ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ‘ନବୀନ କାର୍ଡ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ମେ’ ପହିଲାରୁ ମିଳିବ ଚିକିତ୍ସା ସୁବିଧା
ଭୁବନେଶ୍ବର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ ବିଏସକେଓ୍ବାଇ ନବୀନ କାର୍ଡର ଶୁଭାରମ୍ଭ କରିଛନ୍ତି। ନିୟମିତ ସରକାରୀ କର୍ମଚାରୀ ଓ ଆୟକର ଦେଉଥିବା ଲୋକଙ୍କୁ ଛାଡି ଗାଁର ସବୁ ଲୋକ ଏହି ସୁବିଧା ପାଇବେ । ଆଜିଠାରୁ ଏହି କାର୍ଡ ବଣ୍ଟନ ଆରମ୍ଭ ହୋଇଥିବା ବେଳେ ମେ’ ପହିଲା ଠାରୁ ହିତାଧିକାରୀମାନେ ଏହାର ସୁବିଧା ପାଇବେ। ରାଜ୍ୟ ସରକାରଙ୍କ ୫-ଟି ଉପକ୍ରମରେ ଏହି ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସାଢେ [...]
ଭୁବନେଶ୍ବର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ ବିଏସକେଓ୍ବାଇ ନବୀନ କାର୍ଡର ଶୁଭାରମ୍ଭ କରିଛନ୍ତି। ନିୟମିତ ସରକାରୀ କର୍ମଚାରୀ ଓ ଆୟକର ଦେଉଥିବା ଲୋକଙ୍କୁ ଛାଡି ଗାଁର ସବୁ ଲୋକ ଏହି ସୁବିଧା ପାଇବେ । ଆଜିଠାରୁ ଏହି କାର୍ଡ ବଣ୍ଟନ ଆରମ୍ଭ ହୋଇଥିବା ବେଳେ ମେ’ ପହିଲା ଠାରୁ ହିତାଧିକାରୀମାନେ ଏହାର ସୁବିଧା ପାଇବେ। ରାଜ୍ୟ ସରକାରଙ୍କ ୫-ଟି ଉପକ୍ରମରେ ଏହି ଯୋଜନା କାର୍ଯ୍ୟକାରୀ କରାଯାଉଛି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସାଢେ ୪ କୋଟି ଓଡିଶାବାସୀ ହେଉଛନ୍ତି ତାଙ୍କ ପରିବାର । ସେମାନଙ୍କ ସୁଖ ଦୁଃଖରେ ସେ ସବୁବେଳେ ରହିଛନ୍ତି ଓ ରହିଥିବେ । ସେମାନଙ୍କ ଖୁସି ତାଙ୍କ ଖୁସି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ସୁସ୍ଥ ସମାଜ ଏକ ସମୃଦ୍ଧ ରାଷ୍ଟ୍ରର ଆଧାର ଏବଂ ସ୍ୱାସ୍ଥ୍ୟ ସହିତ ଏହାର ଗଭୀର ସଂପର୍କ ରହିଛି ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପରିବାରର ଲୋକମାନେ କିପରି ଭଲରେ ରହିବେ ସେଥିପାଇଁ ସେ ସବୁବେଳେ କାମ କରି ଚାଲିଛନ୍ତି ଓ କରି ଚାଲିବେ ।
