେ ପ୍ରଧାନମନ୍ତ୍ରୀଙ୍କ ସହଯୋଗ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଚଣ୍ଡିଖୋଲରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିକାଶ ଆଜି ଓଡ଼ିଶାର ନୂଆ ପରିଚୟ ହୋଇଛି । ଆଗକୁ ଆହୁରି ଅନେକ କାମ ବାକି ରହିଛି । ପ୍ରଧାନମନ୍ତ୍ରୀ ଓଡ଼ିଶା ପାଇଁ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବା ଖୁସିର କଥା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଓଡିଶାର ବିକାଶ ପ୍ରତି ଧ୍ୟାନ ଦେଇଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ । ମୁଖ୍ୟମନ୍ତ୍ରୀ ତାଙ୍କ ଅଭିଭାଷଣରେ ଓଡ଼ିଶା ଓ ଦେଶ ପ୍ରତି ବିଜୁ ପଟ୍ଟନାୟକଙ୍କ ଅବଦାନ କଥା କହିଥିଲେ । ବିଜୁ ପଟ୍ଟନାୟକ ଓଡ଼ିଶାର ଉନ୍ନତି ଏବଂ ଓଡ଼ିଆ ଜାତିର ଉନ୍ନତି ପାଇଁ ଜୀବନ ସାରା କାମ କରି ଯାଇଛନ୍ତି। ୧୯୯୦ରେ କଳିଙ୍ଗ ନଗରକୁ ଇଣ୍ଡଷ୍ଟ୍ରିଆଲ୍ ହବ୍ କରିବା ପାଇଁ ବିଜୁ ବାବୁ ଚିନ୍ତା କରିଥିଲେ । ଆଜି କଳିଙ୍ଗ ନଗର ଦେଶର ଷ୍ଟିଲ ହବ୍ ହୋଇପାରିଛି। କେବଳ ଓଡ଼ିଶା ନୁହେଁ, ସାରା ଦେଶ ଏଥିରୁ ଲାଭ ପାଉଛି। ଏହା ସହ ମୁଖ୍ୟମନ୍ତ୍ରୀ କହିଛନ୍ତି ଆଜି ଓଡିଶା ପୂର୍ବ ଭାରତର ଏକ ପ୍ରମୁଖ ଉତ୍ପାଦନ କେନ୍ଦ୍ର ହେବାକୁ ଯାଉଛି ।
ଚଣ୍ଡିଖୋଲରେ ରାଜ୍ୟ ପାଇଁ ପ୍ରାୟ ୨୦ ହଜାର କୋଟିର ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
Next Articleଲାଞ୍ଚ ମାମଲାରେ ଅବସରପ୍ରାପ୍ତ ଏସଆଇଙ୍କୁ ୫ ବର୍ଷ ଜେଲ୍ ଦଣ୍ଡାଦେଶ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