ସୂଚନାଯୋଗ୍ୟ ଯେ, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ରାଜ୍ୟର ୧ କୋଟିରୁ ଅଧିକ ପରିବାର ଯାହାକି ରାଜ୍ୟ ଜନସଂଖ୍ୟାର ୮୦ ଭାଗ ହେବେ, କ୍ୟାସଲେସ ଚିକିତ୍ସା ସୁବିଧା ପାଉଛନ୍ତି। ମହିଳାମାନଙ୍କ ପାଇଁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ଥିବାବେଳେ ପରିବାରର ଅନ୍ୟ ସଦସ୍ୟମାନଙ୍କ ପାଇଁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା କରାଯାଇଛି। ଏହି ଯୋଜନାରେ ମାସକୁ ୧ ଲକ୍ଷ ୩୦ ହଜାର ହିତାଧିକାରୀ ୮୧୬ଟି ପଞ୍ଜିକୃତ ବେସରକାରୀ ହସ୍ପିଟାଲରେ ଚିକିତ୍ସା ସୁବିଧା ପାଉଛନ୍ତି। ଏଥିପାଇଁ ରାଜ୍ୟ ସରକାର ନିଜ ପାଣ୍ଠିରୁ ୨୭୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରୁଛନ୍ତି।
ନବୀନ କାର୍ଡ ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହା ଦ୍ୱାରା ଆହୁରି ଅଧିକ ପରିବାର ଏହି ଯୋଜନାରେ ସାମିଲ ହୋଇପାରିବେ।
କାର୍ଯ୍ୟକ୍ରମରେ ସମ୍ବଲପୁର ଜିଲ୍ଲା ରେଙ୍ଗାଲି ବ୍ଲକରେରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଯୋଗ ଦେଇ କହିଲେ ଯେ ୫-ଟିରେ କାର୍ଯ୍ୟକାରୀ ହେଉଥିବା ବିଏସକେଓ୍ବାଇ ହେଉଛି ମୁଖ୍ୟମନ୍ତ୍ରୀଙ୍କ ଐତିହାସିକ ନିଷ୍ପତ୍ତି। ଆଜି ଗ୍ରାମାଞ୍ଚଳର ସବୁ ବଞ୍ଚିତ ହିତାଧିକାରୀ ଏଥିରେ ସାମିଲ ହେଲେ। ୫-ଟି ହେଉଛି ମୁଖ୍ୟମନ୍ତ୍ରୀଙ୍କ ଓଡିଶାର ଉନ୍ନତି କଳ୍ପନା। ଲୋକଙ୍କୁ ସେବା ଦେବାର କଳ୍ପନା। ଆଜି ୫-ଟି ମନ୍ତ୍ର ଉପରେ ରାଜ୍ୟବାସୀଙ୍କ ଆସ୍ଥା ବଢିଛି। ରାଜ୍ୟବାସୀଙ୍କୁ ଉନ୍ନତ ସ୍ୱାସ୍ଥ୍ୟସେବା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ସବୁଠାରୁ ଅଧିକ ଗୁରୁତ୍ୱ ଦିଅନ୍ତି ବୋଲି ସେ କହିଥିଲେ।
୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ କହିଲେ ଯେ, ରାଜ୍ୟର ପ୍ରତ୍ୟେକ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟ ସୁରକ୍ଷା ଯୋଗାଇଦେବା ମୁଖ୍ୟମନ୍ତ୍ରୀଙ୍କ ଲକ୍ଷ୍ୟ । ଏହି ପରିପ୍ରେକ୍ଷୀରେ ପରବର୍ତ୍ତୀ ପର୍ଯ୍ୟାୟରେ ସହରାଞ୍ଚଳର ପ୍ରାୟ ସମସ୍ତଙ୍କୁ ବିଏସକେଓ୍ବାଇ ନବୀନ କାର୍ଡରେ ସାମିଲ କରାଯିବ ବୋଲି ସେ କହିଥିଲେ।
ଏହି ଯୋଜନାକୁ ରେକର୍ଡ ସମୟ ମଧ୍ୟରେ କାର୍ଯ୍ୟକାରୀ କରିଥିବାରୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ ସୂଚନା ପ୍ରଯୁକ୍ତି ବିଭାଗକୁ ସେ ଧନ୍ୟବାଦ ଜଣାଇଥିଲେ।
ସୂଚନାଯୋଗ୍ୟ ଯେ, ୫-ଟି ଅଧ୍ୟକ୍ଷଙ୍କ ଜିଲ୍ଲାଗସ୍ତ ସମୟରେ ଗ୍ରାମାଞ୍ଚଳର ବିଏସକେଓ୍ବାଇ କାର୍ଡ ପାଇବାରୁ ବହୁ ବଞ୍ଚିତ ଲୋକ ସେମାନଙ୍କୁ ଏହି ଯୋଜନାରେ ସାମିଲ କରିବା ପାଇଁ ଅନୁରୋଧ କରିଥିଲେ। ପ୍ରତିଟି ଜୀବନ ମୂଲ୍ୟବାନ ଆଦର୍ଶରେ ଅନୁପ୍ରାଣିତ ମୁଖ୍ୟମନ୍ତ୍ରୀ ଏ ବିଷୟରେ ଅବଗତ ହେବା ପରେ ଏହି ନବୀନ କାର୍ଡ ଆରମ୍ଭ କରିବା ପାଇଁ ନିଷ୍ପତ୍ତି ନେଇଥିଲେ।
ଆଜିର ଶୁଭାରମ୍ଭ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଭୁବନେଶ୍ୱର ବ୍ଲକରେ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ସମ୍ବଲପୁର ବାମଡା ବ୍ଲକରେ ଜିଲ୍ଲା ପରିଷଦ ସଭାପତି କୁମୁଦିନୀ ନାୟକ, କୁଚିଣ୍ଡାରେ ବିଧାୟକ କିଶୋର ଚନ୍ଦ୍ର ନାୟକ, ରେଢାଖୋଲରେ ବିଧାୟକ ରୋହିତ ପୂଜାରୀ, ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ବ୍ଲକରେ ‘ଆମ ଓଡିଶା, ନବୀନ ଓଡିଶା’ ସଂଯୋଜିକା ଶ୍ରୀମୟୀ ଶ୍ୱେତସ୍ନିଗ୍ଧା ମିଶ୍ର, ବୋଲଗଡରେ ବିଧାୟକ ରାଜେନ୍ଦ୍ର କୁମାର ସାହୁ, ଖୋର୍ଦ୍ଧାରେ ଜିଲ୍ଲା ପରିଷଦ ସଭାପତି ରୁପଶ୍ରୀରାଣୀ ଗୁମାନ ସିଂ ଯୋଗ ଦେଇ କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଆଜି ସବୁ କ୍ଷେତ୍ରରେ ଆମ ରାଜ୍ୟ ଆଗକୁ ବଢିଛି। ସମାଜର ସବୁଠାରୁ ତଳ ଧାଡିରେ ରହୁଥିବା ବ୍ୟକ୍ତିର କଲ୍ୟାଣ ବିଷୟରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ଧ୍ୟାନ ଦେଇଥାନ୍ତି। ବିଏସକେଓ୍ବାଇ ଆଜି ରାଜ୍ୟବାସୀଙ୍କ ପାଇଁ ସଞ୍ଜିବନୀ ସଦୃଶ୍ୟ ହୋଇଛି। ସ୍ୱାସ୍ଥ୍ୟସେବା ଓ ରାଜ୍ୟର ବିକାଶ କ୍ଷେତ୍ରରେ ମୁଖ୍ୟମନ୍ତ୍ରୀଙ୍କ ପଦକ୍ଷେପକୁ ଓଡିଶାବାସୀ ସବୁବେଳେ ମନେ ରଖିବେ ବୋଲି ସେମାନେ କହିଥିଲେ।
କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର କମିଶନର ତଥା ଶାସନ ସଚିବ ଶାଳିନୀ ପଣ୍ଡିତ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ବିଏସକେଓ୍ବାଇ ସୋସାଇଟିର ସିଇଓ ଧନ୍ୟବାଦ ଅର୍ପଣ କରିଥିଲେ।
Naveen Calls Important Meeting of Senior Party Leaders Today Afternoon
Next ArticleNaveen Launches BSKY Nabin Card; Beneficiaries to Avail Facility from 1st May
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
